୫୦ ହଜାର ଟଙ୍କା ଯୌତୁକ ଦାବିରେ ନିର୍ଯ୍ୟାତନା ସହ ହତ୍ୟା ଉଦ୍ୟମ ଅଭିଯୋଗ

ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ବିବାହର ୬ ମାସ ପରଠାରୁ ଅଧିକ ୫୦ ହଜାର ଟଙ୍କା ଯୌତୁକ ଦାବି କରି ଶ୍ୱଶୁର ଘର ଲୋକେ ବୋହୂଙ୍କୁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହ ହତ୍ୟା ଉଦ୍ୟମ କରିବା ନେଇ ନିର୍ଯ୍ୟାତନାର ଶିକାର ମହିଳା ଜଣଙ୍କ ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ଏଭଳି ଏକ ଘଟଣା ହିଞ୍ଜିଳି ଥାନା ଖରିଡା ଗ୍ରାମରେ ଘଟିଛି। ଅଭିଯୋଗ ପ୍ରକାରେ, କବିସୂର୍ଯ୍ୟନଗର ଥାନା ଚାଙ୍ଗୁଡିଆପଦର ନୂଆଁଗାଁର ହାଡୁ ମହାରଣାଙ୍କ ଝିଅ ମିନାକ୍ଷୀ ମହାରଣାଙ୍କ ସହ ହିଞ୍ଜିଳି ଥାନା ଖରିଡା ଗ୍ରାମର ଭଗବାନ ମହାରଣାଙ୍କ ପୁଅ ସନ୍ତୋଷ ମହାରଣାଙ୍କ ସହ ୨୦୨୦ ମସିହା ଏପ୍ରିଲ ୧୭ ତାରିଖରେ ବାହାଘର ହୋଇଥିଲା। ବାହାଘର ସମୟରେ ବରଘର ଦାବି ମୁତାବକ ୧ଲକ୍ଷ ଟଙ୍କା ସହ ୭ ଭରି ଓଜନର ସୁନା ଅଳଙ୍କାର ଓ ଅନ୍ୟାନ୍ୟ ଘରକରଣା ସାମଗ୍ରୀ ପ୍ରଦାନ କରାଯାଇଥିଲା। ବାହାଘରର ୬ ମାସ ପରେ ଶ୍ୱଶୁର ଘର ଲୋକେ ଅଧିକ ୫୦ ହଜାର ଟଙ୍କା ଯୌତୁକ ଦାବି କରି ମିନାକ୍ଷୀଙ୍କୁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେଇ ଆସୁଥିଲେ। ଏହା ଅସହ୍ୟ ହେବାରୁ ମହିଳା ଜଣଙ୍କ ଭାଇ ପାଖକୁ ଚାଲି ଯାଇଥିଲେ। ମହିଳାଙ୍କ ଏକ କନ୍ୟା ସନ୍ତାନ ଜନ୍ମ ହେବା ପରେ ଶ୍ୱଶୁର ଘର ଲୋକେ ବୁଝାସୁଝା କରି ବୋହୂଙ୍କୁ ଘରକୁ ଆଣିଥିଲେ। ପରବର୍ତ୍ତୀ ସମୟରେ ମହିଳା ଜଣଙ୍କ ବାପା ଘରକୁ ଯାଇଥିଲେ । ସେଠାରୁ ଫେରିବା ପରେ ଶ୍ୱଶଉର ଘର ଲୋକେ ମହିଳାଙ୍କୁ ଘର ଭିତରକୁ ପ୍ରବେଶ କରିବାକୁ ଦେଇନଥିଲେ। ଯୌତୁକ ବାବଦକୁ ୫୦ ହଜାର ଟଙ୍କା ଆଣିଲେ ଘରକୁ ଆସିବୁ ବୋଲି ରୋକ ଠୋକ କହିଥିଲେ। ଅଧିକ ଯୈାତୁକ ଦେବାକୁ ଅସମର୍ଥ ପ୍ରକାଶ କରିବାରୁ ସ୍ବାମୀ ସମେତ ଶାଶୁ, ଶଶୁର ଓ ୨ ଦିଅର ମିଶି ଟଣାଓଟରା କରିବା ସହ ମାଡ ମାରିବା ଏବଂ ଗଳା ଚିପି ହତ୍ୟା କରିବାକୁ ଉଦ୍ୟମ କରିଥିଲେ ବୋଲି ମିନାକ୍ଷୀ ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ- ୩୩୫/୨୫ ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ କରୁଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri