ଅଟୋ ଡିଲରଶିପ୍‌ ଖୋଲିବାକୁ ଅନୁମତି ମିଳୁ

ଭୁବନେଶ୍ୱର,୩୧ା୫:କରୋନା କଟକଣା ଯୋଗୁ ବର୍ତ୍ତମାନ ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ଅଟୋମୋବାଇଲ ଡିଲରଶିପ୍‌ଗୁଡ଼ିକ ମଧ୍ୟ ବନ୍ଦ ରହିଛି। ଏହି ଡିଲରଶିପ୍‌ଗୁଡିକୁ ଖୋଲିବାକୁ ଅନୁମତି ଦେବା ଲାଗି ଫେଡେରେଶନ ଅଫ୍‌ ଅଟୋମୋବାଇଲ ଡିଲର୍ସ ଆସୋସିଶନ (ଏଫ୍‌ଏଡିଏ) ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିବେଦନ କରାଯାଇଛି।
ଏଥିରେ କୁହାଯାଇଛି ଯେ ସାମାଜିକ ଦୂରତ୍ୱ ପାଇଁ ବର୍ତ୍ତମାନ ସାଧାରଣ ପରିବହନ ଉପରେ କଟକଣା ଲାଗିଥିବାରୁ ଲୋକମାନେ ବ୍ୟକ୍ତିଗତ ଯାନରେ ଯିବାକୁ ପସନ୍ଦ କରୁଛନ୍ତି। ଫଳରେ ଯାନବାହନ ଚାହିଦା ବଢ଼ିଛି। କୋଭିଡ୍‌ ଯୋଦ୍ଧା, ସମ୍ମୁଖ ଯୋଦ୍ଧା ଏବଂ ଗ୍ରାହକମାନେ ବ୍ୟକ୍ତିଗତ ବ୍ୟବହାର ଲାଗି ପାସେଞ୍ଜର କାର୍‌ ଏବଂ ୨ ଚକିଆ ଯାନ ଡେଲିଭରି ଦେବାକୁ କହୁଛନ୍ତି। ବର୍ତ୍ତମାନ ଅତ୍ୟାବଶ୍ୟକ ସାମଗ୍ରୀ ଓ ସେବା ପହଞ୍ଚାଇବା ଲାଗି ବାଣିଜି୍ୟକ ଯାନଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି।
ସଂଘ ପକ୍ଷରୁ କୁହାଯାଇଛି ଯେ ରାଜ୍ୟରେ ଲକ୍‌ଡାଉନ କଟକଣା ଯୋଗୁ ଗ୍ରାହକଙ୍କୁ ସେବା ଯୋଗାଇବା କଷ୍ଟକର ହେଉଛି। ସାଧାରଣତଃ ଅଟୋମୋବାଇଲ ଶୋ’ରୁମ୍‌ଗୁଡ଼ିକ ବଡ଼ ହୋଇଥିବାରୁ ଏଥିରେ ସାମାଜିକ ଦୂରତ୍ୱ ରଖିବା ସହଜ ହେବ। ୫୦% କର୍ମଚାରୀଙ୍କ ଦ୍ୱାରା ଗ୍ରାହକଙ୍କୁ ସେବା ଯୋଗାଇ ଦେବା ଲାଗି ଅନୁମତି ଦିଆଯାଉ। ଶୋ’ରୁମ୍‌ ପରିଚାଳନା ସମୟରେ କୋଭିଡ୍‌-୧୯ ନିୟମ କଡ଼ାକଡ଼ି ଭାବେ ପାଳନ, ଡିଲର ଶିପ୍‌ ଖୋଲି ଯାନ ବିକ୍ରି ଏବଂ ଡେଲିଭରି ସୁବିଧା ଦିଆଯିବାକୁ ନିବେଦନ କରାଯାଇଛି। ଏ କ୍ଷେତ୍ରରେ ରାଜ୍ୟ ସରକାରଙ୍କଠାରୁ ସହଯୋଗ ଆଶା କରୁଛୁ ବୋଲି ଏଫ୍‌ଏଡିଏ ଓଡ଼ିଶାର ରାଜ୍ୟ ଅଧ୍ୟକ୍ଷ ପ୍ରଦୀପ ଅଗ୍ରଓ୍ବାଲ କହିଛନ୍ତି। ସେହିଭଳି ରାଜ୍ୟ ମଧ୍ୟରେ ଇଜ୍‌ ଅଫ୍‌ ଡୁଇଙ୍ଗ ବିଜ୍‌ନେସକୁ ଉତ୍ସାହିତ କରିବା ଲାଗି ସରକାର ଗ୍ରହଣ କରୁଥିବା ପଦକ୍ଷେପକୁ ସଂଘ ପକ୍ଷରୁ ଧନ୍ୟବାଦ ପ୍ରଦାନ କରାଯାଇଛି। ଦ୍ୱିତୀୟ ଲହରକୁ ରୋକିବା ଦିଗରେ ସରକାରଙ୍କ ପଦକ୍ଷେପକୁ ଚିଠିରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri