ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ…

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜଭବନ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ରାଜ୍ୟପାଳ ରଘୁବର ଦାସ ଆଜି ନିଜ କ୍ଷମତାର ଉପଯୋଗ କରି ମନ୍ତ୍ରୀମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ରଖିଛନ୍ତି। ସେହିପରି ଜଳ ସମ୍ପଦ, ଯୋଜନା ଓ ସଂଯୋଜନ, ଅର୍ଥ ବିଭାଗ ମଧ୍ୟ ନିଜ ପାଖରେ ରଖିଛନ୍ତି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ବିଭାଗ ମିଳିଛି।

ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝି – ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସମ୍ପଦ, ଯୋଜନା ଓ ସମନ୍ୱୟ, ଅର୍ଥ (ଆବଣ୍ଟିତ ନ ହୋଇ ଥିବା ଅନ୍ୟ ବିଭାଗ)

ଉପମୁଖ୍ୟମନ୍ତ୍ରୀ
୧) କନକ ବର୍ଦ୍ଧନ ସିଂହ ଦେଓ – କୃଷି ଓ କୃଷକ ଶସକ୍ତକରଣ ଏବଂ ଶକ୍ତି
୨) ପ୍ରଭାତୀ ପରିଡ଼ା – ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ

କ୍ୟାବିନେଟ୍ ମନ୍ତ୍ରୀ
୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା
୨) ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ
୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ସଶକ୍ତକରଣ
୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ
୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍‌, ଆଇନ ଓ ପୂର୍ତ୍ତ ଓ ଅବକାରୀ ବିଭାଗ
୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ
୭) ବିଭୂତି ଭୂଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
୮) ଡ. କୃଷ୍ଣଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ

ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ
୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା
୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
୩) ପ୍ରଦୀପ ବଳସାମନ୍ତ – ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ
୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ର ଓ ମଧ୍ୟମ ଉଦ୍ଦ୍ୟୋଗ
୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

 

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri