ପୁଣି ବଢ଼ିଲା ସମ୍ପତ୍ତି ତାଲିକା ଦାଖଲ ଅବଧି

ଭୁବନେଶ୍ବର, ୧୯ା୮(ବ୍ୟୁରୋ):ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ସରକାରୀ ଅଧିକାରୀମାନେ ସେମାନଙ୍କ ସମ୍ପତ୍ତି ତାଲିକା ଦାଖଲ କରିବାରେ ଆଗ୍ରହ ଦେଖାଉନାହାନ୍ତି। ନିୟମତଃ ଗ୍ରୁପ୍‌ ‘ଏ’ ଠାରୁ ଆରମ୍ଭ କରି ଗ୍ରୁପ ‘ଡି’ କର୍ମଚାରୀଙ୍କ ପର୍ଯ୍ୟନ୍ତ ସମସ୍ତେ ନିଜର ସମ୍ପତ୍ତି ତାଲିକା ପ୍ରତ୍ୟେକ ବର୍ଷ ଜାନୁୟାରୀ ୧ ତାରିଖ ସୁଦ୍ଧା ଦାଖଲ କରିବା କଥା। ହେଲେ ୨୦୨୧ ଜାନୁୟାରୀ ୧ ସୁଦ୍ଧା ଦାଖଲ କରିବାକୁ ଥିବା ତାଲିକା ଏପର୍ଯ୍ୟନ୍ତ ବହୁ ଅଧିକାରୀ କରିନାହାନ୍ତି। ଏନେଇ ଏକାଧିକ ବାର ଅବଧି ବୃଦ୍ଧି କରାଯାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳୁ ନାହିଁ। ଏଭଳିସ୍ଥିତିରେ ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଉ ଥରେ ଅବଧିକୁ ବୃଦ୍ଧି କରାଯାଇ ସେପ୍ଟେମ୍ବର ୩୦ସୁଦ୍ଧା ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀ ସମ୍ପତ୍ତି ତାଲିକା ଦାଖଲ କରିବାକୁ ଚିଠି କରାଯାଇଛି।
ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ, ଆର୍‌ଡିସି ଏବଂ ଜିଲାପାଳମାନଙ୍କୁ ଏହି ଚିଠି ପଠାଯାଇଛି। ଏଥିରେ ସମସ୍ତ ସରକାରୀ କର୍ମଚାରୀ ସେମାନଙ୍କ ୧ ଜାନୁୟାରୀ ୨୦୨୧ରୁ ୩୧ ଡିସେମ୍ବର ୨୦୨୧ ମଧ୍ୟର ସମସ୍ତ ସମ୍ପତ୍ତି ତାଲିକାକୁ ସେପ୍ଟେମ୍ବର ୩୦ ସୁଦ୍ଧା ଦାଖଲ କରିବାକୁ କୁହାଯାଇଛି। ସରକାରୀ ଅଧିକାରୀମାନେ ସରକାରୀ କର୍ମଚାରୀ କଣ୍ଡକ୍ଟ ରୁଲ୍‌, ୨୦୨୧ ଅନୁଯାୟୀ ସମସ୍ତ କର୍ମଚାରୀ ପ୍ରକୃତ ସମ୍ପତ୍ତି ତାଲିକା ଜାନୁୟାରୀ ୧ କିମ୍ବା ସେହି ବର୍ଷ ଜାନୁୟାରୀ ୩୧ ସୁଦ୍ଧା ଦାଖଲ କରିବା କଥା। ତେବେ ୨୦୨୧ ବର୍ଷର ତାଲିକା ଯାହା ୩୧ ଜାନୁୟାରୀ ୨୦୨୨ ସୁଦ୍ଧା କରିବା କଥା ତାହାର ସମୟ ସୀମା ରାଜ୍ୟ ସରକାର ୩୦ ଜୁନ୍‌ ୨୦୨୨ ପର୍ଯ୍ୟନ୍ତ ବଢାଇଥିଲେ। ହେଲେ ବହୁ ଅନୁରୋଧ ପରେ ଏହି ସମୟ ଅବଧିକୁ ଆଉ ଥରେ ବୃଦ୍ଧି କରାଯାଇଛି। ଆସନ୍ତା ସେପ୍ଟେମ୍ବର ୩୦ ସୁଦ୍ଧା ସମ୍ପତ୍ତି ତାଲିକା ରାଜ୍ୟ ସରକାରଙ୍କ ସମସ୍ତ କର୍ମଚାରୀ ଦାଖଲ କରିପାରିବେ। ତେବେ ସବୁ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା କର୍ମଚାରୀମାନେ ଶେଷ ତାରିଖ ପର୍ଯ୍ୟନ୍ତ ଅପେକ୍ଷା ନ କରି ଏହା ପୂର୍ବରୁ ସମ୍ପତ୍ତି ତାଲିକା ଦାଖଲ କରିବା ଲାଗି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri