ଅଲ୍ଲୁ ଅର୍ଜୁନ ଗିରଫ, ପୁଷ୍ପା-୨ ସ୍କ୍ରିନିଂରେ ମୃତ୍ୟୁ ବରଣ କରିଥିଲେ ପ୍ରଶଂସକ

ହାଇଦ୍ରାବାଦ,୧୩।୧୨: ପୁଷ୍ପାରାଜ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ପୁଷ୍ପା-୨ ସ୍କ୍ରିନିଂ ବେଳେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟର ନିକଟରେ ଘଟିଥିବା ଦଳାଚକଟା ଘଟଣାରେ ପୋଲିସ ତାଙ୍କୁ ଗିରଫ କରିଛି। ଅଲ୍ଲୁଙ୍କୁ ଚି଼କ୍କାଡାପଲ୍ଲୀ ଥାନାକୁ ନିଆଯାଇଛି।

ସୂଚନାଯୋଗ୍ୟ ଡିସେମ୍ବର ୪ ରେ ଏହି ଘଟଣା ଘଟିଥିଲା ​​ଯେତେବେଳେ ଅଭିନେତାଙ୍କ ଟିକିଏ ଝଲକ ଦେଖିବାକୁ ସନ୍ଧ୍ୟା ଥିଏଟରରେ ବହୁ ଜନସମାଗମ ହୋଇଥିଲା। ଏଠାରେ ରେବଥି ନାମକ ଜଣେ ୩୯ ବର୍ଷ ବୟସ୍କା ମହିଳା ଶ୍ୱାସରୁଦ୍ଧ ହୋଇ ଜୀବନ ହରାଇଥିବାବେଳେ ତାଙ୍କର ଆଠ ବର୍ଷର ପୁଅ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମହିଳାଙ୍କ ପରିବାରର ଅଭିଯୋଗ ପରେ ପୋଲିସ ଡିସେମ୍ବର ୫ ରେ ଅର୍ଜୁନ, ତାଙ୍କ ସୁରକ୍ଷା ଦଳ ଏବଂ ଥିଏଟର ମ୍ୟାନେଜମେଣ୍ଟ ବିରୋଧରେ ମାମଲା ଦାୟର କରିଥିଲା।

ଅଭିଯୋଗ ଅନୁଯାୟୀ ଅଲୁ ଅର୍ଜୁନ ସ୍କ୍ରିନିଂ ପାଇଁ ଆସିବେ ବୋଲି ପୋଲିସକୁ ଅବଗତ କରାଯାଇ ନଥିଲା। ଥିଏଟର ମ୍ୟାନେଜମେଣ୍ଟ କିନ୍ତୁ ଏବିଷୟରେ ବିଷୟରେ ଅବଗତ ଥିଲେ। ପୋଲିସ ପାଖରେ ସୂଚନା ଥିଲେ ହୁଏତ ଅଧିକ ସୁରକ୍ଷା ବ୍ୟବସ୍ଥା ସହିତ ଭିଡକୁ ନିୟନ୍ତ୍ରଣ କରିବାକୁ ଯୋଜନା କରିଥାନ୍ତେ। ଏହାବାଦ କେବଳ ମୁଖ୍ୟ ପ୍ରବେଶ ପଥକୁ ଛାଡିଦେଲେ ଥିଏଟର ସେଠାରେ ଦର୍ଶକଙ୍କ ପାଇଁ କୌଣସି ପୃଥକ ପ୍ରବେଶ କିମ୍ବା ପ୍ରସ୍ଥାନ ନଥିଲା। ତେଣୁ ଥିଏଟରରେ ପହଞ୍ଚିଥିବା ବହୁ ଜନସମାଗମ ଏବଂ ସୁରକ୍ଷା ଅଭାବରୁ ଏକ ଦଳାଚକଟା ସ୍ଥିତି ଉପୁଜିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri