ଧୋନୀଙ୍କ ପରେ ଅବସର ନେଲେ ସୁରେଶ ରାଇନା

ଚେନ୍ନାଇ, ୧୫।୮: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିବାର କିଛି ସମୟ ପରେ ଏହି ତାଲିକାରେ ଯୋଡ଼ି ହୋଇଛନ୍ତି ସାଥୀ ଖେଳାଳି ସୁରେଶ ରାଇନା। ଉତ୍ତର ପ୍ରଦେଶ ଜନ୍ମିତ ୩୩ ବର୍ଷୀୟ ରାଇନା ମଧ୍ୟ ଅନ୍ତର୍ଜାତୀୟ କ୍ରିକେଟ୍‌ର ସମସ୍ତ ଫର୍ମାଟ୍‌ରୁ ସନ୍ନ୍ୟାସ ଗ୍ରହଣ କରିଛନ୍ତି। ରାଇନା ନିଜର ଅନ୍ତିମ ଅନ୍ତର୍ଜାତୀୟ ମ୍ୟାଚ୍‌ ୨୦୧୮ରେ ଇଂଲଣ୍ଡ ବିପକ୍ଷରେ ଖେଳିଥିଲେ। ଇଂଲଣ୍ଡ ବିପକ୍ଷ ଏହି ଟି୨୦ ମ୍ୟାଚ୍‌ରେ ସେ କିନ୍ତୁ ବ୍ୟାଟିଂ କରିବାର ସୁଯୋଗ ପାଇ ନ ଥିଲେ। ଅବରସ ଘୋଷଣା କରିଥିଲେ ମଧ୍ୟ ରାଇନା ଆଇପିଏଲ୍‌ରେ ଖେଳ ଜାରି ରଖିବେ।
ଓଭର କ୍ରିକେଟ୍‌ରେ ଜଣେ ବିଶେଷଜ୍ଞ ଖେଳାଳି ଭାବେ ସ୍ବତନ୍ତ୍ର ପରିଚୟ ଲାଭ କରିଥିବା ରାଇନା ୨୦୦୫ରେ ଦାମ୍ବୁଲାରେ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ମ୍ୟାଚ୍‌ ସହ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ୨୦୧୮ରେ ସେ ତାଙ୍କ ଶେଷ ଦିନିକିଆ ମ୍ୟାଚ୍‌ ଇଂଲଣ୍ଡ ବିପକ୍ଷରେ ଖେଳିଥିଲେ। ମୋଟ୍‌ ଉପରେ ସେ ୨୨୬ ଦିନିକିଆ ମ୍ୟାଚ୍‌ ଖେଳି ୫,୬୧୫ ରନ୍‌ ସଂଗ୍ରହ କରିଛନ୍ତି। ସେହିଭଳି ୧୮ ଟେଷ୍ଟ ଓ ୭୮ ଟି୨୦ ମ୍ୟାଚ୍‌ରୁ ଯଥାକ୍ରମେ ୭୬୮ ଓ ୧,୬୦୪ ରନ୍‌ ସଂଗ୍ରହ କରିଛନ୍ତି। ରାଇନା ଅନ୍ତର୍ଜାତୀୟ କ୍ରିକେଟ୍‌ର ୩ଟି ଯାକ ଫର୍ମାଟ୍‌ ଟେଷ୍ଟ (ଗୋଟିଏ), ଦିନିକିଆ (୫ଟି) ଓ ଟି୨୦ (ଗୋଟିଏ)ରେ ଶତକ ହାସଲ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ସେହିଭଳି ବୋଲିଂରେ ମଧ୍ୟ ରାଇନା ଟେଷ୍ଟରେ ୧୩, ଦିନିକିଆରେ ୩୬ ଓ ଟି୨୦ରେ ୧୩ଟି ଉଇକେଟ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri