Posted inଜାତୀୟ

କପ୍ପାନଙ୍କୁ ଭେଟିବା ଲାଗି ଓକିଲଙ୍କୁ ଅନୁମତି

ନୂଆଦିଲ୍ଲୀ, ୨୧।୧୧: ୟୁଏପିଏ ଆଇନ ବଳରେ ଗିରଫ ହୋଇ ଉତ୍ତରପ୍ରଦେଶର ଏକ ଜେଲରେ ଥିବା କେରଳ ଖବରଦାତା ସିଦ୍ଦିକ୍‌ କପ୍ପାନଙ୍କୁ ଭେଟିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ଆଇନଜୀବୀଙ୍କୁ ଅନୁମତି ଦେଇଛନ୍ତି। ଜାମିନ ପାଇବା ପାଇଁ ତାଙ୍କ ସ୍ବାକ୍ଷରର ଆବଶ୍ୟକତା ଥିଲା। ଉତ୍ତରପ୍ରଦେଶ ସରକାରଙ୍କର ଆପତ୍ତି ନ ଥିବାରୁ ଅଭିଯୁକ୍ତଙ୍କୁ ଭେଟିବା ଲାଗି ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଅନୁମତି ଦେଇଛନ୍ତି।
ଏହା ପୂର୍ବରୁ ୟୁପି ସରକାର ସତ୍ୟପାଠ ଜରିଆରେ ଅଦାଲତଙ୍କୁ ଜଣାଇଥିଲେ, କପ୍ପାନଙ୍କୁ ବେଆଇନ ଭାବେ ହାଜତରେ ରଖାଯାଇ ନାହିଁ। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ବିଚାର ବିଭାଗୀୟ ହାଜତରେ ରଖାଯାଇଛି। ରାଜ୍ୟ ସରକାର ଆହୁରି କହିଛନ୍ତି, କପ୍ପାନ ହେଉଛନ୍ତି ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆର ଅଫିସ ସମ୍ପାଦକ। ସେ କେରଳ ଖବରକାଗଜ ‘ତେଜସ୍‌’ର ପରିଚୟପତ୍ର ଦେଖାଇ ନିଜକୁ ସାମ୍ବାଦିକ ବୋଲାଉଥିଲେ। ଉକ୍ତ ଖବରକାଗଜ ୨୦୧୮ରୁ ବନ୍ଦ ହୋଇଯାଇଛି। କପ୍ପାନ ଜାତିଭେଦ ସୃଷ୍ଟି କରିବା ସହ ଜିଲାରେ ଆଇନଶୃଙ୍ଖଳା ସ୍ଥିତି ଉପୁଯାଇବା ପାଇଁ ହାଥ୍‌ରସ ଯାଉଥିଲେ ବୋଲି ୟୁପି ସରକାର ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ହାଥ୍‌ରସରେ ଜଣେ ଯୁବତୀଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିଲା। ଖବର ସଂଗ୍ରହ ଲାଗି କପ୍ପାନ ଯାଉଥିବାବେଳେ ତାଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri