ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର,୩୦ା୧୨(ବ୍ୟୁରୋ): ନୂଆବର୍ଷରେ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ଲାଗି ଭେଟି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ବୃଦ୍ଧି ଘୋଷଣା କରିଛନ୍ତି। ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ ଭୋଗୀ ଏଥିରେ ଉପକୃତ ହେବେ। ଗତ ଜୁଲାଇ ପହିଲାରୁ ପିଛିଲା ଭାବେ ଏହି ମହଙ୍ଗା ଭତ୍ତା ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ,ଏହି ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ପରେ ମହଙ୍ଗା ଭତ୍ତା ପରିମାଣ ୩୮ ପ୍ରତିଶତକୁ ବୃଦ୍ଧି ପାଇଛି।