ପୁଣି ଆମ୍ବୁଲାନ୍ସ, ହୋଟେଲ କର୍ମଚାରୀଙ୍କୁ ଜେରା

ରାୟଗଡ଼ା,୪।୧(ସ୍ବ.ପ୍ର.): ଓଡ଼ିଶା ଭ୍ରମଣରେ ଆସିଥିବା ରୁଷୀୟ ପର୍ଯ୍ୟଟକ ତଥା ସେଠାକାର ଏମ୍‌ପି ପାଭେଲ ଆଣ୍ଟୋଭ ଓ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ମୃତ୍ୟୁ ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ୫ମ ଦିନରେ ପହଞ୍ଚତ୍ଛି। ତଦନ୍ତ ଜୋର୍‌ଦାର କରିଛି କ୍ରାଇମବ୍ରାଞ୍ଚ ଟିମ୍‌। ବାଇକରେ ବୁଲି ତଦନ୍ତ ପାଇଁ ବିଭିନ୍ନ ଆଡ଼େ ଯାଉଥିବା ବେଳେ ନଜରକୁ ଆସିଛନ୍ତି କ୍ରାଇମବ୍ରାଞ୍ଚ ଡିଏସ୍‌ପି ସରୋଜକାନ୍ତ ମହାନ୍ତ। ମଙ୍ଗଳବାର ଦୁଇଟି ପର୍ଯ୍ୟାୟରେ ତଦନ୍ତ ଏବଂ ଜେରା କରାଯାଇଛି। ସକାଳୁ କ୍ରାଇମବ୍ରାଞ୍ଚ ଟିମ୍‌ ୨ଭାଗରେ ବିଭକ୍ତ ହୋଇ ଜିଲା ପୋଲିସ କାର୍ଯ୍ୟାଳୟ ଏବଂ ଥାନାକୁ ଯାଇଥିଲେ। ଆମ୍ବୁଲାନ୍ସ କର୍ମଚାରୀଙ୍କୁ ଥାନାକୁ ଡାକି ଜେରା କରାଯାଇଛି। ଦୀର୍ଘ ସମୟ ଧରି ଥାନା ଭିତରେ ଏହି ଜେରା ଚାଲିଥିଲା। ପାଭେଲ ଓ ବିଦାନୋଭଙ୍କୁ ଡାକ୍ତରଖାନା ନେଇଥିବା ଆମ୍ବୁଲାନ୍ସ କର୍ମଚାରୀ ଏବଂ କେତେଜଣ ହୋଟେଲ କର୍ମଚାରୀଙ୍କୁ ଜେରା କରାଯାଇଛି ବୋଲି କ୍ରାଇମବ୍ରାଞ୍ଚ ଡିଏସ୍‌ପି ମହାନ୍ତ କହିଛନ୍ତି। ତଦନ୍ତରେ ସହାୟତା ପାଇଁ କ୍ରାଇମବ୍ରାଞ୍ଚର ତଦନ୍ତକାରୀ ଅଧିକାରୀ ତପନ ଦାସ ୪ଜଣିଆ ଟିମ୍‌ ସହ ରାୟଗଡ଼ା ଥାନାରେ ପହଞ୍ଚତ୍ଛନ୍ତି । ସୂଚନାନୁଯାୟୀ, ଘଟଣାର ତଦନ୍ତ ନିମନ୍ତେ ଡିଏସ୍‌ପି ତପନ ଦାସଙ୍କ ନେତୃତ୍ୱରେ ୨ ଟିମ୍‌ ଗଠନ କରାଯାଇଥିଲା। ଗୋଟିଏ ଟିମ୍‌ କଟକରେ ପାଭେଲ ଓ ବିଦାନୋଭଙ୍କ ସହ ଆସିଥିବା ରୁଷୀୟ ପର୍ଯ୍ୟଟକ ଦମ୍ପତି ତୁରଭ ମିଖାଇଲ ଏବଂ ପାନାସାଙ୍କୋ ନାତାଲିଆ ଏବଂ ଗାଇଡ୍‌ ଜିତେନ୍ଦ୍ର ସିଂଙ୍କୁ ଜେରା କରୁଛନ୍ତି। ଅନ୍ୟ ଟିମ୍‌ ଡିଏସ୍‌ପି ମହାନ୍ତଙ୍କ ନେତୃତ୍ୱରେ ରାୟଗଡ଼ା ଆସି ଡିସେମ୍ବର୨୭ରୁ ତଦନ୍ତ କରୁଛି। କଟକ ଏବଂ ରାୟଗଡ଼ାରୁ ମିଳିଥିବା ତଥ୍ୟ ଏବଂ ପ୍ରମାଣକୁ ଭିତ୍ତିକରି ତପନ ଦାସ ରାୟଗଡ଼ା ଆସି ତଦନ୍ତ କରିବେ । ବର୍ତ୍ତମାନ ମୋଟ ୬୧ଜଣଙ୍କ ତାଲିକା ପ୍ରସ୍ତୁତ ହୋଇଛି। ସେମାନଙ୍କ ମଧ୍ୟରୁ ୪୩ଜଣଙ୍କୁ ପଚରାଉଚୁରା କରି ବୟାନର ଭିଡିଓ ରେକର୍ଡିଂ କରାଯାଇଥିବା ସୂଚନା ମିଳିଛି। ବିଦେଶୀ ପର୍ଯ୍ୟଟକଙ୍କ ମୃତ୍ୟୁ ରହସ୍ୟ କେବେ ଖୋଲିବ ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri