ତ୍ରୁଟି ଲୁଚାଇବା ପାଇଁ ଗଣମାଧ୍ୟମକୁ ଦୂରେଇ ରଖାଯାଇଥିବା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ, ୧୦ା୧: ଜିଲାରେ ସରକାରଙ୍କ ପକ୍ଷରୁ ଅନେକ ଜନକଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ ହେଉଛି। ଯୋଜନାଗୁଡିକର ସଫଳ ରୂପାୟନ ହେଉଛି କି ନାହିଁ ସେନେଇ ବିଭିନ୍ନ ସମୟରେ ଜିଲାସ୍ତରରେ ଜିଲାପାଳ ସମୀକ୍ଷା କରୁଛନ୍ତି । ସଚିବମାନେ ମଧ୍ୟ ଅନୁଧ୍ୟାନ ପାଇଁ ଆସୁଛନ୍ତି । କିନ୍ତୁ ଅନେକ ସମୟରେ ସମୀକ୍ଷା ହେଉ ଅବା ସଚିବମାନଙ୍କ କ୍ଷେତ୍ର ପରିଦର୍ଶନ ସମୟରେ ଗଣମାଧ୍ୟମକୁ ଦୂରେଇ ରଖାଯାଉଥିବା ଅଭିଯୋଗ ହୋଇଛି।
ଗତ ୭ ତାରିଖରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ସ୍ବତନ୍ତ୍ର ସଚିବ ଗଙ୍ଗାଧର ନାୟକ ୨ ଦିନିଆ ଜଗତ୍‌ସିଂହପୁର ଜିଲା ଗସ୍ତରେ ଆସିଥିଲେ। ସେ ବିଭାଗୀୟ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିବା ସହ କ୍ଷେତ୍ର ପରିଦର୍ଶନ କରିଥିଲେ ବୋଲି ସୋମବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) କାମିନୀ ରଞ୍ଜନ ପଟ୍ଟନାୟକ ଏକ ପ୍ରେସ୍‌ ନୋଟ୍‌ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପାଖକୁ ପଠାଇଥିଲେ। ଏଥିରେ ଉଲ୍ଲେଖ ଅଛି ସ୍ବତନ୍ତ୍ର ସଚିବ ପ୍ରଥମ ଦିନ ବିରିଡି ବ୍ଲକର ବିଭିନ୍ନ ଅଞ୍ଚଳ ସହ ପ୍ରାଣୀ ଚିକିତ୍ସାଳୟ ପରିଦର୍ଶନ କରିଥିଲେ। ଏହାପରେ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ ପ୍ରକୋଷ୍ଠରେ ବିଭିନ୍ନ ବ୍ଲକରୁ ଆସିଥିବା ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ ଓ ପ୍ରାଣୀ ଚିକିତ୍ସକମାନଙ୍କ ସହ ଆଲୋଚନା କରିଥିଲେ। ବିଶେଷକରି ବିଭାଗୀୟ ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ତା’ପରେ ଜିଲାପାଳ ପାରୁଲ ପଟୱାରିଙ୍କ ସହ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ। ଗସ୍ତର ୨ୟ ଦିନ ଜଗତ୍‌ସିଂହପୁର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ ସହ ଜିଲା ପରିଷଦର କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ। ଏହାପରେ ତିର୍ତ୍ତୋଲ ଓ ବାଲିକୁଦା ଗସ୍ତ କରିଥିଲେ। ତେବେ ପ୍ରମୁଖ ସଚିବଙ୍କ ଗସ୍ତ ଓ ସମୀକ୍ଷା ପୂର୍ବରୁ ଗଣମାଧ୍ୟମକୁ କୌଣସି ସୂଚନା ଦିଆଯାଇ ନ ଥିଲା। ଏ ସମ୍ପର୍କରେ କେତେଜଣ ଗଣମାଧ୍ୟମ ପ୍ରତିନିଧି ପ୍ରତିକ୍ରିୟାରେ କହିଛନ୍ତି, ପ୍ରମୁଖ ସଚିବ କୁଆଡେ ଗସ୍ତ ଓ ସମୀକ୍ଷା କରିଥିଲେ ତାହା ଗୁପ୍ତ ରଖାଯାଇଥିଲା। ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାରେ ଅନିୟମିତତା ସମ୍ପର୍କରେ ଅଭିଯୋଗ ହୋଇଆସୁଛି। ପ୍ରମୁଖ ସଚିବଙ୍କ ଗସ୍ତ ସମୟରେ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ରହିଥିଲେ ଅନେକ କିଛି ପଦାକୁ ଆସିବା ସମ୍ଭାବନା ଥିବାରୁ ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିଲା । ତେଣୁ ବିଭାଗ ପକ୍ଷରୁ ଗଣମାଧ୍ୟମକୁ ଦୂରେଇ ରଖାଯିବାକୁ ଉଦ୍ୟମ ହୋଇଥିଲା । ନିକଟରେ ରାଜ୍ୟ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି ଜଗତ୍‌ସିଂହପୁର ଜିଲା ଗସ୍ତ କରିଥିଲେ। ଏହା ପୂର୍ବରୁ ବିଭାଗ ପକ୍ଷରୁ ମଧ୍ୟ ଗଣମାଧ୍ୟମକୁ ଦୂରେଇ ରଖାଯିବାକୁ ଚେଷ୍ଟା କରାଯାଇଥିଲା। କିନ୍ତୁ ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଏ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆମନ୍ତ୍ରଣ କରିବା ପରେ ଗସ୍ତର ଉଦ୍ଦେଶ୍ୟ ସମ୍ପର୍କରେ ଅନେକ ତଥ୍ୟ ମିଳିିଥିଲା। ଏପରିକି ଦେବୀନଦୀ ପଠାର ପଥର ପ୍ୟାକିଂ ଓ ବୁରୁଜ ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା ଜଣାପଡ଼ିଥଲା। ଏଥିସହ ବିଭାଗୀୟ ଜଗତ୍‌ସିଂହପୁର ଡିଭିଜନ୍‌ ବିଲଡିଂରେ ଗଛ ଉଠିଥିବାରୁ ସର୍ବୋଚ୍ଚ ଯନ୍ତ୍ରୀ କ୍ଷୁବ୍ଧ ହୋଇଥିଲେ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ, ସଚିବମାନଙ୍କ କ୍ଷେତ୍ର ପରିଦର୍ଶନ ଓ ସମୀକ୍ଷା ସମୟରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ଉପସ୍ଥିତି ଲୋଡନ୍ତୁ ବୋଲି ଦାବି ହୋଇଛି । ଏହାଦ୍ୱାରା ଯୋଜନାଗୁଡିକର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ସହ ସୁଧାର ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?