ଖାକିରେ ଲାଗିଲା ଦାଗ: ମହିଳା ହୋମ୍‌ଗାର୍ଡଙ୍କ ନାମରେ ଯୌନ ଶୋଷଣ ଅଭିଯୋଗ

ନବରଙ୍ଗପୁର,୨୯ା୬(ବି.ପ୍ର.)- ଜଣେ ମହିଳା ହୋମଗାର୍ଡଙ୍କ ନାମରେ ଜଣେ ଯୁବତୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏପରି ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ। ଉମରକୋଟ ଥାନା ଅଞ୍ଚଳର ସମ୍ପୃକ୍ତା ଯୁବତୀ(୨୦)ଙ୍କୁ ତାଙ୍କ ପରିବାର ଲୋକଙ୍କୁ ନ ଜଣାଇ ୪ବର୍ଷ ତଳେ ଉମରକୋଟ ଥାନାର ଜଣେ ମହିଳା ହୋମ ଗାର୍ଡ ତୋତେ କାମ ଯୋଗାଇ ଦେବି କହି ଉମରକୋଟ ନେଇ ଏକ ସାହିରେ ରଖିଥିଲେ। ସେଠାରେ ତାଙ୍କୁ ମାରପିଟ କରି ଜୋର ଜବରଦସ୍ତ ହୋମଗୋର୍ଡ ଜଣକ ଯୌନ ନିର୍ଯାତନା ଦେଉଥିଲେ। ଏ ସମ୍ପର୍କରେ କାହାକୁ ଜଣାଇଲେ ଜୀବନରେ ମାରି ଦେବାକୁ ସେ ଧମକ ଦେଉଥିଲେ। ଏନେଇ ସୂଚନା ପାଇ ପରିବାର ଲୋକେ ମହିଳା ହୋମ ଗାର୍ଡଙ୍କୁ ପଚାରିଥିଲେ ମଧ୍ୟ ସେ କିଛି ଜାଣି ନ ଥିବା କହିଥିଲେ। କରୋନା ଯୋଗୁ ଲକ୍‌ଡାଉନ ହେବା ପରେ ସେ ସମ୍ପୃକ୍ତା ଯୁବତୀଙ୍କୁ ନେଇ ୧୭ା୫ା୨୦ରେ ତାଙ୍କ ଗ୍ରାମରେ ଛାଡି ଚାଲି ଆସିଥିଲେ। ଘରେ ପରିବାର ଲୋକଙ୍କୁ ଯୁବତୀ ଜଣକ ସବୁ କଥା ଜଣାଇ ଗ୍ରାମବାସୀଙ୍କ ସହ ପରାମର୍ଶ କରିଥିଲେ। ଶେଷରେ ନିଜେ ଉମରକୋଟ ଥାନାରେ ପହଞ୍ଚତ୍ ସମ୍ପୃକ୍ତା ମହିଳା ହୋମ୍‌ଗାର୍ଡଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଏ ସମ୍ପର୍କରେ ଯୁବତୀଙ୍କୁ ପଚାରିବାରୁ ସେ କହିଲେ ଯେ, ସମ୍ପୃକ୍ତା ହୋମଗାର୍ଡ ତାଙ୍କୁ ୪ ବର୍ଷ ହେଲା ଉମରକୋଟରେ ଏକ ବନ୍ଦ ଘର ଭିତରେ ରଖି ଯୌନ ନିର୍ଯାତନା ଦେଉଥିଲେ। ସେଠାରୁ ଫେରିବା ପରେ ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହୋଇଛି । ଏ ସମ୍ପର୍କରେ ଉମରକୋଟ ଥାନା ଅଧିକାରୀ ନରେଶ କୁମାର ପ୍ରଧାନଙ୍କୁ ପଚାରିବାରୁ ସେ କହିଲେ ଯେ, ଘଟଣାକୁ ଆମେ ଗୁରୁତର ସହ ନେଇଛୁ। ଏନେଇ ୧୫୬/୨୦ରେ ଏକ ମାମଲା ରୁଜୁ ହୋଇଛି। ମଙ୍ଗଳବାର ୧୬୪ ଧାରାରେ ତାଙ୍କର ବୟାନ ରେକର୍ଡ ହେବ। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ସମ୍ପୃକ୍ତା ମହିଳା ହୋମ୍‌ଗାର୍ଡଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

ନବରଙ୍ଗପୁରରେ ବାଘ ଛେଳି ଛକାପଞ୍ଝା: ମନୋହର ରନ୍ଧାରିଙ୍କୁ ଗଣଣଶିକ୍ଷା ମନ୍ତ୍ରୀ କହିଲେ…

ନବରଙ୍ଗପୁର,୧୫।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାସ୍ତରୀୟ ଲୋକ ମହୋତ୍ସବ ମଣ୍ଡେଇ -୨୦୨୫ ରବିବାର ଉଦ୍‌ଯାପିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ...

ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଅନ୍ତେବାସୀ ଛାତ୍ର ଗୁରୁତର ଘଟଣା: ରାତିଅଧରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ନିଲମ୍ବିତ, ରୋଷେୟା ବହିଷ୍କୃତ

ନବରଙ୍ଗପୁର,୨୯।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର...

ପାଚେରି ଡେଇଁ ଗୁରୁତର ଛାତ୍ରଙ୍କୁ ଉଦ୍ଧାରକଲେ ପ୍ରଦୀପ ମାଝୀ: ଚିକିତ୍ସା ନ କରାଇ ୯ଦିନ ପର୍ଯ୍ୟନ୍ତ ହଷ୍ଟେଲରେ ତାଲା ପକାଇ ରଖିଥିଲେ

ନବରଙ୍ଗପୁର,୨୯।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର...

ଅନ୍ୟ ଜାତିରେ ବିବାହ କରିଥିଲେ ବାପା, ପୁଅର ମୃତଦେହ ଛୁଇଁଲେନି ସମାଜ ଲୋକେ

ଚନ୍ଦାହାଣ୍ଡି/ନବରଙ୍ଗପୁର,୨୯।୧୧(ଦିଲ୍ଲୀପ ଦାସ/ସଦଶିବ ପ୍ରହରାଜ): ଯେତେ ସଚେତନକଲେ ମଧ୍ୟ ଲୋକଙ୍କ ଭିତରେ ଏବେ ମଧ୍ୟ ଅନ୍ଧବିଶ୍ୱାସ, ଜାତିପ୍ରଥା ଭରି ରହିଛି। ଏହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି...

ବ୍ୟବସାୟୀଙ୍କ ଘରେ ସଶସ୍ତ୍ର ଡକାୟତି, ସ୍ତ୍ରୀଙ୍କୁ ଛୁରିରେ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ…

ଝରିଗାଁ,୨୭ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ଅଞ୍ଚଳରେ ଦିନକୁ ଦିନ ଚୋରି ଡକାୟତି ବଢୁଥିବା ବେଳେ ଦୁର୍ବୃତ୍ତମାନେ କଳାକନା ବୁଲାଇ ନିର୍ଭୟରେ ବୁଲୁଛନ୍ତି। ଯାହାଫଳରେ ଅଞ୍ଚଳରେ ରହୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri