ସରକାରୀ ଛୁଟିରେ କାମ କଲେ ଡାକ୍ତରଙ୍କୁ ମିଳିବ ବିକଳ୍ପ ଛୁଟି

ଭୁବନେଶ୍ୱର, ୧୩ା୧୦ (ବନ୍ଦନା ସେଠୀ):ଡାକ୍ତରମାନଙ୍କୁ ମିଳିବ ସି-ଅଫ୍‌। ସରକାରୀ ଛୁଟି ଦିନରେ କାମ କଲେ ବିକଳ୍ପ ଭାବେ ଛୁଟି ମିଳିବ। ସେହି ମାସର ଯେ କୌଣସି ଦିନ ସେମାନେ ଏହି ଛୁଟି ନେଇ ପାରିବେ। ଏନେଇ ମେଡିକାଲ ଅଧୀକ୍ଷକ ଓ ଇନ୍‌ଚାର୍ଜ ରୋଷ୍ଟର ବ୍ୟବସ୍ଥା କରିବେ। ତେବେ ସେହି ଛୁଟିକୁ ପରବର୍ତ୍ତୀ ମାସକୁ ନିଆଯାଇ ପାରିବ ନାହିଁ। ମେଡିକାଲ ଅଧିକାରୀଙ୍କ ଏହି ବିକଳ୍ପ ଛୁଟି ସମ୍ପର୍କରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ବିକଳ୍ପ ଛୁଟି ଦିନଗୁଡିକୁ ଡାକ୍ତରଙ୍କ ସିଏଲ୍‌/ଇଏଲ୍‌ ଛୁଟି ସହିତ ମିଶାଯିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି। ଏଥିପାଇଁ ସରକାର ଓଏଚ୍‌ଏମ୍‌ଏସ୍‌ (ଓଡ଼ିଶା ମେଡିକାଲ ଆଣ୍ଡ୍‌ ହେଲ୍‌ଥ ସର୍ଭିସ) କ୍ୟାଡର ଅଧୀନରେ ଥିବା ଡାକ୍ତରୀ ଅଧିକାରୀଙ୍କ ମଧ୍ୟରେ ଛୁଟି ଆବଣ୍ଟନ ପାଇଁ ଏକ ସ୍ବଚ୍ଛ ଏବଂ ସମାନ ବ୍ୟବସ୍ଥା ଆଣିଛନ୍ତି। ଏନେଇ ବିଭାଗୀୟ ସଚିବ ଶାଳିନୀ ପଣ୍ଡିତ ରାଉରକେଲା ସରକାରୀ ହସ୍ପିଟାଲ, କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମ୍‌ସି ହସ୍ପିଟାଲର ନିର୍ଦ୍ଦେଶକଙ୍କ ସମେତ ସମସ୍ତ ଜିଲା, ଉପବିଭାଗ ତଥା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ତ ମେଡିକାଲ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ ଅଧୀକ୍ଷକଙ୍କୁ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri