ଗିରଫ ପରେ ହାଇକୋର୍ଟ ଗଲେ ଅଲ୍ଲୁ ଅର୍ଜୁନ, ଜାଣନ୍ତୁ ମିଳିବ କି ନାହିଁ ଜାମିନ

ହାଇଦ୍ରାବାଦ,୧୩।୧୨: ପୁଷ୍ପା-୨ ପ୍ରିମିୟର ସମୟରେ ସନ୍ଧ୍ୟା ଥିଏଟର ନିକଟରେ ହୋଇଥିବା ଦଳାଚକଟାରେ ମହିଳା ମୃତ୍ୟୁ ବରଣ କରିବା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ପୋଲିସ। ବର୍ତ୍ତମାନ ଗିରଫଦାରୀ ପ୍ରତିବାଦରେ ହାଇକୋର୍ଟ ଯାଇଛନ୍ତି ଅଲ୍ଲୁ। ମାମଲାରେ ଜରୁରୀ ଶୁଣାଣି ପାଇଁ ସେ ଆବେଦନ କରିଛନ୍ତି। ସେପଟେ ତାଙ୍କୁ ଗିରଫ କରାଯାଇ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ହସ୍ପିଟାଲ ନିଆଯାଇଛି, ଯେଉଁଠାରେ କିଛି ସମୟ ପରେ ଅଲ୍ଲୁଙ୍କ ମେଡିକାଲ ଯାଞ୍ଚ ହେବ।

ସୂଚନାଯୋଗ୍ୟ ଡିସେମ୍ବର ୪ ରେ ଏହି ଘଟଣା ଘଟିଥିଲା ​​ଯେତେବେଳେ ଅଭିନେତାଙ୍କ ଟିକିଏ ଝଲକ ଦେଖିବାକୁ ସନ୍ଧ୍ୟା ଥିଏଟରରେ ବହୁ ଜନସମାଗମ ହୋଇଥିଲା। ଏଠାରେ ରେବଥି ନାମକ ଜଣେ ୩୯ ବର୍ଷ ବୟସ୍କା ମହିଳା ଶ୍ୱାସରୁଦ୍ଧ ହୋଇ ଜୀବନ ହରାଇଥିବାବେଳେ ତାଙ୍କର ଆଠ ବର୍ଷର ପୁଅ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମହିଳାଙ୍କ ପରିବାରର ଅଭିଯୋଗ ପରେ ପୋଲିସ ଡିସେମ୍ବର ୫ ରେ ଅର୍ଜୁନ, ତାଙ୍କ ସୁରକ୍ଷା ଦଳ ଏବଂ ଥିଏଟର ମ୍ୟାନେଜମେଣ୍ଟ ବିରୋଧରେ ମାମଲା ଦାୟର କରିଥିଲା।

ଅଭିଯୋଗ ଅନୁଯାୟୀ ଅଲୁ ଅର୍ଜୁନ ସ୍କ୍ରିନିଂ ପାଇଁ ଆସିବେ ବୋଲି ପୋଲିସକୁ ଅବଗତ କରାଯାଇ ନଥିଲା। ଥିଏଟର ମ୍ୟାନେଜମେଣ୍ଟ କିନ୍ତୁ ଏବିଷୟରେ ବିଷୟରେ ଅବଗତ ଥିଲେ। ପୋଲିସ ପାଖରେ ସୂଚନା ଥିଲେ ହୁଏତ ଅଧିକ ସୁରକ୍ଷା ବ୍ୟବସ୍ଥା ସହିତ ଭିଡକୁ ନିୟନ୍ତ୍ରଣ କରିବାକୁ ଯୋଜନା କରିଥାନ୍ତେ। ଏହାବାଦ କେବଳ ମୁଖ୍ୟ ପ୍ରବେଶ ପଥକୁ ଛାଡିଦେଲେ ଥିଏଟର ସେଠାରେ ଦର୍ଶକଙ୍କ ପାଇଁ କୌଣସି ପୃଥକ ପ୍ରବେଶ କିମ୍ବା ପ୍ରସ୍ଥାନ ନଥିଲା। ତେଣୁ ଥିଏଟରରେ ପହଞ୍ଚିଥିବା ବହୁ ଜନସମାଗମ ଏବଂ ସୁରକ୍ଷା ଅଭାବରୁ ଏକ ଦଳାଚକଟା ସ୍ଥିତି ଉପୁଜିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri