ପ୍ରେମ, ପ୍ରତାରଣାରୁ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ

ଚଣ୍ଡିଖୋଲ/ଛତିଆ, ୨୪ା୪(ଡି.ଏନ.ଏ.):: ପ୍ରେମ, ପ୍ରତାରଣାରୁ ଯାଜପୁର ଜିଲା ବୈରୀ ଥାନା ଅଧୀନ କାଇମାଟିଆ ପଞ୍ଚାୟତ ବିରିଜଙ୍ଗା ଗ୍ରାମର ଜଣେ ଯୁବକଙ୍କ ଆତ୍ମହତ୍ୟାକୁ ନେଇ ରବିବାର ଥାନା ଘେରାଉ କରିଛନ୍ତି ଗ୍ରାମବାସୀ। ସେମାନେ ଥାନା ନିକଟରେ ମୃତଦେହ ରଖି ପ୍ରାୟ ୨ ଘଣ୍ଟା ଘେରାଉ କରିବା ସହିତ ମୃତକଙ୍କ ପରିବାରକୁ ନ୍ୟାୟ ପ୍ରଦାନ ପାଇଁ ଦାବି କରିଥିଲେ। ଥାନା ଅଧିକାରୀ ପ୍ରଦୀପ କୁମାର କାନୁନଗୋ ଏଦିଗରେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେବାପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ଗ୍ରାମବାସୀଙ୍କ ଅଭିଯୋଗ, ଅନୁଯାୟୀ ବିରିଜଙ୍ଗା ଗ୍ରାମର କୈଳାସ ଲେଙ୍କାଙ୍କ ପୁଅ ପ୍ରଭାତ କୁମାର ଲେଙ୍କା(୨୬) ବୈରୀ ଗ୍ରାମର ଜଣେ ଯୁବତୀଙ୍କୁ ୪ ବର୍ଷ ହେବ ଭଲ ପାଉଥିଲେ। ସମ୍ପୃକ୍ତ ଯୁବତୀ ଓ ତାଙ୍କ ପରିବାର ପ୍ରଭାତଙ୍କ ନିକଟରୁ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ ସୁନା ଗହଣା ନେଇଛନ୍ତି। ଏପରି କି ଯୁବତୀଙ୍କ ବାପା ପ୍ରଭାତଙ୍କୁ ଡାକି ମଝିରେମଝିରେ ଗାଳି ଗୁଲଜ କରନ୍ତି ଏବଂ ଅଧିକ ଟଙ୍କା ଓ ସୁନା ଆଣିବାକୁ ଚାପ ପ୍ରୟୋଗ କରନ୍ତି। ଏନେଇ ଗତ ୬ ତାରିଖରେ ବୈରୀ ଥାନାରେ ଅଭିଯୋଗ ହୋଇଥିଲା। ପରେ କେତେଜଣ ଭଦ୍ରଲୋକଙ୍କ ମାଧ୍ୟମରେ ଘଟଣାର ସମାଧାନ ହୋଇଥିଲା। ସମାଧାନ ପରେ ବି ଯୁବତୀଙ୍କ ବାପା ପ୍ରଭାତଙ୍କୁ ଡାକି ମାନସିକ ଓ ଶାରୀରିକ ଯନ୍ତ୍ରଣା ଦେଉଥିଲେ। ଯେଉଁଥି ପାଇଁ ପ୍ରଭାତ ଶନିବାର ସକାଳେ ଘରେ ବେକରେ ରଶି ଲଗାଇ ଦେଇଥିଲେ। ତାଙ୍କୁ ପ୍ରଥମେ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇ ଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ରବିବାର ମୃତଦେହ ବ୍ୟବଚ୍ଛେଦ ପରେ ତାହାକୁ ଗ୍ରାମବାସୀ ଆମ୍ବୁଲାନ୍ସ ଯୋଗେ ଆଣି ଥାନା ଘେରାଉ କରିଥିଲେ। ପ୍ରଭାତଙ୍କ ବଡ଼ ବାପା ସୁବାସ ଚନ୍ଦ୍ର ଲେଙ୍କାଙ୍କ ଅଭିଯୋଗକ୍ରମେ ନଂ.୭୩/୨୩ରେ ଥାନାରେ ଏକ ମାମଲା ରୁଜୁ ହୋଇଛି। ଅନ୍ୟପକ୍ଷରେ ଅଭିଯୋଗକୁ ଆଧାର କରି ତଦନ୍ତ ଆରମ୍ଭ ହୋଇଛି। ଏ ଘଟଣାରେ ଯିଏ ଦୋଷୀ ହୋଇଥିବେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ଅଧିକାରୀ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri