ଭୁଲ୍‌ ଇଞ୍ଜେକଶନ ଯୋଗୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ଉଦଳା,୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ଭୁଲ୍‌ ଇଞ୍ଜେକଶନ ଯୋଗୁ ସୋମବାର ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ବୁଝାଶୁଝା କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ଅନୁଯାୟୀ, ଉଦଳା ଥାନା ବହୁବନ୍ଧ ଗ୍ରାମର ପୂର୍ଣ୍ଣଚନ୍ଦ୍ର ମିରୀଡିଆଙ୍କ ସ୍ତ୍ରୀ ରାଧିକା (୪୫) ରବିବାର ଘର ବାଡ଼ିରେ କାମ କରୁଥିବା ବେଳେ ଗୋଡ଼ରେ ଏକ କଣ୍ଟା ମାଡ଼ି ଦେଇଥିଲେ। ଯନ୍ତ୍ରଣା ହେବାରୁ ପରିବାର ଲୋକେ ତାଙ୍କୁ ଉଦଳା ଡାକ୍ତରଖାନାକୁ ଆଣିଥିଲେ। ଡାକ୍ତରଖାନା ପକ୍ଷରୁ ତାଙ୍କୁ ଇଞ୍ଜେକେଶନ ଦିଆଯାଇଥିଲା। ତେବେ ଇଞ୍ଜେକେଶନ ନେବାର କିଛି ସମୟ ପରେ ରାଧିକାଙ୍କ ମୃତ୍ୟୁ ହୋଇଥିବା ତାଙ୍କ ସ୍ବାମୀ ଅଭିଯୋଗ କରିଛନ୍ତି। ଚିକିତ୍ସା କରୁଥିବା ଡାକ୍ତର ଏହି ଅଭିଯୋଗକୁ ଖଣ୍ତନ କରିଛନ୍ତି। ଅନ୍ୟ କୌଣସି କାରଣରୁ ମହିଳାଙ୍କ ମୃତ୍ୟୁ ହୋଇଥାଇ ପାରେ ବୋଲି ଡାକ୍ତର କହିଛନ୍ତି। ଖବର ଲେଖାହେବା ପର୍ଯ୍ୟନ୍ତ ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri