ରୂପସା,୧୦।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା-୧ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକା ବୀଣାପାଣି ପ୍ରଧାନଙ୍କୁ ଉପଜିଲାପାଳଙ୍କ ପତ୍ର ସଂଖ୍ୟା ୧/ଏସ୍ଏସ୍ଡବ୍ଲ୍ୟୁ/୩.୧.୨୩ ଅନୁଯାୟୀ କାର୍ଯ୍ୟରୁ ବହିଷ୍କାର (ଅନ୍ତର) କରାଯାଇଛି। ଏ ସମ୍ପର୍କରେ ବସ୍ତା ସିଡିପିଓଙ୍କ କାର୍ଯ୍ୟାଳୟର ପତ୍ର ସଂଖ୍ୟା ୧୩/୭.୧.୨୩ ଦ୍ୱାରା ଉକ୍ତ ସହାୟିକାଙ୍କୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହାର ଏକକିତା ନକଲ ସମାଜ ମଙ୍ଗଳ ଅଧିକାରିଣୀ, ମହିଳା ପରିଦର୍ଶିକା ଓ ଅଙ୍ଗନୱାଡ଼ି କର୍ମୀଙ୍କ ଅବଗତି ଓ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରେରଣ କରାଯାଇଛି। ଏହି ସହାୟିକା ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଅଭିଭାବକ ଓ ଗ୍ରାମବାସୀ ଗତ ଡିସେମ୍ବର ୧୬ ତାରିଖରେ କେନ୍ଦ୍ରରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଏ ସମ୍ପର୍କରେ ଅନ୍ୟ ଆବେଦନକାରୀ ପ୍ରାର୍ଥତ୍ନୀଙ୍କ ସମେତ ଅଭିଭାବକ ଓ ଗ୍ରାମବାସୀ ଜିଲାପାଳ, ଉପଜିଲାପାଳ ଓ ବିଡିଓଙ୍କୁ ଲିଖିତ ଅଭିଯୋଗ କରିଥିଲେ। ପ୍ରଶାସନ ପକ୍ଷରୁ ନିଯୁକ୍ତି ଘଟଣାର ତଦନ୍ତ ପରେ ଉକ୍ତ ସହାୟିକାଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ନେଇ ନିର୍ଦ୍ଦେଶନାମା ଜାରି ହୋଇଛି।
୪ ବର୍ଷ ଧରି ପାଚିକା ପଦବୀ ଖାଲି ପଡ଼ିଥିଲା। ୨୦୨୦ ଡିସେମ୍ବରରେ ପାଚିକା ନିଯୁକ୍ତି ପାଇଁ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ପାଚିକା ପାଇଁ ଗୀତା ସିଂ, ରେଖା ସିଂ ଓ ବୀଣାପାଣି ପ୍ରଧାନ ଆବେଦନ କରିଥିଲେ। ଗତ ନଭେମ୍ବର ୧୯ ତାରିଖରେ ଏହି କେନ୍ଦ୍ରରେ ପାଚିକା ଚୟନ ନିମନ୍ତେ ବିଭାଗ ପକ୍ଷରୁ ବୈଠକ ହୋଇଥିଲା। ବିଭାଗୀୟ ଅଧିକାରୀ ଉପସ୍ଥିତ ନ ଥିବା ଦର୍ଶାଇ ପରବର୍ତ୍ତୀ ପର୍ଯ୍ୟାୟରେ ଚୟନ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ବ୍ୟାପକ ଅର୍ଥ କାରବାର ହୋଇ ଗତ ଡିସେମ୍ବର ୧୫ ତାରିଖରେ ବସ୍ତା ବ୍ଲକ କାର୍ଯ୍ୟାଳୟରେ ଆବେଦନକାରୀଙ୍କୁ ଡକାଯାଇ ବିଭାଗ ପକ୍ଷରୁ ଅକସ୍ମାତ ପରୀକ୍ଷା କରାଯାଇ ବୀଣାପାଣି ପ୍ରଧାନଙ୍କୁ ସହାୟିକା ଭାବେ ଚୟନ କରାଯିବାକୁ ବିରୋଧ ହୋଇଥିଲା।
ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ତଦନ୍ତ ପରେ ଅଙ୍ଗନୱାଡ଼ି ସହାୟିକାଙ୍କୁ ବହିଷ୍କାର
Posted inଆମ ଜିଲା ଖବର, ବାଲେଶ୍ୱର View All
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ
ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ
ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...
Archives


