Posted inଜାତୀୟ

୨୦୧୪ରେ ଭାଜପା ସହ ମେଣ୍ଟ ପିଡିପି ପରାଜୟର କାରଣ

ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାନଚରେ ମେହବୁବା ମୁଫ୍‌ତିଙ୍କ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଶୋଚନୀୟ ପରାଜୟ ବରଣ କରିଛି। ଏହି ଦଳର ଆସନ ସଂଖ୍ୟା ୩କୁ ହ୍ରାସ ପାଇଛି, ଯାହାକି ୧୯୯୯ ପରେ ଦଳର ସବୁଠୁ ନୈରାଶ୍ୟଜନକ ପ୍ରଦର୍ଶନ। ୨୦୧୪ ବିଧାନସଭା ନିର୍ବାଚନରେ ପିଡିପି ୨୮ ଆସନ ଜିତି ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଥିବାବେଳେ ଭାଜପା ସହ ମିଶି ସରକାର ଗଢ଼ିଥିଲା। ୧୦ ବର୍ଷ ପରେ ପିଡିପିକୁ ନିରାଶ ହେବାକୁ ପଡ଼ିଥିବାବେଳେ ମେହବୁବାଙ୍କ ଝିଅ ଇଲତିଜା ମୁଫ୍‌ତି ଏବଂ ଦାଦା ସର୍ତାଜ ମଦନି ହାରିଯାଇଛନ୍ତି।

୨୦୦୨ରେ ପିଡିପି ୧୬ ଆସନ ଜିତିଥିବାବେଳେ ୨୦୦୮ରେ ୨୧ ଆସନରେ ବିଜୟୀ ହୋଇଥିଲା। ତେବେ ୨୦୧୫ରେ ଭାଜପା ସହ ମିଶି ସରକାର ଗଢ଼ିବାରୁ ଉପତ୍ୟକାର ଜନସାଧାରଣ ପିଡିପି ଉପରେ କ୍ଷୁବ୍ଧ ହୋଇଥିଲେ। ତେବେ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି ଏକାକୀ ସବୁ ନିଷ୍ପତ୍ତି ନେଉଥିବା ଅଭିଯୋଗ କରି ୨୦୧୮ ଜୁନ୍‌ରେ ଭାଜପା ସମର୍ଥନ ପ୍ରତ୍ୟାହାର କରିନେବାରୁ ମେଣ୍ଟ ସରକାର ଭାଙ୍ଗିଯାଇଥିଲା।

ତତ୍କାଳୀନ ଭାଜପା ଅଧ୍ୟକ୍ଷ ଅମିତ୍‌ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ସମର୍ଥନ ପ୍ରତ୍ୟାହାର ପାଇଁ ନିଷ୍ପତ୍ତି ନିଆଯାଇଥିଲା। ବାସ୍ତବରେ ୨୦୧୯ ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ଏଭଳି ନିଷ୍ପତ୍ତି ନେଇଥିଲା। ଭାଜପା ସହ ଅସ୍ବାଭାବିକ ମେଣ୍ଟ ପିଡ଼ିପି ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଥିଲା। ଯେଉଁଥିପାଇଁ ଏଥର ନର୍ବାଚନରେ ଜମ୍ମୁ-କଶ୍ମୀର ଭୋଟର ପିଡିପିକୁ ପ୍ରତ୍ୟାଖ୍ୟାନ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?