ସିଇଓଙ୍କୁ ଫେରାଦ ହେଲେ ବିଜେଡି, ଭାଜପା

ଭୁବନେଶ୍ୱର,୨୬।୧୦(ବ୍ୟୁରେ): ଧାମନଗର ଉପନିର୍ବାଚନରେ ଆଦର୍ଶ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ହେଉଛି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଟଙ୍କା ଓ ଅନ୍ୟାନ୍ୟ ଜନିଷ ଦେଇ ପ୍ରଲୋଭିତ କରାଯାଉଥିବା ନେଇ ଉଭୟ ଭାଜପା ଓ ବିଜେଡି ପରସ୍ପରକୁ ଦୋଷାରୋପ କରିଛନ୍ତି। ଏ ନେଇ ଉଭୟ ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛନ୍ତି।
ଭାଜପା ଅଭିଯୋଗ କରିଛି ଯେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ବିଜୁ ଜନତା ଦଳ ଖୋଲାଖୋଲି ଭାବେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରିଚାଲୁଛି। ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ବିଭିନ୍ନ ବେଆଇନ କାଯର୍‌ୟରେ ଶାସକ ବିଜେଡିକୁ ଘଣ୍ଟ ଘୋଡାଉଛନ୍ତି। ନିଜେ ସିଇଓ ବାଡ ସାଜି, କ୍ଷେତ ଖାଇବା ଭଳି କାର୍ଯ୍ୟରେ ବ୍ୟସ୍ତ ଥିବାରୁ ଧାମନଗର ଉପନିର୍ବାଚନ ଅବାଧ, ମୁକ୍ତ ଓ ନିରପେକ୍ଷ ହେବା ନେଇ ବିରାଟ ସନ୍ଦେହ ସୃଷ୍ଟି ହୋଇଛି। ଶାସକ ବିଜେଡି ନେତା, ମନ୍ତ୍ରୀ ଓ କର୍ମୀମାନଙ୍କ ଚାପରେ ସରକାରୀ କର୍ମଚାରୀମାନେ ବିଜେଡି ସପକ୍ଷରେ ଭୋଟ କରାଇବା ଦାୟିତ୍ୱରେ ନିୟୋଜିତ ଅଛନ୍ତି ବୋଲି ରାଜ୍ୟ ସଭାପତି ସମୀର ମହାନ୍ତି ଅଭିଯୋଗ କରିଛନ୍ତି।
ମଙ୍ଗଳବାର ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସେ କହିଛନ୍ତି ଯେ ଏହି ପ୍ରସଙ୍ଗରେ ଭାଜପା ପକ୍ଷରୁ ସିଇଓ, ଭଦ୍ରକ ଜିଲାପାଳ ତଥା ରିଟର୍ନିଂ ଅଫିସରଙ୍କୁ ତଥ୍ୟ ଓ ପ୍ରମାଣ ସହିତ ବାରମ୍ବାର ଅଭିଯୋଗ କରାଯିବା ସତ୍ତ୍ୱେ କୌଣସି କାଯର୍‌ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ। ଏସ୍‌ଏଚ୍‌ଜି ଜରିଆରେ ଟଙ୍କା ବାଣ୍ଟିବାର ପ୍ରମାଣ ଦିଆଯିବା ସତ୍ତ୍ୱେ ସିଇଓ କିମ୍ବା ଜିଲାପାଳ କୌଣସି କାଯର୍‌ୟାନୁଷ୍ଠାନ ନେଉନାହାନ୍ତି। ଧାମନଗର ଉପନିର୍ବାଚନ ପାଇଁ ବିଜେଡି ପ୍ରତ୍ୟେକ ପଞ୍ଚାୟତ ପାଇଁ ୧ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛି। ଏହାର ଭିଡିଓ ହାଟରେ ପଡ଼ି ଦାଣ୍ଡରେ ବୁଲୁଛି। ତଥାପି ସିଇଓ ଏବଂ ଜିଲାପାଳ ନୀରବଦ୍ରଷ୍ଟା ସାଜିଛନ୍ତି। ଉଭୟ ପ୍ରଶାସକ ବିଜେଡି ସପକ୍ଷରେ କାଯର୍‌ୟ କରିବା ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ ଓ ଆଇନ ବିରୋଧୀ ବୋଲି ସମୀର ମହାନ୍ତି କହିଛନ୍ତି। ତାଙ୍କ ନେତୃତ୍ୱରେ ଏକ ଉଚ୍ଚ ପ୍ରତିନିଧି ଦଳ ଏ ନେଇ ସିଇଓଙ୍କୁ ଫେରାଦ ହୋଇଛି। ଗଣମାଧ୍ୟମରେ ପ୍ରସାରିତ ଭିଡିଓ ସମେତ ସମସ୍ତ ତଥ୍ୟ ଓ ପ୍ରମାଣ ସିଇଓଙ୍କୁ ପ୍ରଦାନ କରାଯାଇଛି। ସିଇଓ ନିଜ କ୍ଷମତାର ବ୍ୟବହାର କରି ଆଇପିସି ଧାରା ୧୭୧-ବି, ୧୭୧-ସି, ୧୭୧-ଇ, ୧୭୧-ଏଫ୍‌ ଏବଂ ଲୋକପ୍ରତିନିଧି ଆଇନ ୧୯୫୧ର ଧାରା ୧୨୩ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାଯର୍‌ୟାନୁଷ୍ଠାନ ପାଇଁ ଭାଜପା ପକ୍ଷରୁ ଦାବି କରାଯାଇଛି। ଆସନ୍ତା ୪୮ ଘଣ୍ଟା ଭିତରେ ସିଇଓ କୌଣସି କାଯର୍‌ୟାନୁଷ୍ଠାନ ଗ୍ରହଣ ନ କଲେ ଭାଜପା ପକ୍ଷରୁ ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବା ସହିତ ଭାରତର ନିର୍ବାଚନ କମିଶନଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ମହାନ୍ତି କହିଛନ୍ତି।
ଅନ୍ୟପକ୍ଷରେ ଧାମନଗର ଉପନିର୍ବାଚନରେ ଭାଜପା ପକ୍ଷରୁ ଟଙ୍କା ବଣ୍ଟାଯାଉଥିବା ନେଇ ବିଜେଡିର ୭ ଜଣିଆ ପ୍ରତିନିଧି ଦଳ ଭାଜପା ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି। ଧାମନଗର ଉପନିର୍ବାଚନରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଭାଜପା ନେତାମାନେ ଟଙ୍କା ଓ ଅନ୍ୟାନ୍ୟ ଜିନିଷ ଦେଉଥିବା ବିଜେଡି ନେତା ଲେନିନ ମହାନ୍ତି ଅଭିଯୋଗ କରିଛନ୍ତି। ଗତ ପଞ୍ଚାୟତ ଓ ପୌର ନିର୍ବାଚନ ଏବଂ ବିଭିନ୍ନ ଉପନିର୍ବାଚନରେ ଭାଜପା ଏଭଳି କରୁଥିବା ଦୃଷ୍ଟାନ୍ତ ରହିଛି। ନିର୍ବାଚନ ହାରିଯିବା ଭୟରେ ଭାଜପା ଭୋଟରମାନଙ୍କୁ ଆକୃଷ୍ଟ କରିବାକୁ ଏଭଳି ବେଆଇନ କାର୍ଯ୍ୟରେ ଲିପ୍ତ ରହୁଛି ବୋଲି ବିଜେଡି ଅଭିଯୋଗ କରିଛି। ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବାକୁ ସିଇଓଙ୍କୁ ବିଜେଡି ପକ୍ଷରୁ ଅନୁରୋଧ କରାଯାଇ ଦାବିପତ୍ର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri