ଅଲ୍ଲୁ ଅର୍ଜୁନଙ୍କ ଲଭ ଷ୍ଟୋରୀ ….

ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ସାଉଥ ଇଣ୍ଡଷ୍ଟ୍ରିରୁ ଆରମ୍ଭ କରି ବଲିଉଡ ପର୍ଯ୍ୟନ୍ତ ଲକ୍ଷାଧିକ ପ୍ରଶଂସକ। ନିକଟରେ ରିଲିଜ ହୋଇଥିବା ଫିଲ୍ମ ପୁଷ୍ପାକୁ ନେଇ ସେ ବେଶ ଲୋକ ପ୍ରିୟ ହୋଇଥିଲେ। ଏବେ ଦର୍ଶକ ଏହାର ସିକ୍ୱେଲକୁ ଅପେକ୍ଷା କରିିଛନ୍ତି । ଅଲ୍ଲୁ ତାଙ୍କ କ୍ୟାରିୟରରେ ଅନେକ ହିଟ୍‌ ଫିଲ୍ମ ଦେଇଛନ୍ତି। ତାଙ୍କ ବୃତ୍ତିଗତ ଜୀବନ ସହିତ, ତାଙ୍କର ବ୍ୟକ୍ତିଗତ ଜୀବନ ମଧ୍ୟ ଅତ୍ୟନ୍ତ ଆକର୍ଷଣୀୟ ।
୬ ମାର୍ଚ୍ଚ ୨୦୧୧ ମସିହାରେ ସ୍ନେହା ରେଡ୍ଡୀଙ୍କ ସହ ଅଲ୍ଲୁଙ୍କର ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଅଲ୍ଲୁଙ୍କ ସ୍ତ୍ରୀ ସ୍ନେହା ରେଡ୍ଡୀ କୌଣସି ଅଭିନେତ୍ରୀମାନଙ୍କ ଠାରୁ କମ ନୁହଁନ୍ତି । ତାଙ୍କର ଗୋଟିଏ ପୁଅ ଏବଂ ଝିଅ ରହିଛି । ଜଣେ ବନ୍ଧୁଙ୍କ ବିବାହରେ ଅଲୁ ପ୍ରଥମ ଥର ପାଇଁ ସ୍ନେହାଙ୍କୁ ଭେଟିଥିଲେ । ପ୍ରଥମ ଦେଖାରେ ହିଁ ସ୍ନେହାଙ୍କୁ ପ୍ରେମ କରି ବସିଥିଲେ। ଧିରେ ଧିରେ ଦୁହେଁ ପରସ୍ପର ପ୍ରତି ନିକଟତର ହେଲେ । ସେହି ସମୟରେ ସ୍ନେହା ମାଷ୍ଟର ଡିଗ୍ରୀ ଶେଷ କରି ଆମେରିକାରୁ ଫେରି ଆସିଥିଲେ। ସ୍ନେହା ହାଇଦ୍ରାବାଦର ଜଣେ ବ୍ୟବସାୟୀଙ୍କ ଝିଅ ଥିଲେ। ସେତେବେଳକୁ ଅଭିନେତା ଭାବେ ଚଳଚ୍ଚିତ୍ରରେ ଅଲ୍ଲୁ ନିଜର ପରିଚୟ ସୃଷ୍ଟି କରି ସାରିଥିଲେ । ବ୍ୟବସାୟୀଙ୍କ ଝିଅ ହୋଇଥିବାରୁ ଫିଲ୍ମ ତାରକାଙ୍କୁ ବିବାହ କରିବାକୁ ପରିବାର ସଦସ୍ୟଙ୍କର ଅନୁମତି ନ ଥିଲା। ଏହି କାରଣରୁ, ସ୍ନେହାଙ୍କ ପରିବାର ଏହି ସମ୍ପର୍କ ପାଇଁ ସମ୍ପୂର୍ଣ୍ଣ ଭାବେ ମନା କରିଦେଇଥିଲେ। କିନ୍ତୁ ଅଲ୍ଲୁ ଏବଂ ସ୍ନେହା ପରସ୍ପରକୁ ଛାଡିବାକୁ ଚାହୁଁ ନ ଥିଲେ। ସ୍ନେହାଙ୍କ ପରିବାରକୁ ମନାଇବା ପାଇଁ ଅଲୁଙ୍କୁ ଅନେକ ପରିଶ୍ରମ କରିବାକୁ ପଡିଥିଲା । ଶେଷରେ ତାଙ୍କ ପରିବାର ଦୁହିଁଙ୍କ ବିବାହ ପାଇଁ ରାଜି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri