ପରିଚାଳନା କମିଟି ସଭାପତିଙ୍କ ନାଁରେ ଯୌନ ଉତ୍ପୀଡ଼ନ ଅଭିଯୋଗ

ଯାଜପୁର ରୋଡ୍‌,୨୬ା୯(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରଦୀପ ବିଶ୍ୱାଳ ଛାତ୍ରୀଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିବା ନେଇ ଅଭିଯୋଗ ହୋଇଛି। ଜଣେ ଛାତ୍ରୀଙ୍କ ଅଭିଯୋଗ ଆଧାରରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟର ଜିଲା ଅନ୍ତରୀଣ ଅଭିଯୋଗ କମିଟିକୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।
ଗତ ମାସ ୧ ତାରିଖରେ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ସଚିବଙ୍କୁ ଏକ ଚିଠି ହସ୍ତଗତ ହୋଇଥିଲା। ଏହି ଚିଠି ମାଧ୍ୟମରେ ବ୍ୟାସନଗର ମହାବିଦ୍ୟାଳୟର ଜଣେ ଛାତ୍ରୀ ଯାଜ୍ଞସେନୀ (ଛଦ୍ମନାମ) କଲେଜ ପରିଚାଳନା କମିଟି ସଭାପତିଙ୍କ ନାମରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣିଛନ୍ତି। ମହାବିଦ୍ୟାଳୟ ଛାତ୍ରୀନିବାସର ଅଧୀକ୍ଷକ ଅନ୍ତେବାସୀମାନଙ୍କୁ କଲେଜ ଗେଷ୍ଟ ହାଉସକୁ ପଠାଇ ପରିଚାଳନା କମିଟି ସଭାପତି ବିଶ୍ୱାଳଙ୍କ ସହିତ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିବା ଚିଠିରେ ଦର୍ଶାଯାଇଛି। ଶାରୀରିକ ସମ୍ପର୍କ ନ ରଖିଲେ ମାର୍କ କାଟିଦେବା ଏବଂ ପରୀକ୍ଷାରେ ଫେଲ୍‌ କରିଦେବାର ଭୟ ଦେଖାଯାଉଛି। ଏପରି କି ବିଶ୍ୱାଳ ସମ୍ପୃକ୍ତ ଛାତ୍ରୀଙ୍କୁ ପାଖକୁ ଡାକି ତାଙ୍କ ଲିପଷ୍ଟିକ, ହେୟାର ଷ୍ଟାଇଲ ଏବଂ ସମ୍ବେଦନଶୀଳ ଅଙ୍ଗ ଉପରେ ଅଶ୍ଳୀଳ ମନ୍ତବ୍ୟ ଦେବା ସହ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରିଥିଲେ ବୋଲି ଚିଠିରେ ଦର୍ଶାଯାଇଛି। ଛାତ୍ରୀ ଜଣକ ଏ ସମ୍ପର୍କରେ ଛାତ୍ରୀନିବାସ ଅଧୀକ୍ଷକଙ୍କୁ ଜଣାଇଥିଲେ ମଧ୍ୟ ସେ ମୁହଁ ବନ୍ଦ ରଖିବା ପାଇଁ କହିଥିଲେ। ପାଠପଢ଼ା ବନ୍ଦ ହୋଇଯିବା ଭୟରେ ସେ ଏକଥା ପରିବାର ଲୋକଙ୍କୁ ଜଣାଇ ନ ଥିବା ଉଲ୍ଲେଖ କରିଛନ୍ତି। ସଭାପତି ବିଶ୍ୱାଳ ଛାତ୍ରୀନିବାସ ଅଧୀକ୍ଷକଙ୍କ ନିକଟରୁ ଫୋନ ନମ୍ବର ନେଇ ଛାତ୍ରୀମାନଙ୍କୁ ଫୋନ କରିବା ସହିତ ଜଣେ ଅଧ୍ୟାପିକାଙ୍କୁ ବଳାତ୍କାର କରିଥିବା ମଧ୍ୟ ଚିଠିରେ ଦର୍ଶାଯାଇଛି। ସମ୍ପୃକ୍ତା ଅଧ୍ୟାପିକା ଏ ବିଷୟରେ ପ୍ରଘଟ କରିଦେବା ନେଇ କହିବାରୁ ତାଙ୍କୁ ଚାକିରିରୁ ବିଦା କରାଯାଇଥିବା ସମ୍ପୃକ୍ତ ଛାତ୍ରୀ ତାଙ୍କ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଏପରିକି ବର୍ତ୍ତମାନର କଲେଜ ଅଧ୍ୟକ୍ଷ ନିଜ ପେନସନ ଚାଲିଯିବା ଭୟରେ ଚୁପ୍‌ ରହୁଥିବା ମଧ୍ୟ ଛାତ୍ରୀ ଅଭିଯୋଗରେ ଦର୍ଶାଇଛନ୍ତି। ଏହାର ତଦନ୍ତ ପାଇଁ ସୋମବାର ଉଚ୍ଚଶିକ୍ଷା ବିଭାଗ ସ୍ବତନ୍ତ୍ର ସଚିବ ପ୍ରମୋଦ କୁମାର ମିଶ୍ର ଜିଲାପାଳଙ୍କ କାର୍ଯ୍ୟାଳୟର ଜିଲା ଅନ୍ତରୀଣ ଅଭିଯୋଗ କମିଟିକୁ ନିର୍ଦ୍ଦେଶ (ଚିଠି ସଂଖ୍ୟା ଏଚ୍‌ଇ-ଏନ୍‌ସିଇଟି-୧-ମିସ-୦୪୦୭-୨୦୨୩/ ୪୧୧୯୯/ ଚ୍‌ଇ/୨୫ା୯ା୨୦୨୩) ଦେବା ସହିତ ଏ ସଂକ୍ରାନ୍ତୀୟ ସମ୍ପୂର୍ଣ୍ଣ ତଥ୍ୟ ୭ ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗ ନିକଟରେ ପ୍ରଦାନ କରିବାକୁ ସମୟସୀମା ଧାର୍ଯ୍ୟ କରିଛନ୍ତି।
ଅପରପକ୍ଷରେ ପରିଚାଳନା କମିଟି ସଭାପତି ପ୍ରଦୀପ ବିଶ୍ୱାଳଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, କଲେଜରେ ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରୁଥିବା, ଏପରିକି ମଦ୍ୟପାନ କରି ଏବଂ ମନଇଚ୍ଛା କଲେଜ ଆସି ଶିକ୍ଷାଦାନ କରୁଥିବା କେତେଜଣ ଅଧ୍ୟାପକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ପରେ ଏପରି ବେନାମୀ ଚିଠି କରାଯାଇ ତାଙ୍କୁ ବଦନାମ କରାଯାଉଛି। ଅଭିଯୋଗର ସତ୍ୟାସତ୍ୟ କିଛି ନାହିଁ। ଯେକୌଣସି ତଦନ୍ତର ସମ୍ମୁଖୀନ ପାଇଁ ସେ ପ୍ରସ୍ତୁତ ଥିବା କହିଛନ୍ତି। ଏନେଇ କଲେଜ ଅଧ୍ୟକ୍ଷ ଉପେନ୍ଦ୍ର କୁମାର ସ୍ବାଇଁଙ୍କୁ ପଚାରିବାରୁ ସେ ଛୁଟିରେ ଥିବା ଏବଂ ଏଭଳି ଚିଠି ସମ୍ପର୍କରେ କିଛି ଜାଣି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri