ଏଣିକି ନାମ ପଞ୍ଜୀକରଣ ପାଇଁ ୪ଟି ତାରିଖ

ଜଗତ୍‌ସିଂହପୁର ଅଫିସ, ୩ା୮: କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର ବିଭାଗ ମନ୍ତ୍ରଣାଳୟ ଦ୍ୱାରା ଲୋକ ପ୍ରତିନିଧି ଆଇନ ୧୯୫୦/୫୧ର ପରିବର୍ତ୍ତନ ସହ ଭୋଟର ତାଲିକାରେ ସଂଶୋଧନ ପାଇଁ ନିଷ୍ପତ୍ତି ନିଆଯାଇଛି। ଅଗଷ୍ଟ ୧ରୁ ଏହା କାର୍ଯ୍ୟକାରୀ ହୋଇଛି। କୌଣସି ବ୍ୟକ୍ତି ନାମ ପଞ୍ଜୀକରଣ କରିବାକୁ ହେଲେ ଏଣିକି ଗୋଟିଏ ନୁହେଁ, ୪ଟି ଯୋଗ୍ୟତାସୂଚକ ତାରିଖ ଅର୍ଥାତ୍‌ ଜାନୁଆରୀ ୧, ଅପ୍ରେଲ ୧, ଜୁଲାଇ ୧ ଓ ଅକ୍ଟୋବର ୧ରେ ସଂଯୋଗ କରିପାରିବେ । ଅନ୍ୟପଟେ ୧ା୪ା୨୩ ସୁଦ୍ଧା ଚାଲିକାଭୁକ୍ତ ହୋଇଥିବା ଭୋଟରମାନେ ସେମାନଙ୍କ ଆଧାର ନମ୍ବର ନିର୍ବାଚନ ପଞ୍ଜିକରଣ ଅଧିକାରୀଙ୍କୁ ଦେବେ। ଏହି ଆଧାର ବିବରଣୀ ଦାଖଲ କରିବା ପାଇଁ ନୂଆ ଫର୍ମ ନଂ. ୬(ଖ) ପ୍ରଚଳନ କରାଯାଇଛି। ନିର୍ବାଚନ ଆୟୋଗଙ୍କ ୱେବ୍‌ସାଇଟ୍‌, ଇଆର୍‌ଓଏନ୍‌ଇଟି (ଏରୋନେଟ୍‌), ଗରୁଡ, ଏନ୍‌ଭିଏସ୍‌ପି ଓ ଭିଏଚ୍‌ଏ ଆଦିରେ ଏସବୁ ଅଗଷ୍ଟ ୧ରୁ ଉପଲବ୍ଧ ହେଉଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ରାଜନୈତିକ ଦଳ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ନେଇ ଅନୁଷ୍ଠିତ ବୈଠକରେ ଜିଲାପାଳ ପାରୁଲ ପଟାୱରୀ ଏହା କହିଛନ୍ତି। ସେ କହିଥିଲେ, ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କରାଯାଇଥିବା କିଛିଟା ପରିବର୍ତ୍ତନ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିିବା ଉଦ୍ଦେଶ୍ୟରେ ଏଭଳି ବୈଠକର ଆୟୋଜନ କରାଯାଇଥିଲା। ତେବେ ପଞ୍ଜୀକରଣ ଫର୍ମରେ କିଛି ଗୁରୁତ୍ୱପୂର୍ଣ୍ଣ ସଂଶୋଧନ ହୋଇଛି। ଫର୍ମ ନଂ. ୬ରେ ପୂର୍ବରୁ ନୂଆ ଭୋଟରଙ୍କ ପଞ୍ଜୀକରଣ, ଗୋଟିଏ ନିର୍ବାଚନ ମଣ୍ଡଳୀରୁ ଅନ୍ୟ ନିର୍ବାଚନ ମଣ୍ଡଳୀକୁ ସ୍ଥାନାନ୍ତରଣ ପାଇଁ ସୁବିଧା ଥିଲା । କିନ୍ତୁ ଏବେ କେବଳ ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ ହେବ। ପୂର୍ବରୁ ଫର୍ମ ନଂ.୭ରେ ଭୋଟର ତାଲିକାରୁ ନାମ ବାଦଦେବା କିମ୍ବା ଅନ୍ତର୍ଭୁକ୍ତ ସଂକ୍ରାନ୍ତୀୟ ଆପତ୍ତି ଅଭିଯୋଗ ନେଇ ଆବେଦନ କରିହେଉଥିଲା । କିନ୍ତୁ ଏବେ ଫର୍ମ ନଂ.୭ ସହ ମୃତ୍ୟୁ ପ୍ରମାଣପତ୍ର ସଂଲଗ୍ନ କରିବାକୁ ପଡ଼ିବ। ଫର୍ମ ନଂ. ୮ରେ ଭୋଟର ତାଲିକାରେ ତ୍ରୁଟି ଥିବା ବିବରଣୀଗୁଡିକର ସଂଶୋଧନ କରାଯାଉଥିଲା। ଏବେ ନିର୍ବାଚନ ମଣ୍ଡଳୀ ମଧ୍ୟରେ କିମ୍ବା ବାହାରକୁ ବାସସ୍ଥାନ ସ୍ଥାନାନ୍ତରଣ, ଭୋଟର ତାଲିକାରେ ଥିବା ବିବରଣୀର ସଂଶୋଧନ, ଭୋଟର ପରିଚୟପତ୍ର ବଦଳ ଓ ଦିିବ୍ୟାଙ୍ଗ ଭୋଟରଙ୍କ ଚିହ୍ନଟ ନିମନ୍ତେ ଏହି ଫର୍ମ ଲାଗୁହେବ। ଏସବୁ ନିମନ୍ତେ ନିର୍ବାଚନ ପଞ୍ଜୀକରଣ ଆଇନ ୧୯୬୦ର ସଂଶୋଧନ କରାଯାଇଥିବା କୁହାଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ସାହୁ, ଉପଜିଲାପାଳ ଧର୍ମେନ୍ଦ୍ର ମଲ୍ଲିକ, ଡେପୁଟି କଲେକ୍ଟର (ନିର୍ବାଚନ) ବିନୀତା ଦାଶ, ସହକାରୀ ଜିଲାପାଳ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ରାଜନୈତିକ ଦଳଗୁଡିକର ପ୍ରତିନିଧି, ଗଣମାଧ୍ୟମ ପ୍ରତିନିଧି, ଅନ୍ତଃଦୃଷ୍ଟି ସ୍ବେଚ୍ଛାସେବୀ ସଙ୍ଗଠନ ଓ ନେହେରୁ ଯୁବକେନ୍ଦ୍ରର କର୍ମକର୍ତ୍ତାମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri