ଆଲ୍ଲୁଙ୍କୁ ଗିରଫ ମାମଲା: ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ

ପୁଷ୍ପାରାଜ୍‌ଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ତାଙ୍କ ଫିଲ୍ମ ପୁଷ୍ପା ୨: ଦି ରାଇଜର ପ୍ରିମିୟର ସମୟରେ ବଡ଼ ଦଳାଚକଟା ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଯାହାକୁ ନେଇ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ହାଇଦ୍ରାବାଦ ପୋଲିସ ତାଙ୍କ ଘରୁ ତାଙ୍କୁ ଗିରଫ କରିଛି। ଏହାରି ଭିତରେ ଆଲ୍ଲୁଙ୍କ ଗିରଫଦାରୀକୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ ବଡ଼ ବୟାନ ଦେଇଛନ୍ତି।

ଆଲ୍ଲୁଙ୍କୁ ନେଇ ରାଜନୀତି ତେଜିବାରେ ଲାଗିଛି। ଭାଜପା ଓ କେଟିଆରଙ୍କ ସମେତ ବହୁ ବଡ଼ ବଡ଼ ରାଜନେତା ସୋସିଆଲ ମିଡିଆରେ ନିଜର ପ୍ରତିକ୍ରିୟା ରଖିଛନ୍ତି। ଏହି ମାମଲାରେ ମୁଖ୍ୟମନ୍ତ୍ରୀ ରେଭନ୍ତ କହିଛନ୍ତି, ଆଇନ୍‌ ତା’ କାମ କରିବ। ମାମଲାର ତଦନ୍ତବେଳେ ମୁଁ କୌଣସି ହସ୍ତକ୍ଷେପ କରିବି ନାହିଁ। ଦଳାଚକଟାବେଳେ ହୋଇଥିବା ମୃତ୍ୟୁ କାରଣରୁ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ଡିସେମ୍ବର ୪ ରେ ଏହି ଘଟଣା ଘଟିଥିଲା ​​ଯେତେବେଳେ ଅଭିନେତାଙ୍କ ଟିକିଏ ଝଲକ ଦେଖିବାକୁ ସନ୍ଧ୍ୟା ଥିଏଟରରେ ବହୁ ଜନସମାଗମ ହୋଇଥିଲା। ଏଠାରେ ରେବଥି ନାମକ ଜଣେ ୩୯ ବର୍ଷ ବୟସ୍କା ମହିଳା ଶ୍ୱାସରୁଦ୍ଧ ହୋଇ ଜୀବନ ହରାଇଥିବାବେଳେ ତାଙ୍କର ଆଠ ବର୍ଷର ପୁଅ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମହିଳାଙ୍କ ପରିବାରର ଅଭିଯୋଗ ପରେ ପୋଲିସ ଡିସେମ୍ବର ୫ ରେ ଅର୍ଜୁନ, ତାଙ୍କ ସୁରକ୍ଷା ଦଳ ଏବଂ ଥିଏଟର ମ୍ୟାନେଜମେଣ୍ଟ ବିରୋଧରେ ମାମଲା ଦାୟର କରିଥିଲା।

ଅଭିଯୋଗ ଅନୁଯାୟୀ ଅଲୁ ଅର୍ଜୁନ ସ୍କ୍ରିନିଂ ପାଇଁ ଆସିବେ ବୋଲି ପୋଲିସକୁ ଅବଗତ କରାଯାଇ ନଥିଲା। ଥିଏଟର ମ୍ୟାନେଜମେଣ୍ଟ କିନ୍ତୁ ଏବିଷୟରେ ବିଷୟରେ ଅବଗତ ଥିଲେ। ପୋଲିସ ପାଖରେ ସୂଚନା ଥିଲେ ହୁଏତ ଅଧିକ ସୁରକ୍ଷା ବ୍ୟବସ୍ଥା ସହିତ ଭିଡକୁ ନିୟନ୍ତ୍ରଣ କରିବାକୁ ଯୋଜନା କରିଥାନ୍ତେ। ଏହାବାଦ କେବଳ ମୁଖ୍ୟ ପ୍ରବେଶ ପଥକୁ ଛାଡିଦେଲେ ଥିଏଟର ସେଠାରେ ଦର୍ଶକଙ୍କ ପାଇଁ କୌଣସି ପୃଥକ ପ୍ରବେଶ କିମ୍ବା ପ୍ରସ୍ଥାନ ନଥିଲା। ତେଣୁ ଥିଏଟରରେ ପହଞ୍ଚିଥିବା ବହୁ ଜନସମାଗମ ଏବଂ ସୁରକ୍ଷା ଅଭାବରୁ ଏକ ଦଳାଚକଟା ସ୍ଥିତି ଉପୁଜିଥିଲା। ବର୍ତ୍ତମାନ ଗିରଫଦାରୀ ପ୍ରତିବାଦରେ ହାଇକୋର୍ଟ ଯାଇଛନ୍ତି ଅଲ୍ଲୁ। ମାମଲାରେ ଜରୁରୀ ଶୁଣାଣି ପାଇଁ ସେ ଆବେଦନ କରିଛନ୍ତି। ସେପଟେ ତାଙ୍କୁ ଗିରଫ କରାଯାଇ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ହସ୍ପିଟାଲ ନିଆଯାଇଛି, ଯେଉଁଠାରେ କିଛି ସମୟ ପରେ ଅଲ୍ଲୁଙ୍କ ମେଡିକାଲ ଯାଞ୍ଚ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri