ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ ନେତା ଭାବେ ପ୍ରତିପାଦିତ ହୋଇଥିବା ଆଲୋକଙ୍କୁ ଦଳ ତରଫରୁ ପୂର୍ବରୁ ଦିଆଯାଇଥିବା ବହୁ ଗୁରୁଦାୟିତ୍ୱ ତୁଲାଇଥିବା ବେଳେ ପୁଣି ଦଳ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଛି। ଆଲୋକଙ୍କୁ ରାଜ୍ୟ ଏସ୍‌ସି ମୋର୍ଚ୍ଚା ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ଗତ ୧୯୯୪ ରୁ ଆରଏସ୍‌ଏସ୍‌ରେ ସଦସ୍ୟତା ଗ୍ରହଣ କରିଥିବା ଆଲୋକ ଗତ ୨୦୧୨ ରୁ ୨୦୧୬ ପର୍ଯ୍ୟନ୍ତ ଜିଲା ଭାଜପା ସମ୍ପାଦକ,ଗତ ୨୦୧୬ ରୁ ୨୦୧୮ ପର୍ଯ୍ୟନ୍ତ ଜିଲା ଏସସି ମୋର୍ଚ୍ଚା ସଭାପତି ଦାୟିତ୍ୱ ତୁଲାଇ ଥିଲେ। ଗତ ୨୦୨୦ରୁ ଅଦ୍ୟାବଧି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଏଥିସହ ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ଭାଜପା ବିଧାୟକ ପ୍ରାର୍ଥୀ ଭାବେ ବିରୋଧୀ ବିଜେଡି ଏବଂ କଂଗ୍ରେସ ସହ ପ୍ରତିଦ୍ୱନ୍ଦ୍ୱିତା କରି ଭୋଟ୍‌ ହାର ବଢ଼ାଇବାରେ ସକ୍ଷମ ମଧ୍ୟ ହୋଇଥିଲେ।

ରାଜ୍ୟ ଏସ୍‌ସି ମୋର୍ଚ୍ଚା ସାଧାରଣ ସମ୍ପାଦକ ଦାୟିତ୍ୱ ମିଳିବା ପରେ ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ଏସ୍‌ସି ମୋର୍ଚ୍ଚା ସଭାପତି ବାଇଧର ମଲ୍ଲିକ, ଏମ୍‌ପି ଅନନ୍ତ ନାୟକ ପ୍ରମୁଖଙ୍କୁ ଆଲୋକ କୃତଜ୍ଞତା ଜ୍ଞାପନ କରିଛନ୍ତି।

ଅପରପକ୍ଷେ ଏମ୍‌ପି ପ୍ରତିନିଧି ହରମୋହନ ଶାସିନୀ, ଜ୍ଞାନ ରଞ୍ଜନ ସାମନ୍ତସିଂହାର, ସୁନୀଲ ନାୟକ, ବରିଷ୍ଠ କର୍ମୀ ଯୁଧିଷ୍ଠିର ମଲିକଙ୍କ ସମେତ ଅନେକ ଭାଜପା କର୍ମୀ ଆଲୋକଙ୍କୁ ସ୍ବାଗତ ଏବଂ ଶୁଭେଚ୍ଛା ଜଣାଇଛନ୍ତି। ଆଗାମୀ ଦିନରେ ନିଜର ଦାୟିତ୍ୱ ସଠିକ୍‌ ଏବଂ ସୂଚାରୁ ରୂପେ ତୁଲାଇବେ ବୋଲି ଆଲୋକ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା: ଦଳ ଫିଲଟର ହେଉଛି, ସବୁ ଅଳିଆ…

ଭୁବନେଶ୍ୱର,୨୦।୩: କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟାରଖିଲେ ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହୋଇଛି। ଏମାନେ ଦସ୍ତଖତ କରିଛନ୍ତି ବୋଲି…

ଧୋନଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, IPL 2026ରେ ଧମାଲ କରିବେ ଏହି ଷ୍ଟାର, ବଡ଼ ଭବିଷ୍ୟବାଣୀ କଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ କାଉଣ୍ଟଡାଉନ ଚାଲିଛି। ଲିଗର ୧୯ତମ ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଆମେରିକା-ଇସ୍ରାଏଲ ପରେ ଏସବୁ ଦେଶକୁ ଧମକ ଦେଲା ଇରାନ, ବିଶ୍ୱରେ ଚହଳ…

ତେହରାନ,୨୦।୩: ଇରାନ ବ୍ରିଟେନକୁ ଏକ କଠୋର ଚେତାବନୀ ଦେଇଛି। ଏହା କହିଛି ଯେ ଯଦି ବ୍ରିଟେନ ଆମେରିକାକୁ ତାର ସାମରିକ ଘାଟି ବ୍ୟବହାର କରିବାକୁ ଅନୁମତି ଦିଏ,…

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri