ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି ସ୍ତ୍ରୀ ଅଭିଯୋଗ କରିଛନ୍ତି। ଏପରି ଘଟଣା କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ସାପେରି ଗ୍ରାମରେ ଘଟିଛି। ମୃତକ ହେଲେ କାମଦେବ ମାଝୀ(୩୩)।

ମିଳିଥିବା ସୂଚନା ଅନୁସାରେ, କାମଦେବ ବେଲଘର ପଞ୍ଚାୟତର ତୁଆ କଲା ଗ୍ରାମର। ସେ ଦୀର୍ଘ ବର୍ଷ ହେବ ଗୁମା ଗ୍ରାମ ପଞ୍ଚାୟତ ସାପେରି ଗ୍ରାମରେ ବିବାହ କରିଥିଲେ। ବିବାହ ପରେ ସେ ସେଠାରେ ଶ୍ୱଶୁର ଘରେ ରହୁଥିଲେ। ଶୁକ୍ରବାର ଅପରାହ୍ନରେ କାମଦେବ, ଲିପଟୁ ମାଝୀ ଓ ମଧୁସୂଦନ ମାଝୀ ତିନି ଜଣ ମିଶିକି ଦେଶୀ ବନ୍ଧୁକ ଧରି ଶିକାର କରିବା ପାଇଁ ବାହାରି ଥିଲେ ନିକଟ ବେଲଘର ଅଞ୍ଚଳର କାଡାପାନା ଜଙ୍ଗଲକୁ। ସେହି ଜଙ୍ଗଲରେ ଶିକାର କରିବା ସମୟରେ ସାଥୀ ଶିକାରୀଙ୍କ ଗୁଳି କାମଦେବଙ୍କ ଛାତିରେ ବାଜିଯିବାରୁ ଘଟଣା ସ୍ଥଳରେ ଟଳିପଡ଼ିଲେ। ଗୁଳିବାଜିବା ପରେ ସାଥି ଶିକାରୀମାନେ ଗ୍ରାମବାସୀଙ୍କୁ ସୂଚନା ଦେଇଥିଲେ। ସୂଚନା ପାଇବା ପରେ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ ଏବଂ ବେଲଘର ପୋଲିସକୁ ସୂଚନା ଦେଇଥିଲେ।

ବେଲଘର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ମୃତ କାମଦେବଙ୍କ ସ୍ତ୍ରୀ ଚୁମୁକି ମୋ ସ୍ବାମୀଙ୍କୁ ଗୁଳି କରି ହତ୍ୟା କରାଯାଇଛି ବୋଲି ଅଭିଯୋଗ କରିଛନ୍ତି। ମୋ’ ସ୍ବାମୀଙ୍କୁ ଘରକୁ ଆସି ଶିକାରକୁ ଯିବା କହି ଡାକିନେଇ ଗୁଳି କରି ହତ୍ୟା କଲେ ବୋଲି ଅଭିଯୋଗ କରିଛନ୍ତି। ଏ ନେଇ ବେଲଘର ପୋଲିସ ୩୯/୨୬ରେ ଏକ ମାମଲା ରୁଜୁ କରି ଦୁଇ ଜଣ ଅଭିଯୁକ୍ତକୁ ଗିରଫ କରିବା ସହିତ ଘଟଣାର ସମ୍ପୂର୍ଣ୍ଣ ତଦନ୍ତ କରାଯିବ ଏବଂ ସ୍ପଷ୍ଟୀକରଣ ଦିଆଯିବ ବୋଲି ବେଲଘର ଥାନା ଅଧିକାରୀ ସୌମ୍ୟ ରଞ୍ଜନ ପତି କହିଛନ୍ତ। ବର୍ତ୍ତମାନ ମୃତଦେହକୁ ବ୍ୟବଚ୍ଛେଦ କରିବା ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri