ଆଲୁଓ୍ବାଲିଆ ପ୍ଲାଣ୍ଟ ଇଣ୍ଡକ୍ସନ ଫର୍ନେସ୍‌ରେ ବିସ୍ଫୋରଣ

ବଡ଼ବିଲ,୩ା୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ି ଥାନା ଅନ୍ତର୍ଗତ ବରପଦାସ୍ଥିତ କେଜେଏସ୍‌ ଆଲୁଓ୍ବାଲିଆଙ୍କ ପ୍ଲାଣ୍ଟର ଇଣ୍ଡକ୍ସନ ଫର୍ନେସରେ ବୁଧବାର ଅପରାହ୍ନରେ ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି। ଏଥିରେ କାରଖାନାର କେହି ମୃତାହତ ହୋଇ ନ ଥିବା ବେଳେ ଏକ ଟ୍ରକର ଡାଲା ଜଳିଯାଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନାନୁଯାୟୀ, ବୁଧବାର ଅପରାହ୍ନରେ ପ୍ଲାଣ୍ଟର ଇଣ୍ଡକ୍ଶନ ଫର୍ନେସରେ ତତଲା ତରଳ ଲୁହା ଭର୍ତ୍ତି କଣ୍ଟେନରକୁ ତଳକୁ ଓହ୍ଲାଇବା ବେଳେ ହଠାତ୍‌ ସେଥିରେ ପଙ୍କଚର ହୋଇଯାଇଥିଲା। ଫଳରେ ପ୍ରଚଣ୍ଡ ଶବ୍ଦ କରି ସେଠାରେ ବିସ୍ଫୋରଣ ଘଟିଥିଲା ଓ ତତଲା ତରଳ ଲୁହା ଛିଡ଼ା ହୋଇଥିବା ଏକ ଟ୍ରକ୍‌ ଡାଲା ଉପରେ ଓଜାଡି ହୋଇପଡ଼ିଥିଲା। ଶବ୍ଦ ଶୁଣି ଟ୍ରକ୍‌ ଛାଡି ପଳାଇବାରୁ ଚାଳକ ବର୍ତ୍ତିଯାଇଥିଲା ବେଳେ ତତଲା ତରଳ ଲୁହାରେ ଟ୍ରକର ଡାଲା ଜଳିଯାଇଥିବା ଜଣାପଡ଼ିଛି। ବିସ୍ଫୋରଣର ପ୍ରଚଣ୍ଡ ଶବ୍ଦରେ ଶ୍ରମିକ ଓ କର୍ମଚାରୀମାନେ ଭୟଭୀତ ହୋଇପଡ଼ିଥିଲେ। ଖବର ପାଇ ରୁଗୁଡ଼ି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ତେବେ ଏ ନେଇ ରୁଗୁଡ଼ି ଥାନା ଦାୟିତ୍ୱରେ ଥିବା ପୋଲିସ ଅଧିକାରୀ ତରଣୀସେନ ବାଗ୍‌ କହିଛନ୍ତି ଯେ, ଘଟଣାସ୍ଥଳକୁ ପୋଲିସ କର୍ମଚାରୀ ପହଞ୍ଚିଛି। କେହି ମୃତାହତ ହୋଇନାହାନ୍ତି ହେଲେ ପ୍ଲାଣ୍ଟ ପକ୍ଷରୁ ପୋଲିସକୁ ଅବଗତ କରାଯାଇନାହିଁ। ଘଟଣା ସମ୍ପର୍କରେ ପ୍ଲାଣ୍ଟ ଏଚ୍‌ଆର୍‌ ଚାରୁ ଚନ୍ଦ୍ର ନାଏକ କହିଛନ୍ତି ଯେ, ଇଣ୍ଡକ୍ସନ ଫର୍ନେସରେ ପଙ୍କଚର ଯୋଗୁ ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri