ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ ହୋଇଛି। ଏହି ଘଟଣା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ମହଲରେ ଚର୍ଚ୍ଚାର ବିଷୟ ହୋଇଛି। ଏପରିକି ବିଇଓଙ୍କ ଉପସ୍ଥିତିରେ ପ୍ରଧାନ ଶିକ୍ଷକ ଜଣକ ଶିକ୍ଷୟିତ୍ରୀମାନଙ୍କୁ ଦୁର୍ବ୍ୟବହାର କରିଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ, ପଟ୍ଟାଙ୍ଗି ବ୍ଲକ ଶିକ୍ଷା ଅଧିକାରୀଙ୍କ ଅଧୀନରେ ରହିଥିବା ରାଲେଗଡ଼ା ହାଇସ୍କୁଲରେ ଦୀର୍ଘ ମାସ ହେଲା ପ୍ରଧାନ ଶିକ୍ଷକ ପଦ ଖାଲି ପଡ଼ି ରହିଥିବା ବେଳେ ଉକ୍ତ ପଦବୀରେ କନିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ପଟ୍ଟନାୟକ ଦାୟିତ୍ୱ ତୁଲାଉଛନ୍ତି। ହେଲେ ସେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀମାନଙ୍କୁ ବିଭିନ୍ନ ସମୟରେ ଦୁର୍ବ୍ୟବହାର କରୁଥିଲେ ମଧ୍ୟ ଏଥିପ୍ରତି ବିଇଓ କିମ୍ବା ସିଆର୍‌ସିସି କୌଣସି ହସ୍ତକ୍ଷେପ କରୁ ନ ଥିବା ଅଭିଯୋଗ ହୋଇଛି।

ଏହାକୁ ନେଇ ଶେଷରେ ବିଦ୍ୟାଳୟର ସମସ୍ତ ବରିଷ୍ଠ ଶିକ୍ଷୟିତ୍ରୀ ଥାନା ଏବଂ ବିଇଓଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି । ଅଭିଯୋଗ ମୁତାବକ, ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱରେ ରହିଥିବା କନିଷ୍ଠ ଶିକ୍ଷକ ପ୍ରଶାନ୍ତ ବିନା ରିଜୋଲ୍ୟୁଶନରେ ଏକ ବ୍ଲାଙ୍କ୍‌ ଚେକ୍‌ରେ ଜଣେ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦସ୍ତଖତ କରିବାକୁ କହିଥିଲେ । ହେଲେ ଶିକ୍ଷୟିତ୍ରୀ ଜଣକ ଏଥିରେ ଅରାଜି ହୋଇ ଏହା କି ଚେକ୍‌ ଓ କାହିଁକି ଟଙ୍କା ଉଠାଯାଉଛି ବୋଲି ପ୍ରଶ୍ନ କରିବା ସହ ଦସ୍ତଖତ କରିବାକୁ ମନା କରିଦେଇଥିଲେ।

ଏଥିରେ ଶିକ୍ଷକ ପ୍ରଶାନ୍ତ ରାଗିଯାଇ କ’ଣ ହେଲା
ମୁଁ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଅଛି, ମୋ ନିର୍ଦ୍ଦେଶ ମାନିବାକୁ ପଡ଼ିବ କହି ଧମକ ଦେବା ସହ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏନେଇ ବିଦ୍ୟାଳୟର ସମସ୍ତ ବରିଷ୍ଠ ଶିକ୍ଷୟିତ୍ରୀ ଥାନାରେ ପହଞ୍ଚି ଲିଖିତ ଅଭିଯୋଗ କରିଛନ୍ତି । ଏପରିକି ଉକ୍ତ ଘଟଣାକୁ ନେଇ ବିଇଓଙ୍କୁ ସାକ୍ଷାତକରି ଘଟଣା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ।

ଅନ୍ୟପକ୍ଷେ ପଟ୍ଟାଙ୍ଗି ବ୍ଲକ ଶିକ୍ଷା ବିଭାଗ ଅଧୀନରେ ରହିଥିବା କିଛି ହାଇସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀ, ଶିକ୍ଷକ ପଦ ଖାଲି ପଡ଼ିଥିବା ବେଳେ ଉକ୍ତ ସ୍ଥାନରେ କନିଷ୍ଠ ଶିକ୍ଷକମାନଙ୍କୁ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରଖାଯାଇ ରାଜ୍ୟ ଶିକ୍ଷା ବିଭାଗର ନିୟମ ଉଲ୍ଲଂଘନ କରାଯାଉଥିବା ମଧ୍ୟ ଅଭିଯୋଗ ହୋଇଛି। ଏହା ତଦନ୍ତ ସାପେକ୍ଷ ବୋଲି ଶିକ୍ଷୟିତ୍ରୀ, ଶିକ୍ଷକ ସଂଘ ଦାବି ଉଠାଇଥିବା ସହ ଘଟଣାର ତଦନ୍ତକରି ବରିଷ୍ଠ ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ ତୁରନ୍ତ ଦାୟିତ୍ୱ ପ୍ରଦାନ କରିବାକୁ ଦାବି ହୋଇଛି।

ଏନେଇ ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଏବଂ ବିଇଓ ଟି.ମିନତୀଙ୍କ ମୋବାଇଲ ନମ୍ବରକୁ ବାରମ୍ବାର ଯୋଗାଯୋଗ କରି ଘଟଣା ସମ୍ପର୍କରେ ପଚାରିବାକୁ ଚେଷ୍ଟା କରାଯାଇଥିଲା। ହେଲେ ସେମାନେ ଫୋନ୍‌ ଉଠାଇ ନ ଥିଲେ । ଘଟଣା ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ପ୍ରଶାନ୍ତ ମହାନ୍ତିଙ୍କୁ ପଚାରିବାରୁ ଏହା ଏକ ନିନ୍ଦନୀୟ ଘଟଣା। ଘଟଣାର ତଦନ୍ତକରି ଆବଶ୍ୟକ ପକ୍ଷକ୍ଷେପ ନିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri