ରୂପସା,୧୦।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା-୧ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକା ବୀଣାପାଣି ପ୍ରଧାନଙ୍କୁ ଉପଜିଲାପାଳଙ୍କ ପତ୍ର ସଂଖ୍ୟା ୧/ଏସ୍ଏସ୍ଡବ୍ଲ୍ୟୁ/୩.୧.୨୩ ଅନୁଯାୟୀ କାର୍ଯ୍ୟରୁ ବହିଷ୍କାର (ଅନ୍ତର) କରାଯାଇଛି। ଏ ସମ୍ପର୍କରେ ବସ୍ତା ସିଡିପିଓଙ୍କ କାର୍ଯ୍ୟାଳୟର ପତ୍ର ସଂଖ୍ୟା ୧୩/୭.୧.୨୩ ଦ୍ୱାରା ଉକ୍ତ ସହାୟିକାଙ୍କୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହାର ଏକକିତା ନକଲ ସମାଜ ମଙ୍ଗଳ ଅଧିକାରିଣୀ, ମହିଳା ପରିଦର୍ଶିକା ଓ ଅଙ୍ଗନୱାଡ଼ି କର୍ମୀଙ୍କ ଅବଗତି ଓ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରେରଣ କରାଯାଇଛି। ଏହି ସହାୟିକା ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଅଭିଭାବକ ଓ ଗ୍ରାମବାସୀ ଗତ ଡିସେମ୍ବର ୧୬ ତାରିଖରେ କେନ୍ଦ୍ରରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଏ ସମ୍ପର୍କରେ ଅନ୍ୟ ଆବେଦନକାରୀ ପ୍ରାର୍ଥତ୍ନୀଙ୍କ ସମେତ ଅଭିଭାବକ ଓ ଗ୍ରାମବାସୀ ଜିଲାପାଳ, ଉପଜିଲାପାଳ ଓ ବିଡିଓଙ୍କୁ ଲିଖିତ ଅଭିଯୋଗ କରିଥିଲେ। ପ୍ରଶାସନ ପକ୍ଷରୁ ନିଯୁକ୍ତି ଘଟଣାର ତଦନ୍ତ ପରେ ଉକ୍ତ ସହାୟିକାଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ନେଇ ନିର୍ଦ୍ଦେଶନାମା ଜାରି ହୋଇଛି।
୪ ବର୍ଷ ଧରି ପାଚିକା ପଦବୀ ଖାଲି ପଡ଼ିଥିଲା। ୨୦୨୦ ଡିସେମ୍ବରରେ ପାଚିକା ନିଯୁକ୍ତି ପାଇଁ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ପାଚିକା ପାଇଁ ଗୀତା ସିଂ, ରେଖା ସିଂ ଓ ବୀଣାପାଣି ପ୍ରଧାନ ଆବେଦନ କରିଥିଲେ। ଗତ ନଭେମ୍ବର ୧୯ ତାରିଖରେ ଏହି କେନ୍ଦ୍ରରେ ପାଚିକା ଚୟନ ନିମନ୍ତେ ବିଭାଗ ପକ୍ଷରୁ ବୈଠକ ହୋଇଥିଲା। ବିଭାଗୀୟ ଅଧିକାରୀ ଉପସ୍ଥିତ ନ ଥିବା ଦର୍ଶାଇ ପରବର୍ତ୍ତୀ ପର୍ଯ୍ୟାୟରେ ଚୟନ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ବ୍ୟାପକ ଅର୍ଥ କାରବାର ହୋଇ ଗତ ଡିସେମ୍ବର ୧୫ ତାରିଖରେ ବସ୍ତା ବ୍ଲକ କାର୍ଯ୍ୟାଳୟରେ ଆବେଦନକାରୀଙ୍କୁ ଡକାଯାଇ ବିଭାଗ ପକ୍ଷରୁ ଅକସ୍ମାତ ପରୀକ୍ଷା କରାଯାଇ ବୀଣାପାଣି ପ୍ରଧାନଙ୍କୁ ସହାୟିକା ଭାବେ ଚୟନ କରାଯିବାକୁ ବିରୋଧ ହୋଇଥିଲା।
ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ତଦନ୍ତ ପରେ ଅଙ୍ଗନୱାଡ଼ି ସହାୟିକାଙ୍କୁ ବହିଷ୍କାର
Posted inଆମ ଜିଲା ଖବର, ବାଲେଶ୍ୱର View All
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…
୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର
ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…
ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…
ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…
ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ
ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…
Archives

