ଗାମୁଛାରେ ବୃଦ୍ଧଙ୍କ ବେକ ଭିଡ଼ି ହତ୍ୟା ଅଭିଯୋଗ: ଯୁବକ ଗିରଫ

କୋରୁକୋଣ୍ଡା,୨୧ା୬(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଚିତାପାରି ୩ ପଞ୍ଚାୟତ ଅଧୀନସ୍ଥ ସିତାଗନ୍ଧୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଥିବା ନଜରକୁ ଆସିଛି। ଗତ ୧୯ ତାରିଖ ସୋମବାର ରାତିରେ ସୀତାଗନ୍ଧି ଗ୍ରାମରେ ରହୁଥିବା ଲଇଖନ ଖରା ନାମକ ଜଣେ ବୃଦ୍ଧଙ୍କୁ ଉକ୍ତ ଗ୍ରାମରେ ରହୁଥିବା ରଘୁ ହନ୍ତାଳଙ୍କ ପୁଅ ଧନେଶ୍ୱର (୨୪) ଗ୍ରାମଠାରୁ ୧ କିଲୋମିଟର ଦୂରରେ ରାସ୍ତାରେ ଏକୁଟିଆ ପାଇ ତାଙ୍କୁ ସେଠାରେ ମାଡ଼ ମାରିବା ସହ ଗାମୁଛାରେ ତାଙ୍କ ବେକକୁ ଭିଡ଼ି ହତ୍ୟା କରିବା ପରେ ମୃତଦେହକୁ ନିକଟରେ ଥିବା ମୁହୁଲ ଗଛ ତଳେ ପକାଇ ଦେଇଥିବା ଘଟଣା ସମ୍ପର୍କରେ ଅଭିଯୋଗ ନେଇ ଲଇଖନ ଖରାଙ୍କ ପୁତୁରା ଥାନାରେ ଏକ ଲିଖିତ ଏତଲା ପ୍ରଦାନ କରିଥିଲେ। ଉକ୍ତ ଏତଲାକୁ ଭିତ୍ତି କରି ଥାନାରେ କେସ୍‌ ନଂ ୧୯୬/୨୩ରେ ଏକ ରୁଜୁ କରି ଓର୍କେଲ ଥାନା ଅଧିକାରୀ ରଘୁନାଥ ମାଝିଙ୍କ ନେତୃତ୍ୱରେ ଏସ୍‌ଆଇ ଗୌତମ ହରିଜନ, ଏଏସ୍‌ଆଇ ଅଜିତ କୁମାର ଷଡ଼ଙ୍ଗୀଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଲଇଖନଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଏହି ଘଟଣାରେ ସଂପୃକ୍ତ ଥିବା ଧନେଶ୍ୱର ହନ୍ତାଳଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଥିବା ଥାନା ଅଧିକାରୀ ଶ୍ରୀ ମାଝି ସୂଚନା ଦେଇଛନ୍ତି।

ମିଳିଥିବା ସୂଚନାନୁଯାୟୀ, ପ୍ରାୟ ୩ ବର୍ଷ ପୂର୍ବେ କୌଣସି କାରଣରୁ ଧନେଶ୍ୱରଙ୍କ ସ୍ତ୍ରୀ ଓ ପିଲାଙ୍କର ମୃତ୍ୟୁ ହୋଇଥିଲା। ତେବେ ଉକ୍ତ ଗ୍ରାମର ଲଇଖନ ଖରା ଗୁଣିଗାରେଡ଼ି କରିଥିବାରୁ ତାଙ୍କ ସ୍ତ୍ରୀ ଓ ପିଲାମାନେ ମୃତ୍ୟୁ ହୋଇଥିବା ସନ୍ଦେହ କରି ଧନେଶ୍ୱର ପ୍ରତିଶୋଧ ନେବା ପାଇଁ ଏଭଳି କାଣ୍ଡ ଭିଆଇଛନ୍ତି ବୋଲି କିଛି ଅଞ୍ଚଳବାସୀ ମଧ୍ୟରେ ଆଲୋଚନା ହେଉଥିବା ଜଣାପଡ଼ିଛି। ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଓ ପୋଲିସର ତଦନ୍ତ ପରେ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri