ପୋଲିସ ନିର୍ଯାତନା ଯୋଗୁ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ

ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ପୋଲିସର ନିର୍ଯାତନା ସହି ନ ପାରି ଜଣେ ଯୁବକ ଆମତ୍ହତ୍ୟା କରିଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ନ୍ୟାୟ ପାଇଁ ଏସ୍‌ପିଙ୍କ ନିକଟରେ ଫେରାଦ ହୋଇଛନ୍ତି। ଘଟଣାର ତଦନ୍ତ କରି ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ପରିବାର ପ୍ରତିପୋଷଣ ନିମନ୍ତେ ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଅଭିଯୋଗରେ ଉଲ୍ଲେଖ କରାଯାଇଛି। ଏହା ସହିତ ଘଟଣାରେ ଜଡିତ ଥିବା ଥାନା ଅଧିକାରିଣୀଙ୍କୁ ବଦଳି କରିବା ପାଇଁ ପରିବାର ଲୋକେ ଓ ଗ୍ରାମବାସୀ ଦାବି ଜଣାଇଛନ୍ତି ା
ଅଭିଯୋଗ ଅନୁଯାୟୀ, ଏକ ହତ୍ୟା ମାମଲାରେ ବ୍ୟବହୃତ ମୋବାଇଲ ସିମ୍‌ କାର୍ଡ ରଜ ପାଣିପାତ୍ରଙ୍କ ନାମରେ ରହିଥିଲା। ଯାହାକୁ ନେଇ ଗତ ଜାନୁଆରୀ ୧୭ତାରିଖ ରାତିରେ ଶୁଳିଆପଦା ଥାନାଧିକାରିଣୀ ସଦଳବଳ ପହଞ୍ଚତ୍ ପଚରାଉଚୁରା କରିବା ପାଇଁ ରଜଙ୍କୁ ଥାନାକୁ ନେଇଯାଇଥିଲେ। ୨ ଦିନ ପରେ ପୋଲିସ ରଜଙ୍କୁ ଛାଡ଼ିଥିଲା। ସେ ଘରେ ପହଞ୍ଚତ୍ ପୋଲିସ ତାଙ୍କୁ ମାଡ଼ ମାରିଥିବା କହିଥିଲେ। ତାଙ୍କ ଶରୀରର ଅଧିକାଂଶ ସ୍ଥାନରେ ମାଡ଼ ଦାଗ ଦେଖି ପରିବାର ଲୋକେ ଭୟଭୀତ ହୋଇପଡ଼ିଥିଲେ। ତେବେ ଆଗାମୀ ଦିନରେ ପୋଲିସର ମାଡ଼ ଭୟରେ ମାନସିକ ଭାରସାମ୍ୟ ହରାଇ ୨୧ତାରିଖ ବିଳମ୍ବିତ ରାତିରେ ରଜ ଘରୁ ବାହାରି ଯାଇଥିଲେ। ତହିଁ ପରଦିନ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଠାବ କରାଯାଇଥିଲା। ଖବରପାଇ ପୋଲିସ ପହଞ୍ଚତ୍ ତରବରିଆ ଭାବେ ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ପିଆର୍‌ଏମ୍‌ ମେଡିକାଲକୁ ପଠାଇ ଦେଇଥିଲା। ତେବେ ପୋଲିସର ନିର୍ଯାତନା ଓ ମାଡ଼ ଭୟରେ ରଜ ଆମତ୍ହତ୍ୟା କରିଛନ୍ତି ବୋଲି ତାଙ୍କ ସ୍ତ୍ରୀ କନ୍ଦି ପାଣିପାତ୍ର ଲିଖିତ ଅଭିଯୋଗ କରିଛନ୍ତି। ଦୋଷୀ ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାବୁଲି ପାଣିପାତ୍ର, ଜିତୁ ପାଣିପାତ୍ର, ପ୍ରଶାନ୍ତ ପାଣିପାତ୍ର ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ବାରିପଦା ସଦର ଏସ୍‌ଡିପିଓ ପ୍ରକାଶ ଜେମ୍ସ ଟପ୍ପୋଙ୍କୁ ପଚାରିବାରୁ ପୋଲିସ ପକ୍ଷରୁ କୌଣସି ନିର୍ଯାତନା ଦିଆଯାଇ ନାହିଁ କିମ୍ବା ମାଡ଼ ମରାଯାଇ ନାହିଁ। ତେବେ ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତିକରି ତଦନ୍ତ କରାଯିବ। ଘଟଣାର ସତ୍ୟତା ଥିଲେ ନିଶ୍ଚିତ ଭାବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?