ପୱନଙ୍କୁ ଅଲ୍ଲୁ ଅର୍ଜୁନଙ୍କ ସମର୍ଥନ

ଅମରାବତୀ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଏବେ ନିଜ ଫିଲ୍ମ ‘ପୁଷ୍ପା ଦି ରୁଲ୍‌’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ସେ ଏହି ହାଇ ବଜେଟ ଫିଲ୍ମକୁ ନେଇ କ୍ରମାଗତ ଭାବେ ଚର୍ଚ୍ଚାରେ ରହି ଆସୁଛନ୍ତି। ଆସନ୍ତା ୧୩ରେ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ, ଏବେ ଏଥିପାଇଁ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପିଥାପୁରମ୍‌ ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜନସେନା ପାର୍ଟି (ଜେଏସ୍‌ପି) ମୁଖ୍ୟ ତଥା ତେଲୁଗୁ ତାରକା ପୱନ କଲ୍ୟାଣଙ୍କୁ ଅଲ୍ଲୁ ନିଜ ଏକ୍ସ’ ହ୍ୟାଣ୍ଡେଲରେ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ତାଙ୍କ ସମର୍ଥନ ପୱନ କଲ୍ୟାଣଙ୍କ ପ୍ରତି ରହିଥିବା ଅଲ୍ଲୁ କହିଛନ୍ତି।
ତାଙ୍କ ଏକ୍ସ’ ଆକାଉଣ୍ଟରେ ପୱନଙ୍କ ପାଇଁ ଏକ ସ୍ବତନ୍ତ୍ର ବାର୍ତ୍ତା ଲେଖିଛନ୍ତି। ସେ ପୱନଙ୍କୁ ତାଙ୍କ ନିର୍ବାଚନୀ ଯାତ୍ରା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ସେବାରେ ଉତ୍ସର୍ଗ କରିବାକୁ ପୱନ ତାଙ୍କ ଜୀବନକୁ ବାଛିଥିବା କହି ଏଥିପାଇଁ ପରିବାରର ଜଣେ ସଦସ୍ୟ ଭାବେ ସେ ଗର୍ବିତ ଥିବା ଅଲ୍ଲୁ ନିଜ ପୋଷ୍ଟରେ ଲେଖିଛନ୍ତି। ଏହା ସହ ପୱନଙ୍କ ଏହି ଯାତ୍ରାରେ ସର୍ବଦା ତାଙ୍କର ସମର୍ଥନ ରହିଛି ବୋଲି ଅଲ୍ଲୁ ପ୍ରକାଶ କରିଛନ୍ତି।
କଲ୍ୟାଣ ଖୁବ୍‌ଶୀଘ୍ର ବବି ଦେଓଲଙ୍କ ସହ ‘ହରି ହର୍‌ ବୀରା ମଲ୍ଲୁ’ରେ ନଜର ଆସିବେ। ୨୦୧୯ରେ ଏହି ଚଳଚ୍ଚିତ୍ରର ଘୋଷଣା ହୋଇଯାଇଥିବାବେଳେ କୋଭିଡ୍‌ ମହାମାରୀ ଯୋଗୁ ଏହା ରିଲିଜ୍‌ ହୋଇପାରି ନ ଥିଲା। ସେହିପରି ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଆଗାମୀ ଫିଲ୍ମ ‘ପୁଷ୍ପା ଦି ରୁଲ୍‌’ ମଧ୍ୟ ଖୁବ୍‌ଶୀଘ୍ର ରିଲିଜ୍‌ ହେବାକୁ ଯାଉଛି। ନିକଟରେ ଫିଲ୍ମ ନିର୍ମାତାମାନେ ଏହାର ପ୍ରଥମ ଗୀତ ‘ପୁଷ୍ପା ପୁଷ୍ପା’ ରିଲିଜ୍‌ କରିଛନ୍ତି। ଏହି ଚଳଚ୍ଚିତ୍ରର ଟିଜର ମଧ୍ୟ ପ୍ରକାଶ ପାଇଛି, ଯାହା ଲୋକଙ୍କୁ ଉତ୍ସାହିତ କରିପାରିଛି। ଏହି ଫିଲ୍ମ ଚଳିତ ବର୍ଷ ଅଗଷ୍ଟ ୧୫ରେ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri