ଏଣିକି ବିବାହରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ଜଣଙ୍କୁ ଅନୁମତି

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କୋଭିଡ୍‌ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଆସନ୍ତା ୬ ତାରିଖରୁ ବିବାହ ଉତ୍ସବରେ ୧୦୦ଜଣ ଲୋକ ଯୋଗଦେବେ। ସେହିପରି ଶୁଦ୍ଧି କାର୍ଯ୍ୟ ଲାଗି ୫୦ ଜଣଙ୍କୁ ଅନୁମତି ମିଳିବ। ବିବାହ ଓ ଶୁଦ୍ଧି କାର୍ଯ୍ୟରେ କୋଭିଡ୍‌ କଟକଣା କଡ଼ାକଡ଼ି ହେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ଏଥିସହ ସମସ୍ତ ପ୍ରକାର ସମ୍ମିଳନୀ ଓ ସମାବେଶ ଉପରେ କଟକଣା ଲଗାଇଛି ବିଏମ୍‌ସି। ସେହିପରି ବିଭିନ୍ନ ଶିକ୍ଷାନୁଷ୍ଠାନରେ କୌଣସି ସମାରୋହ ହୋଇପାରିବ ନାହିଁ ବୋଲି ବିଏମ୍‌ସି ନିର୍ଦ୍ଦେଶ ଦେଇଛି। ଅନ୍ୟପଟେ ବିଏମ୍‌ସିର ବିନା ଅନୁମତିରେ ଭୁବନେଶ୍ୱରରେ କୌଣସି ସାମାଜିକ କାର୍ଯ୍ୟକ୍ରମ ହୋଇପାରିବ ନାହିଁ।
ଅନ୍ୟପକ୍ଷରେ ନିୟମ ଉଲ୍ଲଂଘନ ରୋକିବା ପାଇଁ ବିଏମ୍‌ସିର ସେଣ୍ଟ୍ରାଲ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଓ ଏସ୍‌ଇଜେଡ୍‌ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ କରାଯାଇଛି। ଶୁକ୍ରବାର ମାର୍କେଟ୍‌ ବିଲ୍ଡିଂରେ ଚଢ଼ାଉ କରି ବିଭିନ୍ନ ଦୋକାନରୁ ଜରିମାନା ଆଦାୟ କରିବା ସହ ବିଶାଲ ମେଗା ମାର୍ଟକୁ ସିଲ୍‌ କରିଛି। କୁଇନ୍ସ କଲେକ୍ସନରୁ ୧୦ହଜାର, କୋଲକାତା ବଜାରରୁ ୫ହଜାର, ସିଟି ଫ୍ୟାଶନରୁ ୫ହଜାର ଓ ଅନ୍ୟ ଦୋକାନରୁ ୨ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ବିଏମ୍‌ସିର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀଙ୍କ ନେତୃତ୍ୱରେ ଏହି ଟିମ୍‌ରେ ଜୋନାଲ ଡେପୁଟି କମିଶନର ଅଂଶୁମାନ ରଥ, ଆସିଷ୍ଟାଣ୍ଟ କମିଶନର(ଏନ୍‌ଫୋର୍ସମେଣ୍ଟ) ଲିଲନ ପ୍ରସାଦ ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri