ଉଦଳା,୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ଭୁଲ୍ ଇଞ୍ଜେକଶନ ଯୋଗୁ ସୋମବାର ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ବୁଝାଶୁଝା କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ଅନୁଯାୟୀ, ଉଦଳା ଥାନା ବହୁବନ୍ଧ ଗ୍ରାମର ପୂର୍ଣ୍ଣଚନ୍ଦ୍ର ମିରୀଡିଆଙ୍କ ସ୍ତ୍ରୀ ରାଧିକା (୪୫) ରବିବାର ଘର ବାଡ଼ିରେ କାମ କରୁଥିବା ବେଳେ ଗୋଡ଼ରେ ଏକ କଣ୍ଟା ମାଡ଼ି ଦେଇଥିଲେ। ଯନ୍ତ୍ରଣା ହେବାରୁ ପରିବାର ଲୋକେ ତାଙ୍କୁ ଉଦଳା ଡାକ୍ତରଖାନାକୁ ଆଣିଥିଲେ। ଡାକ୍ତରଖାନା ପକ୍ଷରୁ ତାଙ୍କୁ ଇଞ୍ଜେକେଶନ ଦିଆଯାଇଥିଲା। ତେବେ ଇଞ୍ଜେକେଶନ ନେବାର କିଛି ସମୟ ପରେ ରାଧିକାଙ୍କ ମୃତ୍ୟୁ ହୋଇଥିବା ତାଙ୍କ ସ୍ବାମୀ ଅଭିଯୋଗ କରିଛନ୍ତି। ଚିକିତ୍ସା କରୁଥିବା ଡାକ୍ତର ଏହି ଅଭିଯୋଗକୁ ଖଣ୍ତନ କରିଛନ୍ତି। ଅନ୍ୟ କୌଣସି କାରଣରୁ ମହିଳାଙ୍କ ମୃତ୍ୟୁ ହୋଇଥାଇ ପାରେ ବୋଲି ଡାକ୍ତର କହିଛନ୍ତି। ଖବର ଲେଖାହେବା ପର୍ଯ୍ୟନ୍ତ ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।