ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ ମଧ୍ୟ ପୌର କର୍ତ୍ତୃପକ୍ଷ ଦୃଷ୍ଟି ଦେଇନାହାନ୍ତି। ଫଳରେ ପ୍ରତ୍ୟେକ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି ହେଉଥିବାରୁ ପୌରାଞ୍ଚଳବାସୀ ଏହାର ପ୍ରକୃତ ଲାଭ ପାଇ ପାରୁ ନ ଥିବାବେଳେ ଏହି ଦୁର୍ନୀତିଖୋର କର୍ମଚାରୀ ଓ ଠିକାଦାର ସରକାରୀ ଟଙ୍କା ହଡ଼ପ କରି ମାଲାମାଲ ହୋଇଥିବା ଅଭିଯୋଗ ହୋଇଛି।

ପୌରାଞ୍ଚଳରେ ହୋଇଥିବା ନଳକୂପ ଖନନ, ପୋଖରୀ ଖନନ, ମଶା ଧୂଅଁା ତଥା ଅନ୍ୟ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି ହୋଇଛି। ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ଦୁର୍ନୀତିଖୋର କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି।

ସାମାଜିକ କର୍ମୀ ପ୍ରତାପ ପାଢୀ, ଅନନ୍ତ ଦାଶ, ପୂଜା ପାତ୍ର ପ୍ରମୁଖ କହିଛନ୍ତି, ୨୦୨୨ ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ ରାଜ୍ୟ ସଭା ସଦସ୍ୟ ମାନସ ରଞ୍ଜନ ମଙ୍ଗରାଜ ଯୋଗଦେଇ ପଟ୍ଟାମୁଣ୍ଡାଇ ପୌର ପରିଷଦ ଦ୍ୱାରା ନିର୍ମିତ ୩ଟି ପ୍ରକଳ୍ପ ସ୍ମାର୍ଟ ପାର୍କ, ଭେଣ୍ଡିଂ ଜୋନ ଓ ପ୍ରେକ୍ଷାଳୟ ଲୋକାର୍ପଣ କରିଥିଲେ। ଇତିମଧ୍ୟରେ ଦେଢବର୍ଷ ବିତିଯାଇଥିଲେ ମଧ୍ୟ ପ୍ରେକ୍ଷାଳୟ ଓ ସ୍ମାର୍ଟ ପାର୍କ କାହାରି କାମରେ ଆସୁନାହିଁ। ଭେଣ୍ଡିଂ ଜୋନ ଅଧାପନ୍ତରିଆ ହୋଇ ରହିଛି।

ସେହିପରି ୨୦୧୮ରେ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ହୋଇ ୫ବର୍ଷ ବିତିଯାଇଥିଲେ ମଧ୍ୟ କୌଣସି ସଭା ସମିତି, ବିବାହ, ବ୍ରତ ଆଦି କାର୍ଯ୍ୟରେ ବ୍ୟବହୃତ ହେଉ ନ ଥିବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସେହିପରି ଶିଶୁ ପାର୍କର ସମସ୍ତ ଆସବାବପତ୍ର ବ୍ୟବହାର ହେଉ ନ ଥିବାରୁ ନଷ୍ଟ ହେବାକୁ ବସିଲାଣି। ମୁକ୍ତା ଯୋଜନାରେ ବିଭିନ୍ନ ପ୍ରକଳ୍ପ ଜରିଆରେ ଦୁର୍ନୀତି ହେଉଥିବା ବେଳେ ୨୦ଟି ୱାର୍ଡରେ ୨୮୫ଟି ଜଳ ସଂରକ୍ଷଣ ପ୍ରକଳ୍ପ ବାବଦକୁ ମୋଟ ୧ କୋଟି ୧୩ ଲକ୍ଷ ୫୪ ହଜାର ୩ ଟଙ୍କା ଖର୍ଚ୍ଚ ହୋଇଛି। ମାତ୍ର ସେହି ଜଳ ଅମଳ ପ୍ରକଳ୍ପଗୁଡ଼ିକର ଏବେ ଆଉ ଚିହ୍ନବର୍ଣ୍ଣ ନାହିଁ। କେବଳ ଫଳକ ଦେବାଲ ଅଛି, ଲେଖା ଲିଭିଗଲାଣି, ଜଳ ଅମଳ ପ୍ରକଳ୍ପଗୁଡ଼ିକ ପଡ଼ି ରହିଛି।

ମ୍ୟୁନିସିପାଲିଟି କର୍ତ୍ତୃପକ୍ଷଙ୍କ ଏଭଳି ବେଆଇନ ତଥା ମନୋମୁଖି କାର୍ଯ୍ୟରେ ପୌରାଞ୍ଚଳବାସୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟି ମାର୍କେଟ କମ୍ପ୍ଲେସ ନିକଟରେ ଏକ ବୟନିକା ବିକ୍ରୟ କେନ୍ଦ୍ର ଗୃହ ନିର୍ମାଣ କରାଯାଇଥିଲା। ସେହି ଘରେ ବୟନିକା ବିକ୍ରୟ କେନ୍ଦ୍ର ୨୦୧୯ ମାର୍ଚ୍ଚ ୬ରେ ଉଦ୍‌ଘାଟିତ ହୋଇଥିଲା। ମାତ୍ର ପରବର୍ତ୍ତୀ ସମୟରେ ସରକାରୀ ଘରୁ ବୟନିକାକୁ ବନ୍ଦ କରାଇ ଜଣେ ବ୍ୟକ୍ତିଙ୍କୁ ଲିଜ ସୂତ୍ରରେ ପ୍ରଦାନ କରାଯାଇଛି। ଅନ୍ୟପକ୍ଷରେ ବିଦ୍ୟୁତ୍‌ ଷ୍ଟ୍ରିଟ ଲାଇଟ ମରାମତି ପାଇଁ ଆସିଥିବା ଗାଡି କାର୍ଯ୍ୟାଳୟରେ ପଡ଼ି ଖତ ଖାଉଛି।

ସେହିପରି କଚେରି ପୋଖରୀ ପୁନରୁଦ୍ଧାର କାର୍ଯ୍ୟ, ଉଠା ଦୋକାନୀମାନଙ୍କୁ ଉପଯୁକ୍ତ ଥଇଥାନ କରିବାକୁ ୧ କୋଟି ୨୦ ଲକ୍ଷ ଟଙ୍କା ବ୍ୟୟରେ ମହାବୀର ବଜାରଠାରେ ଭେଣ୍ଡିଂ ଜୋନ, ୧ କୋଟି ଟଙ୍କା ବ୍ୟୟରେ ମଲ୍ଟି ଷ୍ଟୋରେଡ ମାର୍କେଟ କମ୍ପ୍ଲେକ୍ସ, ଯଜ୍ଞ ପଡିଆର ଉନ୍ନତୀକରଣ କାର୍ଯ୍ୟର ଶୁଭ ଦିଆଯାଇଥିବାବେଳେ ତାହାର ଅଗ୍ରଗତି ହେଉନାହିଁ। ସେହିଭଳି ୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ହୋଇଥିବା ଇକୋ-ଟଏଲେଟ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡିରହିଛି।

ଏହାଛଡା ମ୍ୟୁନିସିପାଲିଟି ପକ୍ଷରୁ ବିଦ୍ୟୁତ୍‌ ସାମଗ୍ରୀ, ବକେଟ, ଡଷ୍ଟବିନ୍‌, ମଶାତେଲ, ବ୍ଲିଚିଂ, ଅଫିସ ସରଞ୍ଜାମ କିଣାରେ ବ୍ୟାପକ ଦୁର୍ନୀତି ହୋଇଛି। ଏହି ଦୁର୍ନୀତିର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ପଟ୍ଟାମୁଣ୍ଡାଇ କଂଗ୍ରେସ କମିଟି ପକ୍ଷରୁ ଦିଲୀପ ସେଠୀ, ରମାକାନ୍ତ ଦାଶ, ଧନେଶ୍ୱର ଦାଶ, ଅଶ୍ୱନୀ ପାତ୍ର, ତପନ ପାତ୍ର ନିରଞ୍ଜନ ସେଠୀ ପ୍ରମୁଖ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ଏହାର ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଦାବି କରିଛନ୍ତି। ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ପୌର ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ଗିରିଙ୍କୁ ପଚାରିବାରେ ଆଗରୁ ଯେଉଁ ସବୁ କାର୍ଯ୍ୟ ହୋଇଛି ତାହା ଉପରେ ତଦନ୍ତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?