ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି । ଧର୍ମଶାଳା ଜିଲା ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତର ଏକ ଫାର୍ମହାଉସ ନିକଟରେ ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଏହି ଘଟଣାରେ ଏକାଧିକ ଆହତ ହୋଇଥିବା ଜଣାପଡିଛି ।

ସୂଚନା ଅନୁସାରେ, ଆକ୍ରମଣରେ ଏକାଧିକ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ହେଉଥିବା ବେଳେ 3 ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଏନେଇ ଚିକିତ୍ସିତ ହେଉଥିବା ସୁନିଲ ପଣ୍ଡାଙ୍କ ଭାଇ ସୁମନ୍ତ ପଣ୍ଡା ଜେନାପୁର ଥାନାରେ ଅଭିଯୋଗ କରିଛନ୍ତି ।

ଅଭିଯୋଗ ଅନୁସାରେ, ସୁନିଲ ପଣ୍ଡା ତାଙ୍କ ଗାଡି ନେଇ କୌଣସି କାମ ସାରି ଚଢେଇଧରାରୁ  ଘର ଅଭିମୁଖେ ଫେରୁଥିବା ବେଳେ ଏହି ସମୟରେ ପନ୍ତୁରି ନିକଟରେ କିଛି ଯୁବକ ସେମାନଙ୍କୁ ଅଟକାଇ ମାଡ଼ ମାରିବା ସହିତ ଭଙ୍ଗାରୁଜା କରୁଥିଲେ । ଅପରପକ୍ଷେ ଅନ୍ୟ ଗୋଷ୍ଠୀର ଲୋକେ ମଧ୍ୟ ସୋସିଆଲ ମିଡିଆରେ ପୋଷ୍ଟ କରୁଥିବା ଦେଖିବାକୁ ମିଳିଛି । ସେମାନେ ଫାର୍ମ ହାଉସରେ ଭୋଜି କରୁଥିବା ସମୟରେ ତାଙ୍କ ଉପରେ ରାଜନୈତିକ ଅକ୍ରୋସରୁ ଆକ୍ରମଣ ହୋଇଥିବା ନେଇ ସେମାନେ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?