ପଞ୍ଚାୟତ ଆକାଉଣ୍ଟରୁ ଭତ୍ତା ଟଙ୍କା ନେଇଗଲେ

ନୂଆପଡ଼ା,୭ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ କୋନାବିରା ପଞ୍ଚାୟତ ସରପଞ୍ଚ ଓ ନିର୍ବାହୀ ଅଧିକାରୀଙ୍କ ଅଜାଣତରେ ବାର୍ଦ୍ଧକ୍ୟଭତ୍ତା ବାବଦ ଟଙ୍କା ବ୍ୟାଙ୍କ ଆକାଉଣ୍ଟରୁ ଉଭାନ ହୋଇଥିବା ଅଭିଯୋଗ ହୋଇଛି। ଏହା ଜଣାପଡିବା ପରେ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

ମିଳିଥିବା ସୂଚନା ମୁତାବକ, କୋନାବିରା ପଞ୍ଚାୟତକୁ ପ୍ରତି ମାସରେ ବାର୍ଦ୍ଧକ୍ୟଭତ୍ତା ବାବଦକୁ ଲକ୍ଷାଧିକ ଟଙ୍କା ଆସିଥାଏ ା ବ୍ଲକ୍‌ କର୍ତ୍ତୃପକ୍ଷ ନୂଆପଡ଼ାସ୍ଥିତ ଆକ୍ସିସ ବ୍ୟାଙ୍କରେ ପଞ୍ଚାୟତ ନାମରେ ଥିବା ଭତ୍ତା ଆକାଉଣ୍ଟରେ ଟଙ୍କା ଜମା କରନ୍ତି ା ଉକ୍ତ ଟଙ୍କାକୁ ସରପଞ୍ଚ ଓ ନିର୍ବାହୀ ଅଧିକାରୀଙ୍କ ଯୁଗ୍ମ ସ୍ବାକ୍ଷରରେ ଉଠାଣ କରାଯାଇ ମଧୁବାବୁ ପେନ୍‌ସନ ଯୋଜନାରେ ନଗଦ ଟଙ୍କା ହିତାଧିକାରୀଙ୍କୁ ନିର୍ବାହୀ ଅଧିକାରୀ କିମ୍ବା ଅନ୍ୟ କର୍ମଚାରୀ ପ୍ରଦାନ କରନ୍ତି।

ଗତ ଅକ୍ଟୋବର ୨୩ରେ ପଞ୍ଚାୟତ ଭତ୍ତା ଆକାଉଣ୍ଟରେ ୧ ଲକ୍ଷ ୩୦ ହଜାର ଟଙ୍କା ନିର୍ବାହୀ ଅଧିକାରୀଙ୍କ ଅଗୋଚରରେ କେହି ଜାଲ୍‌ ଦସ୍ତଖତ କରି ଟଙ୍କା ଉଠାଣ କରି ନେଇଥିବା ନେଇ କୋମନା ବିଡିଓଙ୍କ ପାଖରେ ଅଭିଯୋଗ ହୋଇଛି। ଘଟଣାର ତଦନ୍ତ ପାଇଁ ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ବିଡିଓ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାଙ୍କ ଚେକ୍‌ ପଞ୍ଚାୟତ କାର୍ଯ୍ୟାଳୟରୁ କିପରି ଟଙ୍କା ଉଠାଣକାରୀ ପାଖକୁ ଗଲା ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି।

ସିସିଟିଭି ଫୁଟେଜରେ ଜଣେ ବ୍ୟକ୍ତି ଟଙ୍କା ଉଠାଣ କରୁଥିବା କୁହାଯାଉଛି। ଏ ସଂକ୍ରାନ୍ତରେ ଜିଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆଙ୍କୁ ପଚାରିବାରୁ ଆମ ପାଖକୁ ଅଭିଯୋଗ ଆସି ନାହିଁ। ଅଭିଯୋଗ ଆସିଲେ ତଦନ୍ତ କରି ସତ୍ୟାସତ୍ୟ ଜଣାପଡିଲେ ପଦକ୍ଷେପ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri