ଝରିଗାଁ ବିଧାୟକଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ

ନବରଙ୍ଗପୁର/ଉମରକୋଟ, ୪ା୫(ବି.ପ୍ର./ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଜେଡି ବିଧାୟକ ପ୍ରକାଶ ମାଝିଙ୍କ ନାମରେ ଜଣେ ଯୁବତୀ ଯୌନ ନିର୍ଯାତନା ଓ ହତ୍ୟା ଧମକ ଦେବା ଅଭିଯୋଗ ଆଣିଛନ୍ତି। ପୀଡ଼ିତା ଖଣ୍ଡଗିରି ଥାନାରେ ଲିଖିତ ଅଭିଯୋଗ କରିବା ସତ୍ତ୍ୱେ ପୋଲିସ ଏତଲା ଗ୍ରହଣ କରୁ ନ ଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛି କଂଗ୍ରେସ ଓ ଭାଜପା। ବିଧାୟକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିକରି ମଙ୍ଗଳବାର ତାଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି ଉଭୟ ଦଳର ନେତା ଓ କର୍ମୀମାନେ। ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ୱରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆନ୍ଦୋଳନ ଜୋର୍‌ଦାର ହେବ ବୋଲି ଉଭୟ ଭାଜପା ଓ କଂଗ୍ରେସ ପୃଥକ୍‌ ଖବରଦାତା ସମ୍ମିଳନୀ କରି ଚେତାବନୀ ଦେଇଛନ୍ତି। ବିଧାୟକ ୩ ବର୍ଷ ହେବ ପୀଡ଼ିତାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ ହତ୍ୟା ଧମକ ଦେଇଛନ୍ତି। କିନ୍ତୁ ପୋଲିସ ବିଧାୟକଙ୍କ ନାମରେ ମାମଲା ରୁଜୁ କରୁ ନ ଥିବା ଜିଲା କଂଗ୍ରେସ ସଭାପତି ମୁନା ତ୍ରିପାଠୀ ଅଭିଯୋଗ କରିଛନ୍ତି। ତାଙ୍କ ବିରୋଧରେ କାର୍ଯ୍ୟାନଷ୍ଠାନ ଗ୍ରହଣ ସହ ବିଧାୟକ ପଦ ରଦ୍ଦ କରିବାକୁ କଂଗ୍ରେସ ଦାବି କରିଛି।
ସେହିଭଳି ନବରଙ୍ଗପୁର ଚାମୁରିଆଗୁଡ଼ାସ୍ଥିତ ଜିଲା ଭାଜପା କାର୍ଯ୍ୟାଳୟରେ ମଧ୍ୟ ଦଳୀୟ ନେତାମାନେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ପୋଲିସ କାହା ଇଙ୍ଗିତରେ ବିଧାୟକ ମାଝିଙ୍କୁ ସୁରକ୍ଷା ଦେଉଛି ବୋଲି ଭାଜପା ପ୍ରଶ୍ନ କରିଛି। ଭାଜପା ମଧ୍ୟ ପ୍ରକାଶ ମାଝିଙ୍କ ବିଧାୟକ ପଦ ରଦ୍ଦ କରିବାକୁ ଦାବି କରିଛି।
କଂଗ୍ରେସ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲା କଂଗ୍ରେସ ଉପସଭାପତି ଦିଲୀପ ବେହେରା, ସମ୍ପାଦକ ପରି ସାହୁ ଉପସ୍ଥିତ ଥିଲେ। ଭାଜପାର ଖବରଦାତା ସମ୍ମିଳନୀରେ ଜିଲା ଭାଜପା ସଭାପତି ଜଗଦୀଶ ଚନ୍ଦ୍ର ମାଝି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଘଟଣା ସମ୍ପର୍କରେ ଜାଣିବାକୁ ବିଧାୟକଙ୍କୁ ଫୋନ୍‌ ଲଗାଇବାରୁ ତାଙ୍କ ମୋବାଇଲ ସୁଇଚ୍‌ ଅଫ୍‌ ଥିଲା। ତେଣୁ ଘଟଣା ସମ୍ପର୍କରେ ତାଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri