ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

ଖୋର୍ଦ୍ଧା ଅଫିସ,୧୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ଏହି ସମୟରେ କୌଣସି ସରକାରୀ କାର୍ଯ୍ୟକ୍ରମ କିମ୍ବା ସରକାରଙ୍କ ବିକାଶମୂଳକ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇପାରିବ ନାହିଁ। ଏଥିଲାଗି ରାଜ୍ୟ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ ରହିଛି। ମଙ୍ଗଳବାର ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୫-ଟି ରୂପାନ୍ତରଣ ଅନ୍ତର୍ଗତ ବିଦ୍ୟାଳୟ ଜମିପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏଥିରେ ଅଧ୍ୟକ୍ଷତା କରିଥିଲେ। ଅତିରିକ୍ତ ଜିଲାପାଳ ଅନୁଜ ଦାସ ପଟ୍ଟନାୟକ, ଉପଜିଲାପାଳ(ଖୋର୍ଦ୍ଧା) ଆଇ. ଗୌରବ ଶିବାଜୀ, ଦେବବ୍ରତ ସାହୁ(ଭୁବନେଶ୍ୱର), ପିଡି ଡିଆରଡିଏ ଦିଗନ୍ତ ରାଉତରାୟଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ ଓ ଶିକ୍ଷୟିତ୍ରୀ, ଶିକ୍ଷକମାନେ ଉପସ୍ଥିତ ଥିଲେ। ଜିଲାପାଳ ରାଜ୍ୟ ସରକାରଙ୍କ ରୂପାନ୍ତରିତ ବିଦ୍ୟାଳୟ ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି କହିବା ସହ ସରକାରଙ୍କ ଏହି ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ପ୍ରଥମ ପର୍ଯ୍ୟାୟ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଜିଲାପାଳ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରିଛନ୍ତି ବୋଲି ଭାଜପା ଓ କଂଗ୍ରେସ ପ୍ରଶ୍ନ ଉଠାଇଛନ୍ତି। ଏନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ଏ ସମ୍ପର୍କରେ ଖୋର୍ଦ୍ଧା ଜିଲା ନିର୍ବାଚନ ପର୍ଯ୍ୟବେକ୍ଷକ ଧନଞ୍ଜୟ ସ୍ବାଇଁ କହିଛନ୍ତି, ଆଦର୍ଶ ଆଚରଣ ବିଧି ସମୟରେ କୌଣସି ସରକାରୀ କାର୍ଯ୍ୟକ୍ରମ ହୋଇପାରିବ ନାହିଁ। ଯଦି ଏଭଳି କାର୍ଯ୍ୟକ୍ରମ ହୋଇଛି, ଘଟଣାର ତଦନ୍ତ କରାଯିବ। ଅନ୍ୟପକ୍ଷରେ ଭାଜପା ରାଜ୍ୟ ସମ୍ପାଦକ ଗୋଲଖ ମହାପାତ୍ର କହିଛନ୍ତି, ଭାଜପା ପକ୍ଷରୁ ରାଜ୍ୟ ନିର୍ବାଚନ କମିଶନରଙ୍କ ଦୃଷ୍ଟି ଆକର୍ଷଣ ସହ ଜିଲାପାଳଙ୍କ ବଦଳି ପାଇଁ ଦାବି କରାଯିବ। କଂଗ୍ରେସ ପିସିସି ମିଡିଆ ସେଲ ଆବାହକ ସତ୍ୟପ୍ରକାଶ ନାୟକ କହିଛନ୍ତି, ଜିଲା ପ୍ରଶାସନ ଶାସକ ଦଳ ପାଇଁ କାର୍ଯ୍ୟ କରୁଛି। ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରୁଛନ୍ତି। ଜିଲାପାଳଙ୍କୁ ତୁରନ୍ତ ବଦଳି ଲାଗି କଂଗ୍ରେସ ଦାବି କରୁଛି। ଏନେଇ ଜିଲାପାଳ ମହାପାତ୍ରଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri