ଏସ୍‌ଆଇଙ୍କ ବିରୋଧରେ ମହିଳାଙ୍କ ବଳାତ୍କାର ଅଭିଯୋଗ

ଭୁବନେଶ୍ୱର,୨୫।୮(ବ୍ୟୁରୋ): କନ୍ଧମାଳ ଜିଲାରେ କାର୍ଯ୍ୟରତ ଜଣେ ମହିଳା ଏସ୍‌ଆଇ ବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ କାର୍ଯ୍ୟରତ ଜଣେ ଏସ୍‌ଆଇଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି। ହେଲେ ନ୍ୟାୟ ନ ମିଳିବାରୁ ପୀଡିତା ଜଣକ ସୋମବାର ଭୁବନେଶ୍ୱର ଆସି ପୋଲିସ ଡିଜିଙ୍କୁ ନ୍ୟାୟ ମାଗିଛନ୍ତି। ତେବେ ଡିଜିପିଙ୍କ ସହ ତାଙ୍କର ଭେଟ ହୋଇ ନ ଥିଲେ ମଧ୍ୟ କାର୍ଯ୍ୟାଳୟ ପକ୍ଷରୁ ତାଙ୍କ ଅଭିଯୋଗକୁ ଗ୍ରହଣ କରାଯାଇଥିବା ଜଣାପଡିଛି। ଅଭିଯୁକ୍ତଙ୍କୁ ଗିରଫ ସହ ତାଙ୍କୁ ଚାକିରିରୁ ବହିଷ୍କାର କରିବାକୁ ପୀଡିତା ନିବେଦନ କରିଛନ୍ତି। ପୀଡିତା ମହିଳା ଏସ୍‌ଆଇଙ୍କ ଅଭିଯୋଗ ଅନୁଯାୟୀ, ୨୦୧୭ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ପୋଲିସ ଟ୍ରେନିଂ ଏକାଡେମୀରେ ଉଭୟ ଟ୍ରେନିଂ ନେଉଥିଲେ। ଏହି ସମୟରେ ଅଭିଯୁକ୍ତ ଜଣକ ତାଙ୍କୁ ଭଲ ପାଉଥିବା କହିଥିଲେ। ଟ୍ରେନିଂ ସରିବା ପରେ ସମ୍ବଲପୁରର ଏକ ଥାନାରେ ତାଙ୍କର ପୋଷ୍ଟିଂ ହୋଇଥିଲା। ଅଭିଯୁକ୍ତ ଏସ୍‌ଆଇ ସେଠାକୁ ଯାଇ ବିବାହର ପ୍ରତିଶ୍ରୁତି ଦେଇ ପୀଡ଼ିତାଙ୍କୁ ପ୍ରଥମେ ବଳାତ୍କାର କରିଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ବିଭିନ୍ନ ସ୍ଥାନକୁ ନେଇ ବଳାତ୍କାର କରିଥିଲେ ସୁଦ୍ଧା ବିବାହ କରିବାକୁ ରାଜି ନ ହୋଇନଥିଲେ। ଏନେଇ ପୀଡ଼ିତା ମହିଳା ଏସ୍‌ଆଇ ଜଣକ ନ୍ୟାୟ ପାଇଁ ଦାରିଙ୍ଗବାଡ଼ି ଥାନାରେ ଲିଖିତ ଏତଲା ଦେଇଥିଲେ। ଅଭିଯୋଗର ୧୦ଦିନ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ ହେବାରୁ ସେ ଡିଜିପିଙ୍କ ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri