ମାଟି, ମୋରମ ଚୋରି ଅଭିଯୋଗ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ରାଜ୍ୟ ସରକାରଙ୍କ ମୁକ୍ତା ଯୋଜନାରେ ଗଞ୍ଜାମ ସହରର ବିଭିନ୍ନ ଓ୍ବାର୍ଡର ଉନ୍ନତିକରଣ କାର୍ଯ୍ୟ ଚାଲିଛି। ସାହିଗୁଡିକୁ ସଂଯୋଗ ଥିବl ବିଭିନ୍ନ ରାସ୍ତା ମରାମତି କାର୍ଯ୍ୟ ଜାରୀ ରହିଛି l ରାସ୍ତା ପାର୍ଶରୁ ମାଟି ଖୋଳା ଯାଇ ସେଠାରେ ଗୋଡ଼ି ସିମେଣ୍ଟରେ ତିଆରି ଡିଜାଇନ ପଥର ପକାଯାଉଛି l ସେଠାରୁ ବାହାରୁ ଥିବା ମାଟି ଓ ମୋରମକୁ କିଛି ଅସାଧୁ ବ୍ୟକ୍ତି ଟ୍ରିପ୍‌ ପିଛା ୭ ଶହର ୮ ଶହ ଟଙ୍କାରେ ପ୍ରାଇଭେଟରେ ବିକ୍ରି କରାଯାଉଥିବା ଅଭିଯୋଗ ହେଉଛି। ଜନ୍ମାଷ୍ଟମୀ, ଦ୍ୱିତୀୟ ଶନିବାର ଓ ରବିବାର ତିନି ଦିନ ସରକାରୀ କାର୍ଯ୍ୟାଳୟ ତଥା ଏନ୍‌ଏସି ଓ ତହସିଲ ଅଫିସ ଛୁଟି ଥିବାରୁ ଅସାଧୁ ବ୍ୟକ୍ତିମାନେ ମାଟି ଚୋରି କରି ପ୍ଲଟ୍‌ ମାଫିଆଙ୍କ ହାତକୁ ଟେକି ଦେଇଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏସମ୍ପର୍କରେ ଏନଏସି ଇଓ ଅବିନାଶ ମିଶ୍ରଙ୍କ ପ୍ରତିକ୍ରିୟା ନେବା ପାଇଁ ଚେଷ୍ଟା କରାଯାଇଥିଲେ ମଧ୍ୟ ସମ୍ଭବପର ହୋଇପାରିନାହିଁ l ସହରର ଜଣେ ମୁଷ୍ଟିମେୟ ବ୍ୟକ୍ତିଙ୍କ ଇସାରାରେ ଏହି ସବୁ କାର୍ଯ୍ୟ ଚାଲିଥିବା ସହରରେ ଚର୍ଚ୍ଚା ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଦେଶକୁ ନିଶାମୁକ୍ତ କରିବା ପାଇଁ ଶାହଙ୍କ ପ୍ରୟାସ ଆରମ୍ଭ; ନିଶାଦ୍ରବ୍ୟ ବିରୋଧରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ଭାରତକୁ ନକ୍ସଲବାଦରୁ ସଫଳତାର ସହିତ ମୁକ୍ତ କରିବା ପରେ, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଏବେ ଦେଶକୁ ନିଶାମୁକ୍ତ କରିବା ପାଇଁ ଏକ ପ୍ରୟାସ ଆରମ୍ଭ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri