ଆବେଦନର ୭ବର୍ଷ ପରେ ବି ମିଳିଲାନି ଭତ୍ତା

ନିଶ୍ଚିନ୍ତକୋଇଲି,୧୩ା୧୦(ଅଶୋକ କୁମାର ମହାପାତ୍ର): ସରକାର ସାମାଜିକ ସୁରକ୍ଷା ଉପରେ ଗୁରୁତ୍ୱ ଦେଇ ଗ୍ରାମାଞ୍ଚଳ ଗରିବଙ୍କୁ ଭତ୍ତା ପ୍ରଦାନ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ପାଇଁ ନିଶ୍ଚିନ୍ତକୋଇଲି ବ୍ଲକରେ ସାମାଜିକ ସୁରକ୍ଷା ବିପର୍ଯ୍ୟସ୍ତ ହୋଇପଡିଛି। ବହୁ ବୃଦ୍ଧାବୃଦ୍ଧ, ମହିଳା ଓ ଭିନ୍ନକ୍ଷମ ଭତ୍ତା ପାଇଁ ଆବେଦନ କରିଥିଲେ ହେଁ ବିଭାଗୀୟ ଅଧିକାରୀ ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ଫଳରେ ଯୋଗ୍ୟ ହିତାଧିକାରୀ ଭତ୍ତା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଅପରପକ୍ଷରେ ବହୁ ଅଯୋଗ୍ୟ ହିତାଧିକାରୀ ସମ୍ପୃକ୍ତ ଅଧିକାରୀଙ୍କୁ ହାତ କରି ଭତ୍ତା ହାତେଇଥିବା ଅଭିଯୋଗ ହୋଇଛି। ନିଶ୍ଚିନ୍ତକୋଇଲି ବ୍ଲକ ବାଲିଆପଦା ପଞ୍ଚାୟତ ତେନ୍ତଲପୁର ଗଁାର ଜଣେ ବିଧବା ମହିଳା ଆବେଦନର ୭ବର୍ଷ ପରେ ମଧ୍ୟ ଭତ୍ତା ମିଳୁ ନ ଥିବା ଅଭିଯୋଗ ହୋଇଛି। ତେନ୍ତଲପୁର ଗଁାର ଦୁର୍ଯ୍ୟୋଧନ ଦୀର୍ଘ ୭ ବର୍ଷ ହେଲା ମୃତ୍ୟୁବରଣ କଲେଣି। ଦୁର୍ଯ୍ୟୋଧନ ଜଣେ ଭୂମିହୀନ ହୋଇଥିଲା ବେଳେ ତାଙ୍କର କୌଣସି ପୁଅ ନାହାନ୍ତି। ଘରେ ତାଙ୍କର ବିଧବା ସ୍ତ୍ରୀ ରଶ୍ମିତା ନାୟକ(୫୨) ରହିଛନ୍ତି। ରଶ୍ମିତା ବାର୍ଦ୍ଧକ୍ର ଜନିତ ରୋଗରେ ଆକ୍ରାନ୍ତ ହୋଇଥିଲା ବେଳେ ଔଷଧ ଖାଇବା ନିମନ୍ତେ ତାଙ୍କ ପାଖରେ ଟଙ୍କା ନ ଥିବା ଅଭିଯୋଗ ହୋଇଛି। ଏପରିସ୍ଥଳେ ରଶ୍ମିତା ବିଧବା ଭତ୍ତା ପାଇବା ନିମନ୍ତେ ସ୍ଥାନୀୟ ନେତାଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନର ଦ୍ୱାରସ୍ଥ ବାରମ୍ବାର ହୋଇଥିଲେ। ତାଙ୍କ ପ୍ରତି କାହାରି ନିଘା ନାହିଁ। ଅପରପକ୍ଷରେ ନିଶ୍ଚିନ୍ତକୋଇଲି ପଞ୍ଚାୟତ ଓଥକା ଗ୍ରାମର ଜୟରାମ ମହାପାତ୍ର ବାରମ୍ବାର ଭତ୍ତା ଆବେଦନ କରିଥିଲେ ହେଁ ତାଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ଏଥିରୁ ବାଦ ଦିଆଯାଇଥିବା ଅଭିଯୋଗ ହେଉଛି। ନେତା ଠୁ ଅଫିସର ସମସ୍ତଙ୍କୁ ଗୁହାରୀ ପରେ ବି ତାଙ୍କୁ ଭତ୍ତା ମିଳୁ ନ ଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ବ୍ଲକରେ ବହୁ ପ୍ରଭାବଶାଳୀ ବ୍ୟକ୍ତି ବିଶେଷ ଭତ୍ତା ହାତେଇଥିବା ନଜିର ଥିଲା ବେଳେ ରଶ୍ମିତା ପରି ଜଣେ ନିରାଶ୍ରୟା ବିଧବା ଭତ୍ତା ପାଇବାରୁ ବଞ୍ଚତ୍ତ ହେବା ଘଟଣାଟି ପ୍ରଶାସନର ଅସଲ ଚେହେରାକୁ ପଦାରେ ପକାଇ ଦେଇଛି। ପ୍ରଶାସନ ପକ୍ଷରୁ ତୁରନ୍ତ ରଶ୍ମିତାକୁ ବିଧବା ଭତ୍ତା ପ୍ରଦାନ ନିମନ୍ତେ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ବାଲିଆପଦା ସରପଞ୍ଚ ଜୟନ୍ତୀ ଜେନାଙ୍କୁ ପଚାରିବାରେ ସମ୍ପୃକ୍ତା ମହଳିା ଭତ୍ତା ପାଇବା ପାଇଁ ହକଦାର ଥିଲେ ମଧ୍ୟ ତାଙ୍କ ସ୍ବାମୀଙ୍କ କୌଣସି ମୃତ୍ୟୁ ଜନିତ ପ୍ରମାଣପତ୍ର ନ ଥିବା କାରଣରୁ ଭତ୍ତା ଦିଆଯାଇ ପାରୁ ନ ଥିବା ମତବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri