ଆଲ୍ଲୁଙ୍କୁ ଗିରଫ ମାମଲା: ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ

ପୁଷ୍ପାରାଜ୍‌ଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ତାଙ୍କ ଫିଲ୍ମ ପୁଷ୍ପା ୨: ଦି ରାଇଜର ପ୍ରିମିୟର ସମୟରେ ବଡ଼ ଦଳାଚକଟା ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଯାହାକୁ ନେଇ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ହାଇଦ୍ରାବାଦ ପୋଲିସ ତାଙ୍କ ଘରୁ ତାଙ୍କୁ ଗିରଫ କରିଛି। ଏହାରି ଭିତରେ ଆଲ୍ଲୁଙ୍କ ଗିରଫଦାରୀକୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ ବଡ଼ ବୟାନ ଦେଇଛନ୍ତି।

ଆଲ୍ଲୁଙ୍କୁ ନେଇ ରାଜନୀତି ତେଜିବାରେ ଲାଗିଛି। ଭାଜପା ଓ କେଟିଆରଙ୍କ ସମେତ ବହୁ ବଡ଼ ବଡ଼ ରାଜନେତା ସୋସିଆଲ ମିଡିଆରେ ନିଜର ପ୍ରତିକ୍ରିୟା ରଖିଛନ୍ତି। ଏହି ମାମଲାରେ ମୁଖ୍ୟମନ୍ତ୍ରୀ ରେଭନ୍ତ କହିଛନ୍ତି, ଆଇନ୍‌ ତା’ କାମ କରିବ। ମାମଲାର ତଦନ୍ତବେଳେ ମୁଁ କୌଣସି ହସ୍ତକ୍ଷେପ କରିବି ନାହିଁ। ଦଳାଚକଟାବେଳେ ହୋଇଥିବା ମୃତ୍ୟୁ କାରଣରୁ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ଡିସେମ୍ବର ୪ ରେ ଏହି ଘଟଣା ଘଟିଥିଲା ​​ଯେତେବେଳେ ଅଭିନେତାଙ୍କ ଟିକିଏ ଝଲକ ଦେଖିବାକୁ ସନ୍ଧ୍ୟା ଥିଏଟରରେ ବହୁ ଜନସମାଗମ ହୋଇଥିଲା। ଏଠାରେ ରେବଥି ନାମକ ଜଣେ ୩୯ ବର୍ଷ ବୟସ୍କା ମହିଳା ଶ୍ୱାସରୁଦ୍ଧ ହୋଇ ଜୀବନ ହରାଇଥିବାବେଳେ ତାଙ୍କର ଆଠ ବର୍ଷର ପୁଅ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମହିଳାଙ୍କ ପରିବାରର ଅଭିଯୋଗ ପରେ ପୋଲିସ ଡିସେମ୍ବର ୫ ରେ ଅର୍ଜୁନ, ତାଙ୍କ ସୁରକ୍ଷା ଦଳ ଏବଂ ଥିଏଟର ମ୍ୟାନେଜମେଣ୍ଟ ବିରୋଧରେ ମାମଲା ଦାୟର କରିଥିଲା।

ଅଭିଯୋଗ ଅନୁଯାୟୀ ଅଲୁ ଅର୍ଜୁନ ସ୍କ୍ରିନିଂ ପାଇଁ ଆସିବେ ବୋଲି ପୋଲିସକୁ ଅବଗତ କରାଯାଇ ନଥିଲା। ଥିଏଟର ମ୍ୟାନେଜମେଣ୍ଟ କିନ୍ତୁ ଏବିଷୟରେ ବିଷୟରେ ଅବଗତ ଥିଲେ। ପୋଲିସ ପାଖରେ ସୂଚନା ଥିଲେ ହୁଏତ ଅଧିକ ସୁରକ୍ଷା ବ୍ୟବସ୍ଥା ସହିତ ଭିଡକୁ ନିୟନ୍ତ୍ରଣ କରିବାକୁ ଯୋଜନା କରିଥାନ୍ତେ। ଏହାବାଦ କେବଳ ମୁଖ୍ୟ ପ୍ରବେଶ ପଥକୁ ଛାଡିଦେଲେ ଥିଏଟର ସେଠାରେ ଦର୍ଶକଙ୍କ ପାଇଁ କୌଣସି ପୃଥକ ପ୍ରବେଶ କିମ୍ବା ପ୍ରସ୍ଥାନ ନଥିଲା। ତେଣୁ ଥିଏଟରରେ ପହଞ୍ଚିଥିବା ବହୁ ଜନସମାଗମ ଏବଂ ସୁରକ୍ଷା ଅଭାବରୁ ଏକ ଦଳାଚକଟା ସ୍ଥିତି ଉପୁଜିଥିଲା। ବର୍ତ୍ତମାନ ଗିରଫଦାରୀ ପ୍ରତିବାଦରେ ହାଇକୋର୍ଟ ଯାଇଛନ୍ତି ଅଲ୍ଲୁ। ମାମଲାରେ ଜରୁରୀ ଶୁଣାଣି ପାଇଁ ସେ ଆବେଦନ କରିଛନ୍ତି। ସେପଟେ ତାଙ୍କୁ ଗିରଫ କରାଯାଇ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ହସ୍ପିଟାଲ ନିଆଯାଇଛି, ଯେଉଁଠାରେ କିଛି ସମୟ ପରେ ଅଲ୍ଲୁଙ୍କ ମେଡିକାଲ ଯାଞ୍ଚ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri