ଭଉଣୀଙ୍କ ମିଳୁନି ପତ୍ତା: ମାରିଦେଇଥିବା ଅଭିଯୋଗ ଆଣିଲେ ଭାଇ

ଝାରସୁଗୁଡ଼ା ଅଫିସ,୧୪।୭: ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା କତରବଗା ଗ୍ରାମର ଗୌର ପ୍ରଧାନଙ୍କ ସ୍ତ୍ରୀ ଗୀତାଞ୍ଜଳି (୩୮) ଗତ ୩୦ତାରିଖରୁ ନିଖୋଜ ହୋଇଯାଇଛନ୍ତି। ଘଟଣାକୁ ୧୫ଦିନ ବିତିଯାଇଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳପାରି ନାହିଁ। ଏ ନେଇ ମହିଳାଙ୍କ ଭାଇ ଲକ୍ଷ୍ମଣ ସାହୁ ଗତ ୫ତାରିଖରେ ରେଙ୍ଗାଲି ଥାନା ଓ ଗତ ୮ତାରିଖରେ ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିଛନ୍ତି।

ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି, ତାଙ୍କ ଭଉଣୀଙ୍କୁ ଶାଶୁଘର ଲୋକେ ମାରିଦେଇଛନ୍ତି। ଦୋଷ ଲୁଚାଇବା ପାଇଁ ନିଖୋଜ ହୋଇଯାଇଥିବା ବାହାନା କରାଯାଉଛି। ଘଟଣାର ବିଧିବଦ୍ଧ ତଦନ୍ତ କରାଯାଇ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସେ ଦାବି କରିଛନ୍ତି। ରେଙ୍ଗାଲି ପୋଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଛି। ଥାନା ଆଇଆଇସି କ୍ରେସେନସିଆ ସାମେରିଆ କହିଛନ୍ତି, ନିଖୋଜ ମହିଳାଙ୍କ ଶାଶୁଘର ଲୋକଙ୍କୁ ପଚରାଉଚରା ସହ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରାଯାଉଛି। ଏହାସହ ମହିଳାଙ୍କ ସ୍ବାମୀଙ୍କ ମୋବାଇଲ୍‌ ସିଡିଆର୍‌ ଯାଞ୍ଚ ପାଇଁ ପଠାଯାଇଛି ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ୨୦୦୬ରେ କତରବଗା ଗ୍ରାମର ଗୌରଙ୍କ ସହିତ ସୁନ୍ଦରଗଡ଼ ଜିଲା ହେମଗିରି ଥାନା ବୁଦେଲକାନୀ ଗ୍ରାମର ବିମ୍ବାଧର ସାହୁଙ୍କ ଝିଅ ଗୀତାଞ୍ଜଳିଙ୍କ ବିବାହ ହୋଇଥିଲା। ଗୀତାଞ୍ଜଳି ୫ବର୍ଷ ଶାଶୁଘରେ ଠିକ୍‌ରେ ଚଳିଥିଲେ। ପରେ ସନ୍ତାନସନ୍ତତି ନ ହେବାରୁ ଶାଶୁଘର ଲୋକେ ତାଙ୍କୁ ନିର୍ଯାତନା ଦେଉଥିଲେ। ଏହାର ଚିକିତ୍ସା ପାଇଁ ବାପଘରୁ ଟଙ୍କା ଆଣିବାକୁ ଶାଶୁଘର ଲୋକେ ଗୀତାଞ୍ଜଳିଙ୍କ ଉପରେ ଚାପ ପକାଉଥିଲେ। ଏପରି କି ଗୌରଙ୍କୁ ଦ୍ୱିତୀୟ ବିବାହ ପାଇଁ ଯୋଜନା ଚଳାଇଥିଲେ। ଏ ନେଇ ଗୀତାଞ୍ଜଳି ଭାଇ ଲକ୍ଷ୍ମଣଙ୍କୁ ଅନେକଥର କହିଛନ୍ତି। ହେଲେ ଭାଇଙ୍କ ଆର୍ଥତ୍କ ଅବସ୍ଥା ଭଲ ନ ଥିବାରୁ ସେ ଭଉଣୀଙ୍କୁ ସହଯୋଗ କରିପାରି ନ ଥିଲେ। ଫଳରେ ଶାଶୁଘରେ ଭଉଣୀଙ୍କ ନିର୍ଯାତନା ବଢିଥିଲା ା ଏଭଳି ସ୍ଥିତିରେ ଗତ ୩୦ତାରିଖରୁ ଗୀତାଞ୍ଜଳି ନିଖୋଜ ହୋଇଯାଇଛନ୍ତି। ହେଲେ ଏ ନେଇ ଶାଶୁଘର ଲୋକେ ତାଙ୍କ ବାପ ଘରକୁ ଜଣାଇ ନ ଥିଲେ। ପରେ ନିଖୋଜ ଖବର ପାଇ ଲକ୍ଷ୍ମଣ ଭଉଣୀଘର କତରବଗା ଗ୍ରାମରେ ପହଞ୍ଚି ଥିଲେ। ଶାଶୁଘର ଲୋକେ ତାଙ୍କୁ ଦୁର୍ବ୍ୟବହାର କରିଥିବା ଲକ୍ଷ୍ମଣ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri