ନ୍ୟୁଜିଲାଣ୍ଡ ମହିଳାଙ୍କୁ ଅନୁପଯୁକ୍ତ ଭାବେ ସ୍ପର୍ଶ ଅଭିଯୋଗ

ଓ୍ବେଲିଂଟନ୍‌, ୨୪।୪: ନିକଟରେ ନ୍ୟୁଜିଲାଣ୍ଡର କାଣ୍ଟବରିରେ ଅନୁଷ୍ଠିତ ବ୍ୟବସାୟ ସମ୍ମିଳନୀରେ ଯୋଗ ଦେଇଥିବା ୨ ଭାରତୀୟ ଜଣେ ମହିଳାଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ନେଇ ଅଭିଯୋଗ ହୋଇଛି। ସେମାନଙ୍କ ମଧ୍ୟରୁ ଜଣେ ସରକାରୀ ମନ୍ତ୍ରୀ ହୋଇଥିବାବେଳେ ଅନ୍ୟ ଜଣେ ଅମୁଲ କମ୍ପାନୀ ପ୍ରତିନିଧି ଥିବା କୁହାଯାଉଛି। ମହିଳାଙ୍କ ଅଭିଯୋଗକ୍ରମେ ଅମୁଲ କମ୍ପାନୀ ପକ୍ଷରୁ ପ୍ରତିନିଧି ଭାବେ ଯାଇଥିବା ୨ ଜଣଯାକ ବ୍ୟକ୍ତି ମହିଳାଙ୍କୁ ଖରାପ ଉଦ୍ଦେଶ୍ୟ ରଖି ଅନୁପଯୁକ୍ତ ଭାବେ ସ୍ପର୍ଶ କରିବା ସହ ତାଙ୍କ ଫଟୋ ଉଠାଇଥିଲେ। ଅଭିଯୋଗ ପରେ ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି। ସେଠାରେ ଉପସ୍ଥିତ ଥିବା ନ୍ୟୁଜିଲାଣ୍ଡର କୃଷିମନ୍ତ୍ରୀ ଡାମିଏନ୍‌ ଓକୋନୋର ଏବଂ ଏଗ୍ରିକଲ୍‌ଚର ଅଣ୍ଡର-ସେକ୍ରେଟାରୀ ଜୋ ଲକ୍ସଟୋନ୍‌ ଏଭଳି କୌଣସି ଘଟଣା ଘଟିବାର ଦେଖି ନ ଥିବା କହିଛନ୍ତି। ମହିଳାଙ୍କ ଦ୍ୱାରା ୨ ଭାରତୀୟଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗ ଏବେ ପ୍ରାଇମେରି ଇଣ୍ଡଷ୍ଟ୍ରିଜ୍‌ ମନ୍ତ୍ରଣାଳୟର ଅନ୍ତର୍ଜାତୀୟ ନୀତି ନିର୍ଦ୍ଦେଶକଙ୍କ ଦୃଷ୍ଟି ଆକର୍ଷଣ କରିଛି। ଅନ୍ୟପକ୍ଷେ ଘଟଣାର ସମାଧାନ ପାଇଁ ଦୁଇ ପକ୍ଷଙ୍କ ସହ ଆଲୋଚନା କରାଯାଉଥିବା ଅମୁଲ କମ୍ପାନୀ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଜୟେନ ମେହେଟା ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri