ବିଡିଓଙ୍କୁ ଗ୍ରାମବାସୀଙ୍କ ଫେରାଦ

ଭେଡ଼େନ,୮ା୭ (ସୁଦନ ମହାକୁର ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟଲି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଉଦେପୁର ଗ୍ରାମର ମୁଡ଼ାବନ୍ଧ ପୋଖରୀ ଉନ୍ନତୀକରଣରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ ଭେଡ଼େନ ବିଡ଼ିଓଙ୍କୁ ଫେରାଦ ହେବା ସହ ଲିଖିତ ଅଭିଯୋଗ କରିଛନ୍ତି। ଏହାର ତଦନ୍ତ କରି ବିହିତ ପଦକ୍ଷେପ ଗ୍ରହଣ କରା ନ ଗଲେ ଗ୍ରାମର ଆନନ୍ଦ ସାହୁ, ଦୂତିଆ ଭୂଜ, ଗୀତାଞ୍ଜଳି ଖେତି, ଅହଲ୍ୟା ସାହୁ, ଆରତୀ ସେଠ, ହରିହର ଦନ୍ତା, ପଦ୍ମିନୀ ଦନ୍ତା, ପାର୍ବତୀ ଓ ମହାଲକ୍ଷ୍ମୀ ଏସ୍‌ଏଚ୍‌ଜିର ସଦସ୍ୟାଙ୍କ ସମେତ ଗ୍ରାମବାସୀ ଅନିର୍ଦ୍ଦିଷ୍ଟ ସମୟ ପାଇଁ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି।
ପ୍ରକାଶ ଯେ, ଉଦେପୁରସ୍ଥିତ ମୁଡ଼ାବନ୍ଧ ପୋଖରୀ ଉପରେ ଗ୍ରାମବାସୀ ସ୍ନାନ ଶୌଚ ପାଇଁ ନିର୍ଭର କରିଥାନ୍ତି। ଏହାର ଉନ୍ନତୀକରଣ ପାଇଁ ସ୍ଥାନୀୟ ଗ୍ରାମପଞ୍ଚାୟତ କର୍ତ୍ତୃପକ୍ଷ ଗତ ଏପ୍ରିଲ ମାସରେ ପୋଖରୀ ହିଡ଼ କାଟି ଜଳ ନିଷ୍କାସନ କରିଥିଲେ। ପୋଖରୀ ଉନ୍ନତୀକରଣ ହେବ ଭାବି ଗ୍ରାମବାସୀ ଖରାଦିନେ ବହୁ ଅସୁବିଧାର ସମ୍ମୁଖୀନ ହୋଇ ଜଳକଷ୍ଟକୁ ସହିନେଲେ। ଏପରିକି ବିନା ସୂଚନା ଫଳକରେ ମାତ୍ର କେତେ ଜଣ ଶ୍ରମିକଙ୍କୁ ନିୟୋଜିତ କରି ମେଶିନ ସାହାଯ୍ୟରେ ପଙ୍କୋଦ୍ଧାର ଏବଂ ମାଟିକାମ କରାଗଲା। ବର୍ତ୍ତମାନ ବର୍ଷା ଆସିଯାଇଥିବାରୁ ପୋଖରୀ କାମ ଅଧାପନ୍ତରିଆ କରି ବନ୍ଦ ଦିଆଗଲା। ଏହାର ଘାଈ ମୁକୁଳା ଥିବାରୁ ପୋଖରୀଟି ଶୁଷ୍କ ହୋଇ ପଡ଼ିରହିଛି। ଫଳରେ ଗ୍ରାମବାସୀ ସ୍ନାନ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୋଖରୀକୁ ଯିବା ପାଇଁ ରାସ୍ତାଟିଏ ମଧ୍ୟ ନାହିଁ। ସେହିପରି ପୋଖରୀର ଏଭଳି ଅବସ୍ଥା ହୋଇଛି ଯେ ଗ୍ରାମର ଦୁଇଜଣ ବୃଦ୍ଧାବୃଦ୍ଧ ଖସିପଡ଼ି ପ୍ରାଣ ହରାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଭେଡେନ ବିଡିଓ ରଘୁନାଥ ପାଣିଗ୍ରାହୀଙ୍କୁ ପଚାରିବାରୁ ମୁ ଗ୍ରାମବାସୀଙ୍କଠାରୁ ଲିଖିତ ଅଭିଯୋଗ ପାଇଛି। ଶନିବାର କନିଷ୍ଠ ଯନ୍ତ୍ରୀଙ୍କୁ ପଠାଇ ଏହାର ତଦନ୍ତ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri