ଆଲୁଓ୍ବାଲିଆ ପ୍ଲାଣ୍ଟ ଇଣ୍ଡକ୍ସନ ଫର୍ନେସ୍‌ରେ ବିସ୍ଫୋରଣ

ବଡ଼ବିଲ,୩ା୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ି ଥାନା ଅନ୍ତର୍ଗତ ବରପଦାସ୍ଥିତ କେଜେଏସ୍‌ ଆଲୁଓ୍ବାଲିଆଙ୍କ ପ୍ଲାଣ୍ଟର ଇଣ୍ଡକ୍ସନ ଫର୍ନେସରେ ବୁଧବାର ଅପରାହ୍ନରେ ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି। ଏଥିରେ କାରଖାନାର କେହି ମୃତାହତ ହୋଇ ନ ଥିବା ବେଳେ ଏକ ଟ୍ରକର ଡାଲା ଜଳିଯାଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନାନୁଯାୟୀ, ବୁଧବାର ଅପରାହ୍ନରେ ପ୍ଲାଣ୍ଟର ଇଣ୍ଡକ୍ଶନ ଫର୍ନେସରେ ତତଲା ତରଳ ଲୁହା ଭର୍ତ୍ତି କଣ୍ଟେନରକୁ ତଳକୁ ଓହ୍ଲାଇବା ବେଳେ ହଠାତ୍‌ ସେଥିରେ ପଙ୍କଚର ହୋଇଯାଇଥିଲା। ଫଳରେ ପ୍ରଚଣ୍ଡ ଶବ୍ଦ କରି ସେଠାରେ ବିସ୍ଫୋରଣ ଘଟିଥିଲା ଓ ତତଲା ତରଳ ଲୁହା ଛିଡ଼ା ହୋଇଥିବା ଏକ ଟ୍ରକ୍‌ ଡାଲା ଉପରେ ଓଜାଡି ହୋଇପଡ଼ିଥିଲା। ଶବ୍ଦ ଶୁଣି ଟ୍ରକ୍‌ ଛାଡି ପଳାଇବାରୁ ଚାଳକ ବର୍ତ୍ତିଯାଇଥିଲା ବେଳେ ତତଲା ତରଳ ଲୁହାରେ ଟ୍ରକର ଡାଲା ଜଳିଯାଇଥିବା ଜଣାପଡ଼ିଛି। ବିସ୍ଫୋରଣର ପ୍ରଚଣ୍ଡ ଶବ୍ଦରେ ଶ୍ରମିକ ଓ କର୍ମଚାରୀମାନେ ଭୟଭୀତ ହୋଇପଡ଼ିଥିଲେ। ଖବର ପାଇ ରୁଗୁଡ଼ି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ତେବେ ଏ ନେଇ ରୁଗୁଡ଼ି ଥାନା ଦାୟିତ୍ୱରେ ଥିବା ପୋଲିସ ଅଧିକାରୀ ତରଣୀସେନ ବାଗ୍‌ କହିଛନ୍ତି ଯେ, ଘଟଣାସ୍ଥଳକୁ ପୋଲିସ କର୍ମଚାରୀ ପହଞ୍ଚିଛି। କେହି ମୃତାହତ ହୋଇନାହାନ୍ତି ହେଲେ ପ୍ଲାଣ୍ଟ ପକ୍ଷରୁ ପୋଲିସକୁ ଅବଗତ କରାଯାଇନାହିଁ। ଘଟଣା ସମ୍ପର୍କରେ ପ୍ଲାଣ୍ଟ ଏଚ୍‌ଆର୍‌ ଚାରୁ ଚନ୍ଦ୍ର ନାଏକ କହିଛନ୍ତି ଯେ, ଇଣ୍ଡକ୍ସନ ଫର୍ନେସରେ ପଙ୍କଚର ଯୋଗୁ ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri