ଶିକ୍ଷା ଅଧିକାର ଆଇନ ଉଲ୍ଲଂଘନ ଅଭିଯୋଗ

ଭୁବନେଶ୍ୱର,୨।୩(ବ୍ୟୁରୋ): ଘରୋଇ ସ୍କୁଲରେ ଶିକ୍ଷା ଅଧିକାର ଆଇନ (ଆର୍‌ଟିଇ) ଉଲ୍ଲଂଘନ କରାଯାଉଥିବା ଓଡ଼ିଶା ଅଭିଭାବକ ମହାସଂଘ ଅଭିଯୋଗ କରିଛି। ସଂଘ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ସରକାରଙ୍କ ଆର୍‌ଟିଇ ଅନୁସାରେ ଘରୋଇ ସ୍କୁଲରେ ୨୫% ମାଗଣା ନାମଲେଖା ଆର୍‌ଟିଇ ପାରଦର୍ଶୀ ପୋର୍ଟାଲରେ ବ୍ୟବସ୍ଥା କରାଯିବ। ନାମଲେଖା ପାଇଁ ବୟସ ୬ବର୍ଷ ହୋଇଥିବା ଜରୁରୀ। ୬ରୁ୧୪ ବର୍ଷ ବୟସ ମଧ୍ୟରେ କ୍ଲାସ-୧ ଓ ତା’ ପୂର୍ବରୁ ଥିବା ଶ୍ରେଣୀ ଉଭୟରେ ନାମଲେଖା କରାଯାଇପାରିବ। କିନ୍ତୁ ପୋର୍ଟାଲରେ କେବଳ ପ୍ରାରମ୍ଭରେ ନାମଲେଖା ପାଇଁ ବ୍ୟବସ୍ଥା ରହିଛି। ଫଳରେ ରାଜ୍ୟରେ ୬୭ହଜାର ସିଟ୍‌ରୁ ମାତ୍ର ୨ହଜାର ପିଲା ନାମ ଲେଖାଇ ପାରିବେ। ଏହା ଶିକ୍ଷା ଅଧିକାର ଆଇନର ଉଲ୍ଲଂଘନ କରୁଛି। ତେଣୁ ଉଭୟ ପ୍ରଥମ ଶ୍ରେଣୀ(କ୍ଲାସ୍‌ ୧) ଓ ପ୍ରାରମ୍ଭ ପ୍ଲେ ସ୍କୁଲରେ ନାମଲେଖା ପାଇଁ ବ୍ୟବସ୍ଥା କରାଯିବା ପାଇଁ ମହାସଂଘ ଦାବି କରିଛି। ଅଭିଭାବକ ମହାସଂଘର ଅଧ୍ୟକ୍ଷ ବାସୁଦେବ ଭଟ୍ଟ, ଭୁବନେଶ୍ୱର ଆବାହକ ପ୍ରଦୀପ୍ତ ମିଶ୍ର ଏବଂ ଉପଦେଷ୍ଟା ନାଗାର୍ଜୁନ ସେଠୀ ଏ ନେଇ ମଙ୍ଗଳବାର ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ବୃନ୍ଦାବନ ଶତପଥୀ ଏବଂ ଓସେପା ସ୍ବତନ୍ତ୍ର ନିର୍ଦ୍ଦେଶକ ଅନୁପମ ଶାହାଙ୍କୁ ଭେଟି ଏହାକୁ ତୁରନ୍ତ ବଦଳାଇବାକୁ ଦାବି କରିଛନ୍ତି। ଏଥିସହ ଯେଉଁ ସ୍କୁଲ ପୋର୍ଟାଲରେ ପଞ୍ଜୀକରଣ କରିନାହାନ୍ତି ସେମାନଙ୍କୁ ତାଗିଦ୍‌ କରାଯିବାକୁ ଦାବି କରିଛନ୍ତି। ଏ ନେଇ ବାସୁଦେବ ବିଭାଗୀୟ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଯଦି ଏହି ସପ୍ତାହ ମଧ୍ୟରେ ଏହାକୁ ପାଳନ କରା ନ ଯାଏ ତେବେ ଅନଶନ କରାଯିବ ବୋଲି ମହାସଂଘ ପକ୍ଷରୁ ଲିଖିତ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?