ଏଣିକି ନାମ ପଞ୍ଜୀକରଣ ପାଇଁ ୪ଟି ତାରିଖ

ଜଗତ୍‌ସିଂହପୁର ଅଫିସ, ୩ା୮: କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର ବିଭାଗ ମନ୍ତ୍ରଣାଳୟ ଦ୍ୱାରା ଲୋକ ପ୍ରତିନିଧି ଆଇନ ୧୯୫୦/୫୧ର ପରିବର୍ତ୍ତନ ସହ ଭୋଟର ତାଲିକାରେ ସଂଶୋଧନ ପାଇଁ ନିଷ୍ପତ୍ତି ନିଆଯାଇଛି। ଅଗଷ୍ଟ ୧ରୁ ଏହା କାର୍ଯ୍ୟକାରୀ ହୋଇଛି। କୌଣସି ବ୍ୟକ୍ତି ନାମ ପଞ୍ଜୀକରଣ କରିବାକୁ ହେଲେ ଏଣିକି ଗୋଟିଏ ନୁହେଁ, ୪ଟି ଯୋଗ୍ୟତାସୂଚକ ତାରିଖ ଅର୍ଥାତ୍‌ ଜାନୁଆରୀ ୧, ଅପ୍ରେଲ ୧, ଜୁଲାଇ ୧ ଓ ଅକ୍ଟୋବର ୧ରେ ସଂଯୋଗ କରିପାରିବେ । ଅନ୍ୟପଟେ ୧ା୪ା୨୩ ସୁଦ୍ଧା ଚାଲିକାଭୁକ୍ତ ହୋଇଥିବା ଭୋଟରମାନେ ସେମାନଙ୍କ ଆଧାର ନମ୍ବର ନିର୍ବାଚନ ପଞ୍ଜିକରଣ ଅଧିକାରୀଙ୍କୁ ଦେବେ। ଏହି ଆଧାର ବିବରଣୀ ଦାଖଲ କରିବା ପାଇଁ ନୂଆ ଫର୍ମ ନଂ. ୬(ଖ) ପ୍ରଚଳନ କରାଯାଇଛି। ନିର୍ବାଚନ ଆୟୋଗଙ୍କ ୱେବ୍‌ସାଇଟ୍‌, ଇଆର୍‌ଓଏନ୍‌ଇଟି (ଏରୋନେଟ୍‌), ଗରୁଡ, ଏନ୍‌ଭିଏସ୍‌ପି ଓ ଭିଏଚ୍‌ଏ ଆଦିରେ ଏସବୁ ଅଗଷ୍ଟ ୧ରୁ ଉପଲବ୍ଧ ହେଉଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ରାଜନୈତିକ ଦଳ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ନେଇ ଅନୁଷ୍ଠିତ ବୈଠକରେ ଜିଲାପାଳ ପାରୁଲ ପଟାୱରୀ ଏହା କହିଛନ୍ତି। ସେ କହିଥିଲେ, ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କରାଯାଇଥିବା କିଛିଟା ପରିବର୍ତ୍ତନ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିିବା ଉଦ୍ଦେଶ୍ୟରେ ଏଭଳି ବୈଠକର ଆୟୋଜନ କରାଯାଇଥିଲା। ତେବେ ପଞ୍ଜୀକରଣ ଫର୍ମରେ କିଛି ଗୁରୁତ୍ୱପୂର୍ଣ୍ଣ ସଂଶୋଧନ ହୋଇଛି। ଫର୍ମ ନଂ. ୬ରେ ପୂର୍ବରୁ ନୂଆ ଭୋଟରଙ୍କ ପଞ୍ଜୀକରଣ, ଗୋଟିଏ ନିର୍ବାଚନ ମଣ୍ଡଳୀରୁ ଅନ୍ୟ ନିର୍ବାଚନ ମଣ୍ଡଳୀକୁ ସ୍ଥାନାନ୍ତରଣ ପାଇଁ ସୁବିଧା ଥିଲା । କିନ୍ତୁ ଏବେ କେବଳ ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ ହେବ। ପୂର୍ବରୁ ଫର୍ମ ନଂ.୭ରେ ଭୋଟର ତାଲିକାରୁ ନାମ ବାଦଦେବା କିମ୍ବା ଅନ୍ତର୍ଭୁକ୍ତ ସଂକ୍ରାନ୍ତୀୟ ଆପତ୍ତି ଅଭିଯୋଗ ନେଇ ଆବେଦନ କରିହେଉଥିଲା । କିନ୍ତୁ ଏବେ ଫର୍ମ ନଂ.୭ ସହ ମୃତ୍ୟୁ ପ୍ରମାଣପତ୍ର ସଂଲଗ୍ନ କରିବାକୁ ପଡ଼ିବ। ଫର୍ମ ନଂ. ୮ରେ ଭୋଟର ତାଲିକାରେ ତ୍ରୁଟି ଥିବା ବିବରଣୀଗୁଡିକର ସଂଶୋଧନ କରାଯାଉଥିଲା। ଏବେ ନିର୍ବାଚନ ମଣ୍ଡଳୀ ମଧ୍ୟରେ କିମ୍ବା ବାହାରକୁ ବାସସ୍ଥାନ ସ୍ଥାନାନ୍ତରଣ, ଭୋଟର ତାଲିକାରେ ଥିବା ବିବରଣୀର ସଂଶୋଧନ, ଭୋଟର ପରିଚୟପତ୍ର ବଦଳ ଓ ଦିିବ୍ୟାଙ୍ଗ ଭୋଟରଙ୍କ ଚିହ୍ନଟ ନିମନ୍ତେ ଏହି ଫର୍ମ ଲାଗୁହେବ। ଏସବୁ ନିମନ୍ତେ ନିର୍ବାଚନ ପଞ୍ଜୀକରଣ ଆଇନ ୧୯୬୦ର ସଂଶୋଧନ କରାଯାଇଥିବା କୁହାଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ସାହୁ, ଉପଜିଲାପାଳ ଧର୍ମେନ୍ଦ୍ର ମଲ୍ଲିକ, ଡେପୁଟି କଲେକ୍ଟର (ନିର୍ବାଚନ) ବିନୀତା ଦାଶ, ସହକାରୀ ଜିଲାପାଳ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ରାଜନୈତିକ ଦଳଗୁଡିକର ପ୍ରତିନିଧି, ଗଣମାଧ୍ୟମ ପ୍ରତିନିଧି, ଅନ୍ତଃଦୃଷ୍ଟି ସ୍ବେଚ୍ଛାସେବୀ ସଙ୍ଗଠନ ଓ ନେହେରୁ ଯୁବକେନ୍ଦ୍ରର କର୍ମକର୍ତ୍ତାମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri