ଭାରତୀୟ ମୁଦ୍ରାରେ ଅନ୍ତର୍ଜାତୀୟ ବାଣିଜ୍ୟ କାରବାରକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୦।୧୧: ସାରା ବିଶ୍ୱ ଏପରିକି ଭାରତରେ ମଧ୍ୟ ମାନ୍ଦାବସ୍ଥା ଜାରି ରହିଛି। ଦେଶରେ ଉଭୟ ଅନ୍ତଃରାଷ୍ଟ୍ରୀୟ ଓ ସ୍ଥାନୀୟ ସମସ୍ୟା ମଧ୍ୟ ବୃଦ୍ଧି ପାଇ ଚାଲିଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାର ବୁଧବାର ଭାରତୀୟ ମୁଦ୍ରା ବା ଟଙ୍କା (ଆଇଏନ୍‌ଆର୍‌) ରେ ଅନ୍ତର୍ଜାତୀୟ ବାଣିଜ୍ୟ କାରବାର ପାଇଁ ଅନୁମତି ପ୍ରଦାନ (ମଞ୍ଜୁରୀ) ସହ ବୈଦେଶିକ ବାଣିଜ୍ୟ ନୀତି ଏବଂ ପଦ୍ଧତି ପୁସ୍ତିକାରେ ଆବଶ୍ୟକ ସଂଶୋଧନ କରିଛନ୍ତି। ଏହାଦ୍ବାରା ଭାରତୀୟ ମୁଦ୍ରାରେ ଇନ୍‌ଭଏସ୍‌ ପ୍ରସ୍ତୁତି ସହ ଅର୍ଥ ପୈଠ ଏବଂ ରପ୍ତାନି-ଆମଦାନୀ କାରବାର କରାଯାଇପାରିବ। ବିଶେଷକରି ଏ ଦିଗରେ ଏକ ପଦକ୍ଷେପ ସ୍ବରୂପ ବୈଦେଶିକ ବାଣିଜ୍ୟ ମହାନିର୍ଦ୍ଦେଶାଳୟ (ଡିଜିଏଫ୍‌ଟି) ପକ୍ଷରୁ ଅନୁଚ୍ଛେଦ ସଂଖ୍ୟା ୨.୫୨ (ଡି) ବୈଧ ବିଜ୍ଞପ୍ତି ସଂଖ୍ୟା ୩୩-୨୦୧୫-୨୦ ଜରିଆରେ ୨୦୨୨ ସେପ୍ଟେମ୍ବର ୧୬ରେ ଭାରତୀୟ ମୁଦ୍ରାରେ ଇନ୍‌ଭଏସ୍‌ ପ୍ରସ୍ତୁତି ସହ ଅର୍ଥ ପୈଠ ଏବଂ ରପ୍ତାନି ଓ ଆମଦାନୀ କାରବାରକୁ ଅନୁମତି ଦିଆଯାଇଥିଲା। ଏହା ପୂର୍ବରୁ ୨୦୨୨ ଜୁଲାଇ ୧୧ରେ ମଧ୍ୟ ଭାରତୀୟ ରିଜର୍ଭ ବ୍ୟାଙ୍କ ଏ.ପି. (ଡିଆଇଆର୍‌ ସିରିଜ) ବିଜ୍ଞପ୍ତି ସଂଖ୍ୟା ୧୦ ଜରିଆରେ ଭାରତୀୟ ମୁଦ୍ରାରେ ଅନ୍ତର୍ଜାତୀୟ ବାଣିଜ୍ୟ କାରବାରକୁ ମଞ୍ଜୁର କରିଥିଲା ଏବଂ ଡିଜିଏଫ୍‌ଟି ସେହି ଅନୁଯାୟୀ ପଦକ୍ଷେପ ମଧ୍ୟ ଗ୍ରହଣ କରିଥିଲା। ସେହିପରି ଉପରୋକ୍ତ ବିଜ୍ଞପ୍ତିକୁ ଆଗକୁ ବଢ଼ାଇ ବୈଦେଶିକ ବାଣିଜ୍ୟ ନୀତିର ଅନୁଚ୍ଛେଦ ୨.୫୩ ରେ ଆବଶ୍ୟକ ପରିବର୍ତ୍ତନ ମଧ୍ୟ କରାଯାଇଛି। ରପ୍ତାନି ପାଇଁ ଆମଦାନୀ (ଏଫ୍‌ଟିପିର ଅନୁଚ୍ଛେଦ୨.୪୬), ଷ୍ଟାଟସ ହୋଲ୍‌ଡର ବା ସ୍ଥିତି ଧାରକ ଭାବେ ମାନ୍ୟତା ପାଇଁ ରପ୍ତାନି ପ୍ରଦର୍ଶନ (ଏଫ୍‌ଟିପିର ଅନୁଚ୍ଛେଦ ୩.୨୦), ଅଗ୍ରିମ ପ୍ରାଧିକରଣ (ଏଏ) ଏବଂ ଶୁଳ୍କ ମୁକ୍ତ ଆମଦାନୀ ପ୍ରାଧିକରଣ (ଡିଏଫ୍‌ଆଇଏ) ଯୋଜନା ଅଧୀନରେ ରପ୍ତାନି କାରବାର ପ୍ରାପ୍ତି ପାଇଁ (ଏଫ୍‌ଟିପିର ଅନୁଚ୍ଛେଦ ୪.୨୧) ଏବଂ ରପ୍ତାନି ପ୍ରୋତ୍ସାହନ ପୁଞ୍ଜିଗତ ବସ୍ତୁ (ଇପିସିଜି) ଯୋଜନା (ଏଚ୍‌ବିପିର ଅନୁଚ୍ଛେଦ ୫.୧୧) ଅଧୀନରେ ରପ୍ତାନି କାରବାରର ପ୍ରାପ୍ତି ନିମନ୍ତେ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ସେହି ଅନୁଯାୟୀ ବୈଦେଶିକ ବାଣିଜ୍ୟ ନୀତି ଅଧୀନରେ ଲାଭ, ରିହାତି, ରପ୍ତାନି ବାଧ୍ୟତା ପୂରଣକୁ ୨୦୨୨ଜୁଲାଇ ୧୧ରେ ପ୍ରକାଶିତ ଭାରତୀୟ ରିଜର୍ଭ ବ୍ୟାଙ୍କର ମାର୍ଗଦର୍ଶିକା ଅନୁଯାୟୀ ଭାରତୀୟ ଟଙ୍କାର ପ୍ରାପ୍ତି ନିମନ୍ତେ ସମ୍ପ୍ରସାରଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri