ଖରାଦିନେ ଆଲୋଭେରା

ଆଲୋଭେରାରେ ଭରି ରହିଛି ଅନେକ ଔଷଧୀୟ ଗୁଣ; ଯାହାକୁ ବ୍ୟବହାର କରି ଖରାଦିନେ ଅନେକ ସମସ୍ୟାରୁ ମୁକ୍ତି ପାଇହେବ। ଯେମିତିକି: ଖରାଦିନେ ସୂର୍ଯ୍ୟଙ୍କ ପ୍ରଖର କିରଣ ଯୋଗୁ ଝାଳ ବୋହି ତ୍ୱଚା ଝାଉଁଳିଗଲା ପରି ଲାଗିଥାଏ। ସେଥିପାଇଁ ଖରାରେ ବାହାରକୁ ବାହାରିବା ପୂର୍ବରୁ ତ୍ୱଚାରେ ଆଲୋଭେରା ଜେଲ୍‌ ଲଗାଇପାରିବେ। କାରଣ ଆଲୋଭେରା ଜେଲ୍‌ ତ୍ୱଚାକୁ ହାଇଡ୍ରେଟ୍‌ ରଖିବାରେ ସାହାଯ୍ୟ କରିଥାଏ। ଝାଳ ଯୋଗୁ ଅନେକଙ୍କର ଖରାଦିନେ ତ୍ୱଚା କୁଣ୍ଡାଇ ମଧ୍ୟ ହୋଇଥାଏ। ଏଥିପାଇଁ ବି ତ୍ୱଚାରେ ଆଲୋଭେରା ଜେଲ୍‌ ଲଗାଇବା ସର୍ବୋତ୍ତମ ହୋଇଥାଏ। ଆପଣ ଚାହିଁଲେ ଆଲୋଭେରା ଜେଲ୍‌ ପରିବର୍ତ୍ତେ ସିଧାସଳଖ ଆଲୋଭେରା ଡାଳ ଖଣ୍ଡେ ଆଣି ସେଥିରୁ ରସ ବାହାର କରି ତ୍ୱଚାରେ ମଧ୍ୟ ଲଗାଇପାରିବେ। ଏହା ନାଚୁରାଲ୍‌ ମଇଶ୍ଚରାଇଜର୍‌ ର କାମ ଦେଇଥାଏ। ଆଲୋଭେରାକୁ କେବଳ ତ୍ୱଚାରେ ଲଗାଇବେ ତାହା ନୁହେଁ, ଏହାର ଜୁସ୍‌କୁ ବି ସେବନ କରି ଖରାଦିନେ ପେଟକୁ ଥଣ୍ଡା ରଖିବା ସହିତ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିପାରିବେ। କାରଣ ଏଥିରେ ଭରି ରହିଛି ଭିଟାମିନ୍‌ ଏ, ସି, ଇ, ଭିଟାମିନ୍‌-ବି ୧୨, ଫଲିକ୍‌ ଏସିଡ୍‌, କୋଲାଇନ୍‌ ପରି ଅନେକ ଗୁଣକାରୀ ତତ୍ତ୍ୱ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…

ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?