ବୋହୂଙ୍କୁ ବଳାତ୍କାର ଅଭିଯୋଗ: ଶ୍ୱଶୁର, ଦିଅର ଥାନାରେ ଅଟକ

ଦିଗପହଣ୍ଡି,୧୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ବୋହୂଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତ ଶ୍ବଶୁର,ଶାଶୁ, ନଣନ୍ଦ ଏବଂ ଦିଅରଙ୍କ ବିରୋଧରେ କେସ୍‌ ନଂ.୨୦୪/୨୦ ଅନୁଯାୟୀ ମକଦ୍ଦମା ରୁଜୁ କରିଛି। ତେବେ ଶ୍ବଶୁର, ଦିଅରଙ୍କୁ ପୋଲିସ ବୁଧବାର ଥାନାରେ ଅଟକ ରଖି ତଦନ୍ତ ଚଳାଇଛି। ଆଇଆଇସି ବସନ୍ତ କୁମାର ସେଠୀଙ୍କ ସୂଚନାନୁସାରେ ୨୦୧୭ ମାର୍ଚ୍ଚ ୭ରେ ପୀଡ଼ିତାଙ୍କ ବିବାହ ହୋଇଥିଲା। ଶ୍ବଶୁର ଘର ଲୋକଙ୍କ ଦାବି ଅନୁଯାୟୀ ୧ ଲକ୍ଷ ଟଙ୍କା ଓ ସମସ୍ତ ପ୍ରକାର ଘରକରଣା ସାମଗ୍ରୀ ଦିଆଯାଇଥିଲା। ପୁଅ ରାଜମିସ୍ତ୍ରୀ କାମ କରୁଥିବା ନେଇ ଶ୍ବଶୁର ତାଙ୍କୁ ଓ ବାପଘର ଲୋକଙ୍କୁ ମିଛ କହି ବିବାହ କାର୍ଯ୍ୟ ସାରି ଦେଇଥିଲେ। ପରବର୍ତ୍ତୀ ଅବସ୍ଥାରେ ତାଙ୍କ ସ୍ବାମୀ ମାନସିକ ଅନଗ୍ରସର ଥିବା ଜଣାପଡ଼ିଥିଲା। ତାଙ୍କୁ ଶ୍ବଶୁର ଛେଳି ଚରାଇବା କାର୍ଯ୍ୟରେ ନିୟୋଜିତ କରୁଥିଲେ। ସ୍ବାମୀଙ୍କ ଅନୁପସ୍ଥିତିରେ ଦିଅର ତାଙ୍କୁ ଛୁରି ଦେଖାଇ ଏକାଧିକ ଥର ବଳାତ୍କାର କରିଥିବା ଏତଲାରେ ଉଲ୍ଲେଖ ରହିଛି। ଏପରିକି ଶ୍ବଶୁର ମଧ୍ୟ ତାଙ୍କୁ ଘରେ କେହି ନ ଥିବା ସୁଯୋଗ ନେଇ ବହୁବାର ବଳାତ୍କାର କରିଥିବା ପୀଡ଼ିତା ତାଙ୍କ ଏତଲାରେ ଉଲ୍ଲେଖ କରିବା ସହ ତଦନ୍ତକାରୀ ପୋଲିସ ଅଧିକାରୀଙ୍କ ନିକଟରେ ବୟାନ ଦେଇଛନ୍ତି। ଶାଶୁ ଓ ନଣନ୍ଦ ସମସ୍ତ ବିଷୟ ଅବଗତ ଥିଲେ ମଧ୍ୟ ପ୍ରତିକାର କରା ନ ଯାଇ ଗର୍ଭବତୀ ଅବସ୍ଥାରେ ତାଙ୍କୁ ଡାକ୍ତରୀ ଚିକିତ୍ସା ତ ଦୂରର କଥା ସେମାନେ ତାଙ୍କୁ ମିଳିତ ଭାବେ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ସହ ବାପ ଘରୁ ଅଧିକ ୨ ଲକ୍ଷ ଟଙ୍କା ଯୌତୁକ ଆଣିବା ପାଇଁ କହି ବାପଘରକୁ ବିଦା କରିଦେଲେ। ସେଠାରେ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେବା ମଧ୍ୟ କେହି ଦେଖିବାକୁ ଗଲେ ନାହିଁ। ପରବର୍ତ୍ତୀ ଅବସ୍ଥାରେ ଶ୍ବଶୁର ତାଙ୍କୁ ଜୀବନରେ ମାରିଦେବାକୁ ଷଡ଼ଯନ୍ତ୍ର ଚଳାଇଥିବା ଏତଲାରେ ଉଲ୍ଲେଖ ରହିଛି। ପୀଡ଼ିତା ଓ ଅଭିଯୁକ୍ତମାନଙ୍କ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଯିବା ପରେ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri